Posted inRasifala

ରାଶିଫଳ: ଗୁରୁବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ
ରାଶିରେ ଚନ୍ଦ୍ର ଥିବାରୁ ପ୍ରାଥମିକ ଅବସ୍ଥାରେ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଲେ ମଧ୍ୟ ପରେ ସବୁ ଠିକ୍‌ ହୋଇଯିବ। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ନିଜ ପରିସରରେ ସତର୍କତା ଜରୁରୀ। ଅଟକି ରହିଯାଇଥିବା କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ପାପଗ୍ରହ ଯୁକ୍ତ ରବି ହେତୁ ଘରୋଇ କାମରେ ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହେବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ସମ୍ପର୍କୀୟଙ୍କ ଅସହଯୋଗ ଅଭିଳାଷ ପୂରଣରେ ପ୍ରତିବନ୍ଧକ ସାଜିବ।
ମିଥୁନ
ମିଥୁନ
ତୃତୀୟାଧିପତିଙ୍କ ସ୍ଥିତିରୁ ବନ୍ଧୁମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର ଯୋଜନା କରିବେ। ଭଲ ପଡ଼ୁନଥିବା ବ୍ୟକ୍ତିଙ୍କ ସହ ଦୀର୍ଘ ଦିନର ଶତ୍ରୁତା ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ। ଅଫିସରେ ଗୋଡ଼ ଟଣାଟଣି ହେତୁ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ। ନିଜ ନିଜର ଜୀବିକା କ୍ଷେତ୍ରରେ ଆଶା କରୁଥିବା ପ୍ରକାରେ ଫଳ ପାଇବେ।
କର୍କଟ
କର୍କଟ
କର୍ମଭାବସ୍ଥ ଶୁଭଗ୍ରହ ଯୋଗୁ ହାତକୁ ନେଇଥିବା କାମଗୁଡ଼ିକ ସୁରୁଖୁରୁରେ ହୋଇଯିବ। ଆଜି ବିଶେଷତଃ ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ମାତ୍ର ବିଭିନ୍ନ ପ୍ରକାରର ଅସ୍ବାଭାବିକ ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିପାରେ। ଦୂର ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ।
ସି˚ହ
ସି˚ହ
ସପ୍ତମସ୍ଥ ଏକାଧିକ ଗ୍ରହଜନିତ ଆଜି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ସ୍ତ୍ରୀଙ୍କ ସ୍ବାସ୍ଥ୍ୟ ଭଲ ନ ଥିବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବା କଷ୍ଟକର ହୋଇପାରେ। ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ।
କନ୍ୟା
କେତୁଙ୍କ ପ୍ରଭାବରୁ ଆଜି କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟ ଧରି ସ୍ଥିର ଭାବରେ ରହିପାରିବେ ନାହିଁ। ବ୍ୟବସାୟରେ ନୂତନ ଦିଗ କିଛି ଯୋଡ଼ିବା ସକାଶେ ଚିନ୍ତା କରିବେ। ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ପୁରାତନ ରୋଗ ପୀଡ଼ା କଷ୍ଟଦାୟକ ହୋଇପାରେ।
ତୁଳା
ତୁଳା
ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନରୁ ରୋଗପୀଡ଼ା ଲାଘବ ହେବ। ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ। ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ଅଶାନ୍ତି ବାତାବରଣରୁ ଦୁଃଖୀ ହେବେ। ଧର୍ମକାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ମନୋନିବେଶ କଲେ ଉପକୃତ ହେବେ। ଆଇନ, ଅଦାଲତ ଓ ପ୍ରଶାସନିକ ସ୍ତରରେ ସଫଳତା ମିଳିବ।
ବିଛା
ବିଛା
ଶନି ଓ ମଙ୍ଗଳ ଚତୁର୍ଥଭାବସ୍ଥ ଯୋଗୁ ସମସ୍ୟାଜନିତ ଝଡ଼ଝଞ୍ଜା ମଧ୍ୟ ଦେଇ ହାସଲ କରିବେ। ପାରସ୍ପରିକ ସହମତିରେ କାମ କରିଚାଲିଲେ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ, କିନ୍ତୁ କ୍ଷତି ହେବନି। ମାନସିକ ଅବସାଦ ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ।
ଧନୁ
ଧନୁ
ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସତର୍କରେ ଚଳିବା ଭଲ ହେବ। ଲାଭାଧିପ ଉଚ୍ଚସ୍ଥ ଥିବା କାରଣରୁ ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ ନତୁବା ସମାଲୋଚିତ ହେବାକୁ ପଡ଼ିବ। ସଭାସମିତି, କ୍ରୀଡ଼ା, ବକ୍ତୃତା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ହାସଲ କରିପାରିବେ।
ମକର
ମକର
କେନ୍ଦ୍ରସ୍ଥ ତୃତୀୟାଧିପ ହେତୁ ସକାଳୁ ବନ୍ଧୁଙ୍କ ଡାକରା ପାଇ ଦୂରଭ୍ରମଣ କରିପାରନ୍ତି। ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟରୁ ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କମିପାରେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ, କିନ୍ତୁ ମୁହଁରେ କିଛି କହିପାରିବେ ନାହିଁ। ଋଣ ପରିଶୋଧଜନିତ ଅପଦସ୍ଥ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ସହ ସଭାସମିତିରେ ସୁନାମ ଅର୍ଜନ କରିବେ। ବ୍ୟବସାୟ, ପରିବହନ ତଥା ପ୍ରଶାସନିକ କ୍ଷେତ୍ର ପ୍ରତ୍ୟେକଟିରେ ସୁଫଳ ପାଇବେ। ଧନସ୍ଥାନସ୍ଥ ଗ୍ରହଜନିତ ଅଚାନକ ଶୁଭଖବର ପାଇ ଖୁସି ହେବେ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ

ବୁଧଙ୍କ ସ୍ଥିତିଜନିତ ପାରିବାରିକ କ୍ଷେତ୍ରରେ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ, ମାତ୍ର ବନ୍ଧୁ ସମ୍ପର୍କରେ ଅବନତି ଘଟିପାରେ। ନୂତନ ବସ୍ତ୍ର, ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବନ୍ଧୁମିଳନ, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଏବଂ ପ୍ର୍ରଶଂସା, ପ୍ରୋତ୍ସାହନରୁ ଖୁସି ରହିବେ। ପରିବାରରେ ପିଲାମାନଙ୍କ କଥାକୁ ଅଗ୍ରାଧିକାର ଦେଇ କାମ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri