Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ
ଆଜିର ଅପୂର୍ବ ଗ୍ରହଯୋଗ ପାରିବାରିକ, ସାମାଜିକ, ଆନୁଷ୍ଠାନିକ କାମରେ ଉତ୍ସାହିତ କରିବ। ଚତୁର୍ଥଭାବସ୍ଥ ଗ୍ରହ ପ୍ରଭାବରୁ ବନ୍ଧୁ ଗହଣରେ ସମୟ କଟାଇବେ। କେତେକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି କିମ୍ବା ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟ, ପରିବହନରେ ଆଶା ଅନୁଯାୟୀ ସଫଳତା ମିଳିବ।
ବୃଷ
ବୃଷ
ତୃତୀୟସ୍ଥ ଚନ୍ଦ୍ର ଓ ଶୁକ୍ର ପ୍ରଭୃତି ଆପଣଙ୍କୁ ସାଂସ୍କୃତିକ କାର୍ଯ୍ୟ, ସଙ୍ଗୀତ ସମାରୋହରେ ସମ୍ମାନ ପ୍ରଦାନ କରିପାରେ। ମୃଗଶିରା ଅନ୍ୟ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡ଼ିବ। ଅଫିସ୍‌ରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ।
ମିଥୁନ
ମିଥୁନ
ସୁମଧୁର ବ୍ୟବହାର ଅନ୍ୟମାନଙ୍କୁ ଆପ୍ୟାୟିତ କରି ଶ୍ରଦ୍ଧାଭାଜନ ହେବେ। ବୁଧ ରାଶିରେ ରହିଥିବାରୁ ଦିନସାରା ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ପରସ୍ପର ଗୋଡ଼ ଟଣାଟଣି ହେତୁ କାମ ହାସଲ କଷ୍ଟକର ହେବ। ପରିବାରରେ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଗୋଳମାଳିଆ ପରିସ୍ଥିତି ଦେଖା ଦେବ ନାହିଁ।
କର୍କଟ
କର୍କଟ
ଜନ୍ମ ଚନ୍ଦ୍ର ଯୋଗୁ ଚେଷ୍ଟା କରୁଥିବା କାମ ସୁରୁଖୁରୁରେ ହୋଇଯିବ। ବନ୍ଧୁଙ୍କ ସହାୟତାରେ ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ, କିନ୍ତୁ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ଅଶ୍ଳେଷା ପାଇଁ ବିଭିନ୍ନ ପ୍ରକାରର ଅସ୍ବାଭାବିକ ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ଆଜି ଦ୍ୱାଦଶ ଚନ୍ଦ୍ରଙ୍କ ଯୋଗୁ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ହାସଲ କରିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପରିବାର ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥ ଆବଶ୍ୟକତା ପଡ଼ିପାରେ। ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ।
କନ୍ୟା
ବୁଧାଦିତ୍ୟ ଯୋଗଜନିତ ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ। ଫେରନ୍ତା ବାଟରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆୟ ବୃଦ୍ଧି ଲାଗି ବ୍ୟବସାୟରେ ନୂତନ କିଛି ଯୋଡ଼ିବା ସକାଶେ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ସାଧାରଣ କଥାକୁ ନେଇ ମତାନ୍ତର ଜନିତ ପରିବାରରେ ଅଶାନ୍ତିର ବାତାବରଣରୁ ସେତିକି ଦୁଃଖୀ ହୋଇ ପାରନ୍ତି। ସ୍ବାତୀ ନକ୍ଷତ୍ର ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବନ୍ଧୁମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇପାରନ୍ତି।
ବିଛା
ବିଛା
ଆଜିର ନବମସ୍ଥ ଗ୍ରହ ସମ୍ବନ୍ଧ ହେତୁ ସବୁ କାମ ଠିକ୍‌ ଠିକ୍‌ ହେବ, କିନ୍ତୁ ଶନିଙ୍କ ଦୃଷ୍ଟି କାରଣରୁ ସୁବିଧାରେ ନୁହେଁ। ନିକଟ ସମ୍ପର୍କୀୟଙ୍କ ସାହାଯ୍ୟରୁ ଅର୍ଥ ପାଇବେ ସତ, କିନ୍ତୁ ବହୁତ ଝଡ଼ଝଞ୍ଜା ମଧ୍ୟ ଦେଇ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
ଧନୁ
ଧନୁ
ଭାଗ୍ୟସ୍ଥାନକୁ ବୃହସ୍ପତି ଦେଖୁଥିବାରୁ କୌଣସି ନୂତନ ଯୋଜନାରମ୍ଭ କରିବା ସକାଶେ ମନ ବଳାଇବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବା ଦୁଶ୍ଚିନ୍ତାର କାରଣ ହେବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସତର୍କରେ ଚଳିବା ଭଲ ହେବ। ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।
ମକର
ମକର
ଶୁଭଯୋଗ ପ୍ରଭାବରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ, କିନ୍ତୁ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ପ୍ରଥମେ ପ୍ରଥମେ କଷ୍ଟକର ମନେ ହୋଇପାରେ। ପରିବାର, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ର ପ୍ରତ୍ୟେକରେ ସୁଫଳ ପାଇବେ। ଶତଭିଷା ନକ୍ଷତ୍ର ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
କୋଣଭାବସ୍ଥ ଗ୍ରହ ଯୋଗରୁ ତ୍ୟାଗ ଓ ସହନଶୀଳତା ଦ୍ୱାରା ପାରିବାରିକ ସଦ୍ଭାବ ବୃଦ୍ଧି ପାଇବ। ଭୁଲ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କରେ ଅବନତି ଘଟିବ। ନିର୍ମାଣ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ପରିବାରର ବରାଦ ଅନୁଯାୟୀ ଇଚ୍ଛା ନ ଥିଲେ ମଧ୍ୟ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?