Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ସପ୍ତମ କେନ୍ଦ୍ରସ୍ଥ ଯୋଗୁ କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ର, ନୂତନ ଯୋଜନାରମ୍ଭ ଓ ବନ୍ଧୁମିଳନରୁ ଖୁସି ରହିପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ସାମୟିକ ପ୍ରତିବନ୍ଧକଜନିତ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ବୃଷ
ବୃଷ
ଆତ୍ମୀୟମାନଙ୍କ ସହଯୋଗରେ ଧର୍ମକାର୍ଯ୍ୟ, ସତ୍‌ସଙ୍ଗ ଓ ଆନୁଷ୍ଠାନିକ କାମ ପାଇଁ ଯୋଜନା କରିପାରନ୍ତି। ଉପଚୟସ୍ଥ ରବି ହେତୁ ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକ ଲାଗି ରହିବ। ବ୍ୟବହାରିକ ସ୍ଥାନରେ ଶୁକ୍ର, ଅର୍ଥ, ବିଳାସ ଉପକରଣ, ନୂତନ ମୈତ୍ରୀ ସମ୍ପର୍କ ସୃଷ୍ଟି କରିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହୋଇପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ରାହୁ ଅବସ୍ଥାନ କରିଥିବାରୁ ସମସ୍ୟାଗ୍ରସ୍ତ ହୋଇପାରନ୍ତି। ଅର୍ଥ ସମ୍ବନ୍ଧୀୟ କାରବାରରେ ବନ୍ଧୁ ସହିତ ମନୋମାଳିନ୍ୟ ଘଟିବାର ଆଶଙ୍କା ରହିଛି। ସାମୟିକ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ ଏବଂ ଦୂରଯାତ୍ରା ସକାଶେ ଦିନଟି ମନ୍ଦ ନୁହେଁ।
କର୍କଟ
କର୍କଟ
କର୍ମାଧିପ ଶନିଯୁକ୍ତ ଯୋଗୁ କର୍ମଜଞ୍ଜାଳ ବୃଦ୍ଧିଜନିତ ମାନସିକ ଅସ୍ଥିରତା ସୃଷ୍ଟି ହେବ। ପ୍ରତିଦ୍ୱନ୍ଦ୍ୱିତା, କ୍ରୀଡ଼ା ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ବିଚଳିତ ହୋଇପାରନ୍ତି। ବନ୍ଧୁ ପରିଜନଙ୍କ ସହିତ ଯାତ୍ରାରୁ ସୁଫଳ ପାଇବେ ଏବଂ ଲକ୍ଷ୍ୟ ପୂରଣ ହେବ।
ସି˚ହ
ସି˚ହ
ପୂର୍ବାହ୍ନରେ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ଅଫିସ୍‌ରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। କାର୍ଯ୍ୟହାନି ହେତୁ କିମ୍ବା ପରୋକ୍ଷ ଶତ୍ରୁତାରୁ ମନ ଠିକ୍‌ ରହି ନ ପାରେ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଅପରାହ୍ନରେ ପାଇବେ।
କନ୍ୟା
ବୃହସ୍ପତି ସହ ମଙ୍ଗଳଙ୍କ ସମ୍ବନ୍ଧ କାରଣରୁ କର୍ମକ୍ଷେତ୍ର ପ୍ରଶସ୍ତ ରହିବ। ଯାତ୍ରାରେ ସଫଳତା, ବାଣିଜ୍ୟ, ବ୍ୟବସାୟରେ ଲାଭ ଓ ସାମାଜିକ ସ୍ତରରୁ ସମ୍ମାନ ପାଇବେ। ଭାବ ପ୍ରବଣତାବଶତଃ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ। ପ୍ରତିଦ୍ୱନ୍ଦ୍ୱିତା, ପ୍ରକାଶନ, ପ୍ରଶାସନ ଓ ପରିବହନରେ ସମସ୍ୟା ବୃଦ୍ଧି ହୋଇପାରେ।
ତୁଳା
ତୁଳା
ଲାଭ ଭାବରେ ରାଶ୍ୟାଧିପ ଥିବା କାରଣରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ପଡ଼ୋଶୀ ସ୍ବାର୍ଥସାଧାନ ମାନସରେ ବାକ୍‌ଚାତୁରୀ କଥା କହିବେ। ଶନି ଓ ରବିଙ୍କ ପାରସ୍ପରିକ ବୈରତା କାରଣରୁ କଠିନ ପରିଶ୍ରମ କଲେ ମଧ୍ୟ ପାରିଶ୍ରମିକ ମନଲାଖି ହେବ ନାହିଁ। ଘର ଲୋକମାନଙ୍କ ଟୁପ୍‌ଟାପ୍‌ କଥା ମନକୁ ବିଚଳିତ କରିପାରେ।
ବିଛା
ବିଛା
ରାଶି ଓ ରାଶ୍ୟାଧିପତିଙ୍କ ପ୍ରତି ଗୁରୁଦୃଷ୍ଟି କର୍ମକ୍ଷେତ୍ରରେ ଗୌରବାର୍ଜନ ପୂର୍ବକ ଉଚ୍ଚ ପ୍ରଶଂସା ପ୍ରଦାନ କରିବ। କଳା, ସାହିତ୍ୟ, ସଂଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପଡ଼ୋଶୀ ଓ ସହକର୍ମୀଙ୍କ ତରଫରୁ ସାହାଯ୍ୟ ଅଭାବ ରହିବ ନାହିଁ। ରାହୁଙ୍କ ପ୍ରଭାବରୁ ଅନ୍ୟମନସ୍କତା ପରିହାର କରି ଯାନବାହନରେ ସତର୍କ ରୁହନ୍ତୁ।
ଧନୁ
ଧନୁ
ସ୍ବଗୃହୀ ତୃତୀୟ ଶନି ହେତୁ ପରିବାରରେ ତିକ୍ତ ସମ୍ପର୍କ ଉଭେଇ ଯିବ, ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ଟଣାଓଟରା ଲାଗିପାରେ। ବିବାଦୀୟ ଘଟଣାରେ ଶତ୍ରୁଠାରୁ ଦୂରେଇ ରହି କାମ କରିବା ଭଲ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସନ୍ଦେହ ଓ ସମସ୍ୟାକୁ ସୁଧାରି ନେବେ।
ମକର
ମକର
ଅନୁକୂଳ ଗ୍ରହସ୍ଥିତି ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସନ୍ତୋଷଜନକ ଫଳ ପାଇବେ। କଳା ସାହିତ୍ୟ, ପରିବାର ଭିତରେ, ପରିବହନରେ ସମସ୍ୟା ସମାଧାନ ହୋଇଯିବ। ବିବାଦୀୟ ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି। ଭୁଲ୍‌ ବୁଝାମଣା ଯୋଗୁ ପଡ଼ୋଶୀଙ୍କ କାର୍ଯ୍ୟକଳାପ ସନ୍ଦେହଜନକ ମନେହୋଇପାରେ।
କୁମ୍ଭ
କୁମ୍ଭ
ବୁଧ ଓ ଶୁକ୍ରଙ୍କ ସମ୍ପର୍କଜନିତ କାମର ଚାପ ମନକୁ ବିଚଳିତ କରିବ। ନୀଚାରୋହୀ ଶୁକ୍ର ହେତୁ ବନ୍ଧୁ ଗହଣରେ ନିଜକୁ ନୂ୍ୟନ ମନେ କରିପାରନ୍ତି। ପ୍ରତ୍ୟେକ କାମ ସହଜ ଓ ସୁବିଧାଜନକ ହୋଇ ନ ପାରେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି।
ମୀନମୀନ

ରାଶିରେ ରାହୁ ହେତୁ ହଠାତ୍‌ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି। ଅଷ୍ଟମଭାବସ୍ଥ ଚନ୍ଦ୍ରଜନିତ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ। ଧର୍ମସ୍ଥାନ ଗୁରୁଦୃଷ୍ଟ କାରଣରୁ କୌଣସି ଧାର୍ମିକ କାର୍ଯ୍ୟ ପାଇଁ ମନ ବଳାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri