Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ
ଆଜି ମାନସିକ ଅସ୍ଥିରତା କାରଣରୁ ଉଦ୍‌ବେଗ ଲାଗି ରହିବ। ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ବିଷୟରେ ୨ବନ୍ଧୁଙ୍କ ସହ ଆଲୋଚନା କରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କିନ୍ତୁ ଆପଣ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ।
ବୃଷ
ବୃଷ
ଦୂରସ୍ଥ ସନ୍ତାନଙ୍କ ସମସ୍ୟା ସମାଧାନର ଓ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ଆଗାମୀକାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋରଦାର କରିପାରନ୍ତି। କୌଣସି ଆମତ୍ୀୟଙ୍କ ଅସହଯୋଗ, ସମାଲୋଚନାରେ କ୍ଷୁବ୍ଧ ହେବେ।
ମିଥୁନ
ମିଥୁନ
ବହୁ ପୂର୍ବରୁ ଚିନ୍ତା ଓ ଯୋଜନା କରିଥିବା କିଛି ନୂତନ କାମ ସକାଶେ ଚେଷ୍ଟା କରିପାରନ୍ତି। ପଡ଼ୋଶୀଙ୍କ ବୈର ମନୋଭାବରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଉପସ୍ଥିତ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
କର୍କଟ
କର୍କଟ
ପ୍ରତ୍ୟେକ ସ୍ତରରେ ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ। ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ବ୍ୟବସାୟ, ପରିବହନ, କ୍ରୀଡ଼ା, ସଭାସମିତି ଆଦିରେ ସମସ୍ୟା ସମାଧାନ ହେବ। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ସାମାଜିକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି। ବୁଦ୍ଧିଜୀବୀଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ଅନର୍ଥର କାରଣ ହୋଇପାରେ। ପ୍ରବାସରେ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତତାବୋଧ ହ୍ରାସ ପାଇବ।
କନ୍ୟା
ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ଗୃହସୀମା, କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବା କାରଣରୁ ଚିନ୍ତିତ ହେବେ।
ତୁଳା
ତୁଳା
ସ୍ଥଗିତ କାମ ଶୃଙ୍ଖଳିତ ନ ହେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ଅଯଥା କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଚିତ୍ରା ନକ୍ଷତ୍ରର ପରିବାରରେ ସୁଖ ଶାନ୍ତି ରାଜୁତି କରିବ, କିନ୍ତୁ ଏଥିପାଇଁ କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ।
ବିଛା
ବିଛା
ଆଜି ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇବାରେ ସମର୍ଥ ହେବେ। ମନୋରଞ୍ଜନରେ, ଯାତ୍ରା ସମୟରେ, ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ, ବନ୍ଧୁପ୍ରିୟ ହେବେ। ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗର ଅଭାବ ରହିବ ନାହିଁ। କିଛି ଲୋକ ଆପଣଙ୍କ ବିରୋଧରେ ଅପପ୍ରଚାର କରିପାରନ୍ତି।
ଧନୁ
ଧନୁ
ଆପଣଙ୍କୁ ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ସାମାଜିକ ସ୍ତରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପାରନ୍ତି। ଆକସ୍ମିକ ଭାବରେ ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।
ମକର
ମକର
ଯୋଜନାବଦ୍ଧ ଭାବରେ ଆରମ୍ଭ କରିବାକୁ ଯାଉଥିବା ନୂତନ କର୍ମଟି ପ୍ରୀତିପଦ ରହିବ। ଶ୍ରବଣା ନକ୍ଷତ୍ରର ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢ଼ିପାରେ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସହାୟକ ହୋଇପାରେ। ଆଜି ହଠାତ୍‌ ନୂତନ କର୍ମସଂସ୍ଥାନ ପାଇଁ ମନ ଦେଇପାରନ୍ତି। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ।
ମୀନମୀନ

ନିଜର ଲୋକମାନଙ୍କ ଚାଲିଚଳଣ ଓ ଆଚାର ବ୍ୟବହାରକୁ ନାପସନ୍ଦ କରିପାରନ୍ତି। କେତେକ କାମରେ ପ୍ରତିବନ୍ଧକ ଯୋଗୁ ଆଶାନୁଯାୟୀ ଅଗ୍ରଗତି ହୋଇ ପାରିବ ନାହିଁ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri