Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ
ଆଜି ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରିପାରନ୍ତି। ପରିବହନ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପରିବାର ମଧ୍ୟରେ ସମସ୍ୟା ଭିତରେ ଗତି କଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ସହକର୍ମୀଙ୍କ କାର୍ଯ୍ୟରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ ସମସ୍ୟା ବଡ଼ ଆକାର ଧାରଣ କରିବାର ଆଶଙ୍କା ରହିଛି । ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସଂପନ୍ନ ହେବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ପଡ଼ିପାରନ୍ତି।
ସି˚ହ
ସି˚ହ
ସ୍ବାସ୍ଥ୍ୟ ପ୍ରତି ଯନତ୍ବାନ୍‌ ନ ହେଲେ ପରେ ଅନୁତାପ କରିବାକୁ ପଡ଼ିବ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିବେ। ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିପାରନ୍ତି। ଆମତ୍ୀୟଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭ କରି ଆଜିର ସନ୍ଧ୍ୟା ସମୟଟି ପ୍ରାୟତଃ ଭଲ ରହିବ। ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ଚେଷ୍ଟା କଦାପି ବିଫଳ ହେବନି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ବନ୍ଧୁ ଆଗ ଭଳି ତାହାର ମନୋଭାବ ନ ଥିବା ଅନୁଭବ କରିପାରନ୍ତି।
ବିଛା
ବିଛା
ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି, ସେଥିରେ କିଛି ଅସୁବିଧା ହେବନି। କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତ୍‌ରୁ ଉପକୃତ ହେବେ।
ଧନୁ
ଧନୁ
ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ଅସମର୍ଥିତ ସୂତ୍ରରୁ ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସି ଆପଣଙ୍କୁ ସାହାଯ୍ୟ କରିବେ। ବକେୟା ଅର୍ଥ ଆଦାୟ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବାକୁ ଆଗେଇ ଆସିପାରନ୍ତି।
ମକର
ମକର
ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ସବୁ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରି ପ୍ରଶଂସିତ ହେବେ। ବନ୍ଧୁଙ୍କ ସାହାଯ୍ୟରୁ ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡ଼ୋଶୀ କିିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ।
ମୀନମୀନ
ବିଭିନ୍ନ ସମସ୍ୟାର ସାମ୍‌ନା କରି ନ ପାରି ବିବ୍ରତ ହେବେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ। ପାରସ୍ପରିକ ଭୁଲ୍‌ ବୁଝାମଣାରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି। ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri