Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ
ଆଜିର ଅପୂର୍ବ ଗ୍ରହଯୋଗ ପାରିବାରିକ, ସାମାଜିକ, ଆନୁଷ୍ଠାନିକ କାମରେ ଉତ୍ସାହିତ କରିବ। ଚତୁର୍ଥଭାବସ୍ଥ ଗ୍ରହ ପ୍ରଭାବରୁ ବନ୍ଧୁ ଗହଣରେ ସମୟ କଟାଇବେ। କେତେକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି କିମ୍ବା ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟ, ପରିବହନରେ ଆଶା ଅନୁଯାୟୀ ସଫଳତା ମିଳିବ।
ବୃଷ
ବୃଷ
ତୃତୀୟସ୍ଥ ଚନ୍ଦ୍ର ଓ ଶୁକ୍ର ପ୍ରଭୃତି ଆପଣଙ୍କୁ ସାଂସ୍କୃତିକ କାର୍ଯ୍ୟ, ସଙ୍ଗୀତ ସମାରୋହରେ ସମ୍ମାନ ପ୍ରଦାନ କରିପାରେ। ମୃଗଶିରା ଅନ୍ୟ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡ଼ିବ। ଅଫିସ୍‌ରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ।
ମିଥୁନ
ମିଥୁନ
ସୁମଧୁର ବ୍ୟବହାର ଅନ୍ୟମାନଙ୍କୁ ଆପ୍ୟାୟିତ କରି ଶ୍ରଦ୍ଧାଭାଜନ ହେବେ। ବୁଧ ରାଶିରେ ରହିଥିବାରୁ ଦିନସାରା ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ପରସ୍ପର ଗୋଡ଼ ଟଣାଟଣି ହେତୁ କାମ ହାସଲ କଷ୍ଟକର ହେବ। ପରିବାରରେ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଗୋଳମାଳିଆ ପରିସ୍ଥିତି ଦେଖା ଦେବ ନାହିଁ।
କର୍କଟ
କର୍କଟ
ଜନ୍ମ ଚନ୍ଦ୍ର ଯୋଗୁ ଚେଷ୍ଟା କରୁଥିବା କାମ ସୁରୁଖୁରୁରେ ହୋଇଯିବ। ବନ୍ଧୁଙ୍କ ସହାୟତାରେ ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ, କିନ୍ତୁ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ଅଶ୍ଳେଷା ପାଇଁ ବିଭିନ୍ନ ପ୍ରକାରର ଅସ୍ବାଭାବିକ ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ଆଜି ଦ୍ୱାଦଶ ଚନ୍ଦ୍ରଙ୍କ ଯୋଗୁ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ହାସଲ କରିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପରିବାର ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥ ଆବଶ୍ୟକତା ପଡ଼ିପାରେ। ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ।
କନ୍ୟା
ବୁଧାଦିତ୍ୟ ଯୋଗଜନିତ ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ। ଫେରନ୍ତା ବାଟରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆୟ ବୃଦ୍ଧି ଲାଗି ବ୍ୟବସାୟରେ ନୂତନ କିଛି ଯୋଡ଼ିବା ସକାଶେ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ସାଧାରଣ କଥାକୁ ନେଇ ମତାନ୍ତର ଜନିତ ପରିବାରରେ ଅଶାନ୍ତିର ବାତାବରଣରୁ ସେତିକି ଦୁଃଖୀ ହୋଇ ପାରନ୍ତି। ସ୍ବାତୀ ନକ୍ଷତ୍ର ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବନ୍ଧୁମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇପାରନ୍ତି।
ବିଛା
ବିଛା
ଆଜିର ନବମସ୍ଥ ଗ୍ରହ ସମ୍ବନ୍ଧ ହେତୁ ସବୁ କାମ ଠିକ୍‌ ଠିକ୍‌ ହେବ, କିନ୍ତୁ ଶନିଙ୍କ ଦୃଷ୍ଟି କାରଣରୁ ସୁବିଧାରେ ନୁହେଁ। ନିକଟ ସମ୍ପର୍କୀୟଙ୍କ ସାହାଯ୍ୟରୁ ଅର୍ଥ ପାଇବେ ସତ, କିନ୍ତୁ ବହୁତ ଝଡ଼ଝଞ୍ଜା ମଧ୍ୟ ଦେଇ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
ଧନୁ
ଧନୁ
ଭାଗ୍ୟସ୍ଥାନକୁ ବୃହସ୍ପତି ଦେଖୁଥିବାରୁ କୌଣସି ନୂତନ ଯୋଜନାରମ୍ଭ କରିବା ସକାଶେ ମନ ବଳାଇବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବା ଦୁଶ୍ଚିନ୍ତାର କାରଣ ହେବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସତର୍କରେ ଚଳିବା ଭଲ ହେବ। ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।
ମକର
ମକର
ଶୁଭଯୋଗ ପ୍ରଭାବରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ, କିନ୍ତୁ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ପ୍ରଥମେ ପ୍ରଥମେ କଷ୍ଟକର ମନେ ହୋଇପାରେ। ପରିବାର, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ର ପ୍ରତ୍ୟେକରେ ସୁଫଳ ପାଇବେ। ଶତଭିଷା ନକ୍ଷତ୍ର ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
କୋଣଭାବସ୍ଥ ଗ୍ରହ ଯୋଗରୁ ତ୍ୟାଗ ଓ ସହନଶୀଳତା ଦ୍ୱାରା ପାରିବାରିକ ସଦ୍ଭାବ ବୃଦ୍ଧି ପାଇବ। ଭୁଲ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କରେ ଅବନତି ଘଟିବ। ନିର୍ମାଣ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ପରିବାରର ବରାଦ ଅନୁଯାୟୀ ଇଚ୍ଛା ନ ଥିଲେ ମଧ୍ୟ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri