Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ
ଆଜି କୌଣସି ଲୋଭନୀୟ ଜିନିଷ ବନ୍ଧୁଙ୍କ ମାଧ୍ୟମରେ ପ୍ରାପ୍ତ ହେବ। ଦ୍ୱିଜା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡି, ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ଭାବନା ଦେଖାଦେଇପାରେ। ପିଲାଙ୍କ ବିବାହ ସମ୍ପର୍କରେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ବୃଷ
ବୃଷ
ଆଜି ସକାଳୁ ଜଣେ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡନ ସୃଷ୍ଟି କରିବ। ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ରୋହିଣୀ ନକ୍ଷତ୍ରର କାଯ୍ୟହାନି ଯୋଗୁ ମନ ଉଦାସ ରହିବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ଗତକାଲି ରାତ୍ରିରୁ ପାରିବାରିକ ଅସ୍ଥିରତା ଓ ଅଶାନ୍ତି ଯୋଗୁ ମନ ଭଲ ରହିବ ନାହିଁ। ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ଆରଦ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେଇ ପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜିର କର୍ମଜଞ୍ଜାଳ ବୃଦ୍ଧିପାଇବାରୁ ଭଲରୂପେ ଖାଇବାକୁ ସମୟ ପାଇବେ ନାହିଁ। ପୁଷ୍ୟା ନକ୍ଷତ୍ର ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କ ସନ୍ଦେଶ ଆପଣଙ୍କୁ ସାହାଯ୍ୟ କରିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ମଘା ନକ୍ଷତ୍ର ପାରିବାରିକ ଅଶାନ୍ତି ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। ନିକଟସ୍ଥ ବ୍ୟକ୍ତି ବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ। ରଚନାମତ୍କ କାମ, ସାହିତ୍ୟ, ସାମ୍ବାଦିକତା, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅବଶ୍ୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ତ ନିଶ୍ଚୟ ପାଇବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଭୋଗବିଳାସରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। ଚିତ୍ରା ନକ୍ଷତ୍ର ମଧ୍ୟାହ୍ନରେ ଅଫିସ ଭିତରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କଚେରି ମାମଲା କିମ୍ବା ଜମିଜମା ସମ୍ପର୍କୀୟ ବିବାଦ ହେତୁ ଦୁଚିନ୍ତା ବଢ଼ିପାରେ।
ବିଛା
ବିଛା
ଆଜି ଆକସ୍ମିକ ଭାବରେ ସକାଳୁ ସକାଳୁ ଯାତ୍ରା କରିବାକୁ ପଡିବ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଜ୍ୟେଷ୍ଠା ନକ୍ଷତ୍ର କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଫେରନ୍ତା ବାଟରେ ଶତ୍ରୁ କବଳରୁ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦମୁକ୍ତ ହେବେ।
ଧନୁ
ଧନୁ
ଘରର ପରିସ୍ଥିତି ଆପଣଙ୍କ ପାଇଁ ଦୁଶ୍ଚିନ୍ତାର କାରଣ ହେବ। ଉତ୍ତରାଷାଢା ନକ୍ଷତ୍ରର ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିିତ କରିବ। ଦୀର୍ଘ ଦିନରୁ ପ୍ରତୀକ୍ଷା କରିଥିବା ଆଜି ସକାଳୁ ସକାଳୁ ଶୁଭ ଖବର ପାଇ ଉଲ୍ଲସିତ ହେବେ। ବିଳାସ ବ୍ୟସନ କିମ୍ବା ସଭାସମିତିରେ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ।
ମକର
ମକର
କର୍ମକ୍ଷେତ୍ରରେ ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ପରୋକ୍ଷ ଶତ୍ରୁତା କାରଣରୁ ନିର୍ମାଣାଧୀନ କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ସମସ୍ୟା ସୃଷ୍ଟି ହେବ। ଧନିଷ୍ଠା ନକ୍ଷତ୍ରର ପଡୋଶୀଙ୍କ ସହ ସମ୍ପର୍କରେ ଉନ୍ନତି ଘଟିବ।
କୁମ୍ଭ
କୁମ୍ଭ
ନିଜର ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଶତଭିଷା ନକ୍ଷତ୍ର ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସାମାଜିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବା ଦିଗରେ ବନ୍ଧଙ୍କ ସାହାଯ୍ୟ ଅବିସ୍ମରଣୀୟ।
ମୀନମୀନ
ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯାଇପାରେ। ଆପଣ ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଉତ୍ତରଭାଦ୍ରବ ନକ୍ଷତ୍ର ସକାଶେ ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ,ବନ୍ଧୁ ସମ୍ପର୍କରେ ସମସ୍ୟା ସୃଷ୍ଟି ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?