Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ
ଆଜି କୌଣସି ଲୋଭନୀୟ ଜିନିଷ ବନ୍ଧୁଙ୍କ ମାଧ୍ୟମରେ ପ୍ରାପ୍ତ ହେବେ। କୃତ୍ତିକା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡ଼ିମୋଟର, ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ। ପିଲାଙ୍କ ବିବାହ ସମ୍ପର୍କରେ ଆଲୋଚନା କରିପାରନ୍ତି ।
ବୃଷ
ବୃଷ
ଆଜି ରୋହିଣୀ ନକ୍ଷତ୍ରର ସକାଳୁ ଜଣେ ବନ୍ଧୁଙ୍କ କଥା ମନରେ ଆଲୋଡ଼ନ ସୃଷ୍ଟି କରିବ। ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ମନ ଉଦାସ ରହିବ। ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାର ସୂଚନା ରହିଛି।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣାଜନିତ ପାରିବାରିକ ଅସ୍ଥିରତା ଓ ଅଶାନ୍ତି ସକାଶରୁ ମନ ଭଲ ରହିବ ନାହିଁ। ବୈବାହିକ କର୍ମ ସକାଶେ ନୂତନ ବନ୍ଧୁସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କଲେ ଉପକୃତ ହେବେ। ପୁନର୍ବସୁ ନକ୍ଷତ୍ର ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ନିଷ୍ପତ୍ତି ନେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିପାରେ।
କର୍କଟ
କର୍କଟ
କର୍ମଜଞ୍ଜାଳ ବୃଦ୍ଧିପାଇବା କାରଣରୁ ଭଲରୂପେ ଖାଇବା ଲାଗି ସମୟ ପାଇବେ ନାହିଁ। ଅଶ୍ଳେଷା ନକ୍ଷତ୍ର ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତି ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ସାଧାରଣ କଥାକୁ କେନ୍ଦ୍ରକରି ପାରିବାରିକ ଅଶାନ୍ତି ହେତୁ ମନରେ ସରସତା ରହିବ ନାହିଁ। ସାମାଜିକ ସ୍ତରରେ ନିକଟସ୍ଥ ବ୍ୟକ୍ତି ପରୋକ୍ଷ ସମାଲୋଚନା କରିପାରନ୍ତି। ମଘା ନକ୍ଷତ୍ର ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ। ରଚନାମତ୍କ କାମ, ସାହିତ୍ୟ, ସାମ୍ବାଦିକତା, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଚିତ୍ରା ନକ୍ଷତ୍ର ଜାତ ବ୍ୟକ୍ତିମାନେ ଯାହା ଆଶା ରଖିଛନ୍ତି, ତାହା ନିଶ୍ଚୟ ପାଇବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରିପାରନ୍ତି। ପରିବାରରେ ପିଲା ମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନରେ ବନ୍ଧୁ ସାହାଯ୍ୟ କରିବେ। ଭୋଗବିଳାସରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। ସାମୟିକ ସାହାଯ୍ୟଜନିତ ଅଫିସ ଭିତରେ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। କଚେରି ମାମଲା କିମ୍ବା ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଶ୍ଚିନ୍ତା ବଢ଼ିପାରେ।
ବିଛା
ବିଛା
ଆଜି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ସକାଳୁ ଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଅନୁରାଧା ନକ୍ଷତ୍ର କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଫେରନ୍ତା ବାଟରେ ଶତ୍ରୁ କବଳରୁ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦମୁକ୍ତ ହୋଇପାରନ୍ତି।
ଧନୁ
ଧନୁ
ପାରସ୍ପରିକ ମତଭେଦ କାରଣରୁ ଘରର ପରିସ୍ଥିତି ଦୁଶ୍ଚିନ୍ତାର କାରଣ ହେବ। ମୂଳା ନକ୍ଷତ୍ର ସକାଶେ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ସକାଳୁ ସକାଳୁ ଶୁଭଖବର ପାଇ ଉଲ୍ଲସିତ ହୋଇପାରନ୍ତି। ବିଳାସବ୍ୟସନ କିମ୍ବା ସଭାସମିତିରେ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ।
ମକର
ମକର
କର୍ମକ୍ଷେତ୍ରରେ ମନକଥା ମନରେ ରଖି ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ପରୋକ୍ଷ ଶତ୍ରୁତା କାରଣରୁ ନିର୍ମାଣାଧୀନ କାମଟି କରିପାରିବେ ନାହିଁ। ବନ୍ଧୁଙ୍କଠାରୁ ଗୁଜବ ଶୁଣିବା ପରେ ବିଭିନ୍ନ ସମସ୍ୟା ସୃଷ୍ଟି ହେବ। ଶ୍ରବଣା ନକ୍ଷତ୍ରର ପଡ଼ୋଶୀଙ୍କ ସହ ସମ୍ପର୍କରେ ଉନ୍ନତି ଘଟିବ।
କୁମ୍ଭ
କୁମ୍ଭ
ଉଦ୍ଦେଶ୍ୟକୁ ଗୋପନ ରଖି ମନବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇବାରେ ସମର୍ଥ ହେବେ। ପୂର୍ବଭାଦ୍ର ନକ୍ଷତ୍ର ଚେଷ୍ଟା କରୁଥିବା କାମରେ ପରିବାରରୁ ସହଯୋଗ ପାଇ କାମ ହାସଲ କରିବେ। ସାମାଜିକସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ସୂଚନା ରହିଛି। ସ୍ବାସ୍ଥ୍ୟରେ ଉନ୍ନତି ହେବା ଦିଗରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ।
ମୀନମୀନ
ଆଜିର ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ଆପଣ ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ରେବତୀ ନକ୍ଷତ୍ର ନିଜ ଲୋକଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତବିବ୍ରତ ହୋଇପାରନ୍ତି। ଈର୍ଷାପରାୟଣତା ହେତୁ ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ ସମସ୍ୟା ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri