Posted inRasifala

ରାଶିଫଳ: ସୋମବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ
ଚନ୍ଦ୍ର ଓ ମଙ୍ଗଳ ଷଡ଼ାଷ୍ଟକ ସ୍ଥିତିରେ ରହିଥିବାରୁ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିପାଶ୍ୱିକ ପରିସ୍ଥିତି ଭିନ୍ନପ୍ରକାର ହେତୁ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଦୀର୍ଘ ଦିନରୁ ରହିଯାଇଥିବା କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ।
ବୃଷ
ବୃଷ
ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୈାଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡ଼ିପାରେ। ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ମୃଗଶିରା ନକ୍ଷତ୍ରର ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ।
ମିଥୁନ
ମିଥୁନ
ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ଦୀର୍ଘ ଦିନର ଶତ୍ରୁତା ବିବାଦୀୟ ପରିସ୍ଥିତି ସୃଷ୍ଟି କରିବ। ପୁନର୍ବସୁ ନକ୍ଷତ୍ର ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ପରସ୍ପର ଗୋଡ଼ ଟଣାଟଣି ହେତୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାମଗୁଡ଼ିକ ସୁରୁଖୁରୁରେ ହୋଇଯିବା କାରଣରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ପୁଷ୍ୟା ନକ୍ଷତ୍ର ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ବିଭିନ୍ନ ପ୍ରକାର ଅସ୍ବାଭାବିକ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ଆଜି ଯାତ୍ରା,ବାଣିଜ୍ୟ,ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ହାସଲ କରିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ। ଉତ୍ତରା ଫାଲଗୁନୀ ନକ୍ଷତ୍ର ସକାଶେ ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ।
କନ୍ୟା
ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ। ଫେରନ୍ତା ବାଟରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ହସ୍ତା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ତୁଳା
ତୁଳା
ଆଜି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସ୍ବାତୀ ନକ୍ଷତ୍ର ବନ୍ଧୁମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇବେ। ବ୍ୟବସାୟରେ ଝଗଡ଼ା ଲାଗିପାରେ, କିନ୍ତୁ ପ୍ରଶାସନିକ ସଫଳତା ହାସଲ କରିବେ।
ବିଛା
ବିଛା
ସବୁ କାମ ଠିକ୍‌ଠାକ୍‌ ହେବ, କିନ୍ତୁ ସୁବିଧାରେ ନୁହେଁ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ବିଶାଖା ନକ୍ଷତ୍ର ମାନସିକ ଅବସାଦ ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ।
ଧନୁ
ଧନୁ
କୌଣସି ନୂତନ ଯୋଜନାରମ୍ଭ କରିବା ସକାଶେ ମନ ବଳାଇବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବା ପୂର୍ବାଷାଢ଼ା ନକ୍ଷତ୍ର ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ଧନିଷ୍ଠା ନକ୍ଷତ୍ର ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି ତାହା କଷ୍ଟକର ମନେହୋଇପାରେ। ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ର ପ୍ରତ୍ୟେକରେ ସୁଫଳ ପାଇବେ। ଶତଭିଷା ନକ୍ଷତ୍ର ପାଇଁ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ।
ମୀନମୀନ
ତ୍ୟାଗ ଓ ସହନଶୀଳତା ଦ୍ୱାରା ପାରିବାରିକ ସଦ୍‌ଭାବ ବୃଦ୍ଧି ପାଇବ। ଉତ୍ତରଭାଦ୍ରବ ନକ୍ଷତ୍ରର ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କରେ ଅବନତି ଘଟିପାରେ। ନିର୍ମାଣ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ପରିବାରର ବରାଦ ଅନୁଯାୟୀ ଇଚ୍ଛା ନ ଥିଲେ ମଧ୍ୟ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri