Posted inRasifala

ରାଶିଫଳ: ସୋମବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ
ଆଜି ଅତୀତ ସ୍ମୃତିର ଅଜଣା ଆବେଗରେ ମନ ଉତ୍‌ଫୁଲ୍ଲିତ ରହିବ। କୈାଣସି ପ୍ରିୟବନ୍ଧୁଙ୍କ ସହ ନୁତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆନୁଷ୍ଠାନିକ କାମରେ ସହଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ। ଅତୀତ ଶତ୍ରୁତାକୁ କେନ୍ଦ୍ରକରି ବୃଥାଶଙ୍କାରେ ମନ ଆନ୍ଦୋଳିତ ହୋଇପାରେ।
ବୃଷ
ବୃଷ
ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷାକରି ଯାତ୍ରା କରିବାକୁ ବାଧ୍ୟ ହେବେ। କାମଗୁଡିକର ପୂର୍ଣ୍ଣାଙ୍ଗ ସକାଶେ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ଗୃହ ନିର୍ମାଣ ସମ୍ପର୍କୀୟ ସମସ୍ୟାର ଆଶଙ୍କା ରହିଛି। ସାହିତ୍ୟ, ସାମ୍ବାଦିକତା, ଏଜେନ୍ସିପ୍‌ ପ୍ରଭୃତିରେ ସମସ୍ୟା ସମାଧାନ ପୂର୍ବକ ଆଶାପୂରଣ ହେବ।
ମିଥୁନ
ମିଥୁନ
ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କୈାଣସି କାମ ଅଟକିବ ନାହିଁ। ଧାରକରଜ କରି ଆବଶ୍ୟକତା ପୂରଣ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ରୋଗପୀଡା ନିୟନ୍ତ୍ରଣ ମଧ୍ୟରେ ରହିବ। ସହନଶୀଳତା ଆଚରଣ କରି ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
କର୍କଟ
କର୍କଟ
ହଜିଲା ଦିନର ଅଭୁଲା ସ୍ମୃତିକୁ ମନେ ପକାଇ ଭାବ ବିଭୋର ହେବେ। କର୍ମକ୍ଷେତ୍ରର ଅବ୍ୟବସ୍ଥା ମାନସିକ ସ୍ଥିତିକୁ ନିରୁସତ୍ାହିତ କରିବ। ନିଜ ଲୋକ ମାନଙ୍କ ଅନାଦର ଓ ଖାପଛଡା ମନୋଭାବରୁ ସାମୟିକ ଦୁଃଖୀ ହୋଇପାରନ୍ତି। ଅବଶ୍ୟ ଅର୍ଥନୈତିକ, ସାମାଜିକ, ରାଜନୈତିକ କ୍ଷେତ୍ରରେ ସମ୍ମାନ ଅକ୍ଷୁର୍ଣ୍ଣ ରହିବ।
ସି˚ହ
ସି˚ହ
ସ୍ଥଗିତ କାମକୁ ପୂର୍ଣ୍ଣାଙ୍ଗ କରି ଶାନ୍ତିରେ ନିଶ୍ୱାସ ମାରିବେ। କିନ୍ତୁ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ବ୍ୟବସାୟିକ କ୍ଷେତ୍ରରେ ପ୍ରତିଯୋଗୀତା ମନୋଭାବ ସୃଷ୍ଟି ହେବ। ହଠାତ୍‌ ଜଣେ ବନ୍ଧୁ ଆର୍ଥିକ ସହାୟତାରେ କାମ ହାସଲ କରି ପାରିବେ।
କନ୍ୟା
କାମ ସୁବିଧାରେ ସମ୍ପନ୍ନ ଦିଗରେ ଜଣେ ବ୍ୟକ୍ତିଙ୍କ ଅବଦାନ ଅବିସ୍ମରଣୀୟ ରହିବ। ନିଜ ପରିବାରର ବ୍ୟକ୍ତିଙ୍କ ଅସହଯୋଗ ମନୋଭାବରୁ ବ୍ୟଥିତ ହେବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କଷ୍ଟକର ହୋଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ।
ତୁଳା
ତୁଳା
ଆକସ୍ମିକ ଅଭିଳାଷ ପୂରଣ ହେବା ସହିତ ଅଭାବ ଅସୁବିଧା ଦୂରେଇ ଯିବ। କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଟେନ୍ସନ ଲାଗିରହିବ। ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ନିକଟରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ । କଳା, ସାହିତ୍ୟ, ସଙ୍ଗୀତ, ରାଜନୀତି, ସାମ୍ବାଦିକତା, ଆଇନ ଓ ଅଦାଲତ କ୍ଷେତ୍ରରୁ ଶୁଭଫଳ ପାଇବେ।
ବିଛା
ବିଛା
ସାଧାରଣ କଥାକୁ ନେଇ ଭୁଲ୍‌ ବୁଝାମଣା ହେତୁ ଦୀର୍ଘ ଦିନର ସୁସମ୍ପର୍କରେ ଭଟ୍ଟା ପଡିପାରେ। ସ୍ବାସ୍ଥ୍ୟ ସମସ୍ୟା ନିମ୍ନାଭିମୁଖୀ ହେବା କାରଣରୁ ଦୁଃଶ୍ଚିନ୍ତା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ମତାନ୍ତର ହଠାତ୍‌ ବଦଳିବା ଆଶା ନିରର୍ଥକ ହୋଇପାରେ । ସାହିତ୍ୟ, ସାମ୍ବାଦିକତା, କ୍ରୀଡା, ଚଳଚ୍ଚିତ୍ର ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅବହେଳା କରି ପାରିବେନାହିଁ। ମନ ଭଲ ନରହିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ ।
ମକର
ମକର
ଅନ୍ୟ ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଂଚିବ। ବହୁ କଷ୍ଟରେ ସାଇତି ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯାଇପାରେ।
କୁମ୍ଭ
କୁମ୍ଭ
ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ କାମଟିକୁ ପୁରା କରି ପାରିବେ ନାହିଁ। ଯାହାକୁ ନିଜର ବୋଲି ମନେ କରିବେ ସେହିଁ ଧୋକା ଦେବାର ବହୁ ସମ୍ଭାବନା ରହିଛି । ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର ନକରିବା ବଡ ଭୁଲ୍‌ ହୋଇପାରେ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବଯାହାକି ମୁଣ୍ଡବ୍ୟଥାର କାରଣ ପାଲଟିଯିବ।
ମୀନମୀନ
ନିକଟ ଅତୀତରେ ବହୁତ ଗୁଡାଏ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କୈାଶଳ ପ୍ରୟୋଗ କରି ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡିବାରେ ସମର୍ଥ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?