Posted inRasifala

ରାଶିଫଳ: ଶନିବାର, ଜୁନ୍ ୧୧ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ନିଜ ନିଜର ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ ଦୂରେଇ ଯାଇପାରନ୍ତି। କର୍ମକ୍ଷେତ୍ରର ସମସ୍ୟା ସମାଧାନ ସହ ଟେନସନ୍‌ କମିଯିବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ
ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ। ଯାନ୍ତ୍ରିକ ଜିନିଷ, ଯାନବାହନ, ବସ୍ତ୍ରାଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମୃଗଶିରା ନକ୍ଷତ୍ରର ମନ ଉଦାସ ରହିବ। ସନ୍ତାନଙ୍କ ଅସନ୍ତୋଷଜନକ କାର୍ଯ୍ୟହେତୁକ ଦୁଶ୍ଚିନ୍ତା ଆସିପାରେ।
ମିଥୁନ
ମିଥୁନ
ଅତୀତ ଘଟଣାରେ କୌଣସି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। ହୋଟେଲ, ରେଷ୍ଟୁରାଣ୍ଟ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଈର୍ଷାପରାୟଣ ବ୍ୟକ୍ତିମାନେ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ସମସ୍ୟା ବଢ଼ାଇଦେବେ। ନିଜ ଲୋକ କେହି ଜଣେ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ଚାକିରିରେ ପଦୋନ୍ନତି ଘଟିବାର ସମ୍ଭାବନା ରହିଛି। ଜମିଜମା, କଳକାରଖାନା, ପ୍ଲଟିଂ ବ୍ୟବସାୟ କ୍ଷେତ୍ରରୁ ସୁଫଳ ପାଇବାର ଆଶା କରାଯାଇପାରେ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ଭିତରେ ରହିବ। ନିଜର ଫାଇଦା ହାସଲ ପାଇଁ ନିକଟ ସମ୍ପର୍କୀୟମାନେ ଫନ୍ଦିଫିକର କରିପାରନ୍ତି। ଗବେଷଣା, ଅନୁସନ୍ଧାନ, ଅଧ୍ୟୟନ ଓ ଅଧ୍ୟାପନା ଏବଂ କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ। ଅଫିସ୍‌ରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ, ଫଳରେ ମାନସିକ ବ୍ୟସ୍ତତା ବୃଦ୍ଧି ପାଇବ। ପାରିବାରିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଭ୍ରମଣ କିମ୍ବା ଅନିଦ୍ରା ହେତୁକ ଜ୍ୱର ଓ ବମନ ଦେଖାଦେବାର ଆଶଙ୍କା ରହିଛି। ଆଜି ଈପ୍‌ସିତ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବାର ସୂଚନା ରହିଛି।
ତୁଳା
ତୁଳା
ଯେ କୌଣସି ପ୍ରତିରୋଧକୁ ଆଡେଇ ଯାଇ କାମ ହାସଲରେ ସମର୍ଥ ହେବେ। ପାରିବାରିକ ସ୍ଥତି ଭଲ ରହି ନ ପାରେ ଏବଂ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି। ପରିବେଶ ଓ ପରିସ୍ଥିତି ଠିକ୍‌ ନ ଥିବା କାରଣରୁ ଭୋଗବିଳାସରେ ବାଧାବିଘ୍ନ ଘଟିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଝଗଡ଼ାର ଆଶଙ୍କା ରହିଛି।
ବିଛା
ବିଛା
ସମ୍ପର୍କହାନି କାରଣରୁ ମାନସିକ ଅସ୍ଥିରତା ହେତୁ କାମଗୁଡ଼ିକ ଅସମ୍ପୂର୍ଣ୍ଣ ରହିଯିବ। କାଳକ୍ଷେପଣ ନୀତିରେ କେତେକ କାମକୁ ଅବହେଳା କରି ସମାଲୋଚିତ ହୋଇପାରନ୍ତି। ପରିଶ୍ରମଜନିତ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ। ବନ୍ଧୁଙ୍କ ନିକଟରୁ କିଛି ଲୋଭନୀୟ ପ୍ରତିଶ୍ରୁତି ପାଇ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଠିକ୍‌ ବୁଝାମଣା ହେତୁ ପ୍ରତ୍ୟେକ କାର୍ଯ୍ୟ ଶୃଙ୍ଖଳିତ ରହିବ। କେତେକ ଆକସ୍ମିକ ପ୍ରତିବନ୍ଧକ କାରଣରୁ କାମ ହାସଲ କଷ୍ଟକର ହୋଇପାରେ। ଶୁଭ ଖବର ପାଇ ଉଲ୍ଲସିତ ହେବେ ଏବଂ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ସଭାସମିତିରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରା ଆନନ୍ଦଦାୟକ ରହିବ ଓ ନୂତନ ମିତ୍ରତା ସୃଷ୍ଟି ହେବ। କୌଶଳପୂର୍ଣ୍ଣ କଥା କହି ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ସାଂଗଠନିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟ,ପରିବହନ ଓ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ।
କୁମ୍ଭ
କୁମ୍ଭ
ନିଜର ଦୂରଦୃଷ୍ଟି ଓ କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ହେତୁ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଆଲୋଚନା ପରିସରରେ ରୁକ୍ଷ ବ୍ୟବହାର ପ୍ରଦର୍ଶନ ଦ୍ୱାରା ବନ୍ଧୁଙ୍କ ମନରେ ଆଘାତ ଆସିପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି।
ମୀନମୀନ
ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ ତଥାପି କାମ ଅଟକି ରହିବ ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ଉପସ୍ଥିତ ହେବାରେ ବିଳମ୍ବ ଘଟିବ। କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?