Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୧୧ ତାରିଖ – Daily Horoscope

ମେଷ
ଆଜି ଶ୍ରୀଚନ୍ଦ୍ର ଓ ଏକାଦଶ ବୃହସ୍ପତି ଯୋଗୁ ସ୍ବାସ୍ଥ୍ୟ ନିୟନ୍ତ୍ରଣ ମଧ୍ୟରେ ରହିବ। କିନ୍ତୁ ବାଣିଜ୍ୟ, ବ୍ୟବସାୟ, ପ୍ଲଟିଂ କାରବାର ଯାତ୍ରା ସମସ୍ୟା ବହୁଳ ହୋଇପାରେ। ନିଜ ପରିସରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ କ୍ଷେତ୍ରର ଅସନ୍ତୋଷ ଆପୋସ ଆଲୋଚନା ଦ୍ୱାରା ସମାଧାନ ହୋଇପାରିବ।
ବୃଷ
ବୃଷ
ଚିନ୍ତାଧାରା ଅନୁଯାୟୀ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। ପାରିବାରିକ କ୍ଷେତ୍ରରେ ପିଲାମାନଙ୍କ ସ୍ବାସ୍ଥ୍ୟ ଓ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପ୍ରିୟଜନମାନଙ୍କ ସହ ସମ୍ପର୍କର ସୂତ୍ର କ୍ରମଶଃ ଛିଣ୍ଡି ଯାଉ ଥିବା କାରଣରୁ ଭାବପ୍ରବଣ ହୋଇପାରନ୍ତି।
ମିଥୁନ
ମିଥୁନ
ଅଷ୍ଟମସ୍ଥ ଶନି ଓ ବୁଧ ହେତୁ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ସହ କଳହରୁ ବିଚଳିତ ରହିବେ। ମାନସିକ ସ୍ଥିତି କାରଣରୁ କାମ ଶୃଙ୍ଖଳିତ ଭାବରେ ସମ୍ପନ୍ନ ହେବ ନାହିଁ। କୌଣସି ବୟସ୍କ ବନ୍ଧୁଙ୍କ ଅନୁଗ୍ରହ ଜନିତ ଦୁଃସ୍ଥ ମାନସିକତାରେ ପରିବର୍ତ୍ତନ ଘଟିପାରେ। ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ।
କର୍କଟ
କର୍କଟ
ସାମୟିକ ସମସ୍ୟା ସୃଷ୍ଟି କଲେ ମଧ୍ୟ ଆପଣଙ୍କ କର୍ମପ୍ରବାହର ଗତିରୋଧ କରିପାରିବ ନାହିଁ। ବାଣିଜ୍ୟ, ପରିବହନ, ପ୍ରଶାସନ ଓ ଆନୁଷ୍ଠାନିକ କାର୍ଯ୍ୟକ୍ରମରେ ଟେନସନ୍‌ ଲାଗିରହିବ। ସନ୍ତାନଙ୍କ ରୁଗ୍‌ଣ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ। ନୂତନ କର୍ମସଂସ୍ଥାନ, ମନୋରଞ୍ଜନ, ଭ୍ରମଣ ଓ ବନ୍ଧୁମିଳନଜନିତ ଦିନଟି କେତେକାଂଶରେ ଉପଭୋଗ୍ୟ ରହିପାରେ।
ସି˚ହ
ସି˚ହ
ଉଚ୍ଚଶିକ୍ଷା, ଲୋକସମ୍ପର୍କ, ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରି ପ୍ରଶଂସିତ ହେବେ। ଅଫିସିଆଲି ସ୍ଥଗିତ କାମପାଇଁ କୈଫିୟତ୍‌ ଦେବାକୁ ପଡ଼ିପାରେ। ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଦୂର ହେବାର ସମ୍ଭାବନା ରହିଛି। ଅର୍ଥସମ୍ପର୍କୀୟ ବିବାଦ ସାମୟିକ ମାନସିକ ଅସ୍ଥିରତାର କାରଣହେବ।
କନ୍ୟା
ଅଷ୍ଟମଚନ୍ଦ୍ର ଯୋଗୁ କାମଟି ବିଗିଡ଼ିଯିବା କାରଣରୁ ମନେ ମନେ ବିରକ୍ତି ଅନୁଭବ କରିପାରନ୍ତି। ଏହାସଙ୍ଗକୁ ବାଣିଜ୍ୟ, ବ୍ୟବସାୟ, ଯାତ୍ରା, ପରିବହନ ସମ୍ପର୍କରେ ଚିନ୍ତା ବଢ଼ିଯିବ। କଳହର ସମ୍ମୁଖୀନ ହୋଇପାରନ୍ତି। ସାମାଜିକ କ୍ଷେତ୍ରରେ, ସଭାସମିତିରେ, ଆଲୋଚନା ଅବସରରେ, ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ତୁଳା
ତୁଳା
କୌଣସି ବିବାଦୀୟ ମନ୍ତବ୍ୟ ଦେଇ କିମ୍ବା ସନ୍ତାନ ହେତୁକ କଳହର ସମ୍ମୁଖୀନ ଆଶଙ୍କା ରହିଛି। ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ଘରୋଇ ବ୍ୟାପାରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ବନ୍ଧୁମାନଙ୍କ ଗହଣରେ ଅଧିକାଂଶ ସମୟ ଅତିବାହିତ କରିବାର ସୁଯୋଗ ପାଇବେ।
ବିଛା
ବିଛା
ସମ୍ପର୍କୀୟଙ୍କ ସହ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପଦସ୍ଥ ବ୍ୟକ୍ତିଙ୍କ ସହାୟତାରେ ବିଭିନ୍ନ ପ୍ରକାରର ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରି ଖୁସୀ ରହିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଗତକାଲିର ମତାନ୍ତରଜନିତ ସମସ୍ୟାର ସମାଧାନ ହୋଇଯିବ। ସନ୍ତାନଙ୍କ ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ଅନ୍ୟାନ୍ୟ କାର୍ଯ୍ୟରେ ବ୍ୟସ୍ତ ରହିବା କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ। କୌଣସି ପ୍ରମାଣ ନ ଥାଇ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ।
ମକର
ମକର
କୌଶଳ ପ୍ରୟୋଗ କରି ଅଭିଳଷିତ କାମ ହାସଲ କରିବାରେ ସମର୍ଥ ହେବେ। ସାମାଜିକ, ଆର୍ଥିକ, ରାଜନୈତିକ ଓ ପାରିବାରିକ କ୍ଷେତ୍ରକୁ ସମସ୍ୟାମୁକ୍ତ ରଖିବ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବ। ଯୁକ୍ତିତର୍କଜନିତ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ଅଭାବ ନ ଥିଲେ ମଧ୍ୟ ଅର୍ଥ ସମ୍ପର୍କୀୟ କାମରେ ଅସ୍ଥିରତା ଲାଗି ରହିବ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହେବା ସହ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢ଼ିପାରେ।
ମୀନମୀନ
ସ୍ବାସ୍ଥ୍ୟ ଭଲ ରହିବା ସଙ୍ଗକୁ ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। ବିଳମ୍ବିତ ସମୟରେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବା ବ୍ୟତୀତ ଅନ୍ୟ କୌଣସି ଅସୁବିଧା ରହିବ ନାହିଁ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ଆଜି ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri