Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ
ଆଜିର ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ଯୋଗ। ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ।
ବୃଷ
ବୃଷ
ଆଜି ମାପିଚୁପି ନ ଚଳିଲେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ପରିବାର ଭିତରେ ସମସ୍ୟା ଦେଇ ଗତି କଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମ ସଫଳତାର ସହ ସମ୍ପନ୍ନ କରିବେ। କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି। ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତାରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ନ ହେଲେ ପରେ ଅନୁତାପ କରିବାକୁ ପଡ଼ିବ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିବେ। ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିବ। ଆମତ୍ୀୟଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ଗ୍ରହପ୍ରଭାବରୁ ଆଜି କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରିପାରିବ ନାହିଁ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ। ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷ ଆଣିପାରନ୍ତି। ବିବାଦୀୟ ଘଟଣାରେ ନିଜ ପରିସରର ଲୋକମାନଙ୍କ ସମର୍ଥନ ମିଳିବ।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ବିଫଳ ହେବନି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ରଚନାମତ୍କ କାମରେ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ, ଚୁକ୍ତିପତ୍ର କରିବାରେ ସଫଳ ହେବେ।
ବିଛା
ବିଛା
ଗତକାଲିଠାରୁ ଯେଉଁ ବିଷୟ ଲାଗି ଚିନ୍ତିତ ରହିଛନ୍ତି, ସେଥିରେ କିଛି ଅସୁବିଧା ହେବନି। କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିଙ୍କ ଦେଖାସାକ୍ଷାତ୍‌ରୁ ଉପକୃତ ହେବେ।
ଧନୁ
ଧନୁ
ମତଭେଦ ଓ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ଆଜିର ସଭାସମିତିରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସଫଳତା ମିଳିବ। ବକେୟା ଅର୍ଥ ଆଦାୟରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ଆଜିର ଯାତ୍ରା, ଯୋଗାଯୋଗ, ଗଣମାଧ୍ୟମ, ପ୍ରଶାସନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମକର
ମକର
ଆଜି କୌଣସି କାର୍ଯ୍ୟରେ ହାତ ଦେବାକୁ ସ୍ଥିର କଲେ ଅସୁବିଧାର ସମ୍ମୁଖୀନ ହେବେ। ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ମୂଲ୍ୟବାନ୍‌ ଜିନିଷଟି ପାଇଁ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିବାର ଆଶଙ୍କା ରହିଛି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରି ପ୍ରଶଂସିତ ହେବେ। ବନ୍ଧୁଙ୍କ ସାହାଯ୍ୟରୁ ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଚେଷ୍ଟା କରୁଥିବା କାମରେ, ଆନୁଷ୍ଠାନିକ କାର୍ଯ୍ୟ, କଚେରି ମାମଲା, ଜମିଜମା ବିବାଦ ପ୍ରଭୃତିରେ ଉପକୃତ ହେବେ।
ମୀନମୀନ
ପରିବାର ମଧ୍ୟରେ ବିଭିନ୍ନ ସମସ୍ୟାକୁ ସାମ୍ନା କରି ନ ପାରି ବିବ୍ରତ ହେବେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ଭୁଲ୍‌ ବୁଝାମଣାରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି। ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri