Posted inRasifala

ରାଶିଫଳ: ଗୁରୁବାର, ଜାନୁଆରୀ ୧୧ ତାରିଖ – Daily Horoscope

ମେଷ
ଆଜି ମଙ୍ଗଳ ଓ ବୃହସ୍ପତିଙ୍କ କ୍ଷେତ୍ର ବିନିମୟ ପ୍ରଭାବରୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଶନି ଦୃଷ୍ଟ ଗୁରୁ ହେତୁ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। ଅଟକିଥିବା କାର୍ଯ୍ୟ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ। କୃଷି, ବ୍ୟବସାୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବୃଷ
ବୃଷ
ଶୁକ୍ର ନିଜ ରାଶିକୁ ଦେଖୁଥିବାରୁ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯନତ୍ କରିବେ ଓ ଅଭିଳଷିତ ଦ୍ରବ୍ୟ ପାଇବାରେ ଅସୁବିଧା ହେବ ନାହିଁ। ଅଫିସ୍‌ କାମର ଚାପ ଲାଗିରହିବ। ପରିବାର କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ମାନସିକ ଅଶାନ୍ତିର କାରଣ ହୋଇପାରେ। ସାମାଜିକ ସ୍ତରରେ କୃତୀ ଓ କୃତିତ୍ୱଜନିତ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ମିଥୁନ
ମିଥୁନ
ସପ୍ତମସ୍ଥ ଏକାଧିକ ଗ୍ରହ ହେତୁ ଆଜିର ଯାତ୍ରା କଷ୍ଟପ୍ରଦ ରହିପାରେ। ଅସୁବିଧା ଭିତରେ ଅଭିଳଷିତ ଫଳ ପାଇବେ। ବନ୍ଧୁଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେକରି କାମ ହାସଲ କରିପାରନ୍ତି। ହାତକୁ ନେଇଥିବା କାମଗୁଡିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ। ପାରିବାରିକ ସମସ୍ୟାର ସମାଧାନ ଘଟିବ।
କର୍କଟ
କର୍କଟ
ଆଜି ଯାହା କରିବା ପାଇଁ ଚିନ୍ତା କରିଥିଲେ ସେଥିରେ ଅସୁବିଧା ହେବନାହିଁ। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନ ନେଲେ ସମସ୍ୟାର ସମ୍ମୁଖୀନ ହେବେ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। କାର୍ଯ୍ୟବ୍ୟସ୍ତତା ଯୋଗୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ।
ସି˚ହ
ସି˚ହ
ଦ୍ୱିତୀୟସ୍ଥ କେତୁ ହେତୁ ପରିବାରର ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ର କରି ଟଣାଓଟରା ଲାଗିପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗିପାରେ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ।
କନ୍ୟା
ସମସ୍ୟାଗୁଡ଼ିକ କମିବା ବଦଳରେ ବୃଦ୍ଧି ପାଉଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ବିଷମ ପରିସ୍ଥିତିରେ ବନ୍ଧୁଙ୍କଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବା ସାଙ୍ଗକୁ ସାଥୀଙ୍କ ସହ ଭ୍ରମଣ ସୁଯୋଗ ଜୁଟିବ। ସାହିତ୍ୟ,ସାମ୍ବାଦିକତା, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ମନ କଥା ମନରେ ରଖି କାମକୁ ବାହାରି ପଡ଼ିବେ ଓ କାମ କରିବାରେ କୌଣସି ଅସୁବିଧା ହେବ ନାହିଁ। କିନ୍ତୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବା ସହ ସରକାରୀ ସ୍ତରରୁ ଅର୍ଥ ପାଇବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବିଛା
ବିଛା
ସକାଳୁ ପ୍ରିୟଜନଟିର ସ୍ବାସ୍ଥ୍ୟାଗତ ସମସ୍ୟା ମନକୁ ନିରୁତ୍ସାହିତ କରିବ। ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇ ମନ ଭଲ ରହିବ ନାହିଁ। ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ଏବଂ ଆଜିର ବ୍ୟବସାୟ ପ୍ରାୟତଃ ଭଲ ହେବ। ଅତି ନିକଟରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଆତ୍ମୀୟଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଅଫିସରଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଘରୋଇ କଳହରେ ବହୁତ ସମୟ ଅପବ୍ୟୟ କରିପାରନ୍ତି।
ମକର
ମକର
ନିଜ ସହ ଆଦୌ ପଡୁ ନ ଥିବା ଲୋକମାନେ ଗୁଣଗାନ ବଦଳରେ ନିନ୍ଦା ରଟନା କରିବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କିମ୍ବା ଅଫିସରେ କଳହ ସୃଷ୍ଟି ହୋଇପାରେ। ସଭାସମିତି, ଆନୁଷ୍ଠାନିକ କାମ, କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସା ମିଳିବ। ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିପାରନ୍ତି। କର୍ମକ୍ଷେତ୍ରରେ ଅଭାବନୀୟ ସ୍ଥିତିରୁ ସହସା ମୁକ୍ତି ମିଳିବ। ଆକସ୍ମିକ କୌଣସି ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବହୁତ ଦିନର ନୂଆ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ।
ମୀନମୀନ

ଆଜି ସଭାସମିତି, କଳା, ସାହିତ୍ୟ କ୍ଷେତ୍ର ସହ ଦିନଟି ଆର୍ଥିକ ଦୃଷ୍ଟିକୋଣରୁ ମନ୍ଦ ନୁହେଁ। କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ କିନ୍ତୁ କୌଣସି କାମ ଅଟକିବ ନାହିଁ। ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?