Posted inRasifala

ରାଶିଫଳ: ରବିବାର, ଜୁନ୍ ୧୧ ତାରିଖ – Daily Horoscope

ମେଷ
ତିନୋଟି କେନ୍ଦ୍ରରେ ଗ୍ରହାବସ୍ଥାନ ଯୋଗୁ କିଛି ଭଲ ଓ କିଛି ମନ୍ଦର ମିଶ୍ରିତ ଅନୁଭୂତିକୁ ନେଇ ଦିନଟି ଅତିବାହିତ ହେବ। କର୍ମକ୍ଷେତ୍ରରେ ଅତୀତ ଘଟଣା ବିଷୟରେ ଚିନ୍ତା କରି ବ୍ୟସ୍ତ ରହିପାରନ୍ତି। ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିବାର ଆଶା ରହିଛି। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ
ବୃଷ
ଉପଚୟ ସ୍ଥାନରେ ଶୁକ୍ର ପ୍ରଭାବରୁ ଅନ୍ୟଙ୍କୁ ମନେଇ କାମ କରିବାର କୌଶଳକୁ ପ୍ରୟୋଗରେ ସକ୍ଷମ ହେବେ। ସମସ୍ୟା ସମାଧାନ କ୍ଷେତ୍ରରେ ଆନୁଷଙ୍ଗିକ ଅନୁକୂଳ ପରିସ୍ଥିତି ଅବଶ୍ୟ ସୃଷ୍ଟି ହେବ। ଫାଇଲ୍‌ କାମ ବୃଦ୍ଧି କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି।
ମିଥୁନ
ମିଥୁନ
ପାପଯୁକ୍ତ ବୃହସ୍ପତିଜନିତ କର୍ମକ୍ଷେତ୍ରରେ ପାରସ୍ପରିକ ଅସହଯୋଗ ସମସ୍ୟା ସମାଧାନର ବାଧକ ହେବ। ଅବଶ୍ୟ ଆପଣଙ୍କ କାର୍ଯ୍ୟଶୈଳୀ ଓ ବିଚାରଧାରାକୁ ଅନ୍ୟମାନେ ସହଜରେ ଗ୍ରହଣ କରିନେଇପାରେ। ଅନ୍ୟ ମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ପାରିବାରିକ କ୍ଷେତ୍ରରେ ଟେନସନ୍‌ କିଛି ମାତ୍ରାରେ ଲାଗିରହିବ।
କର୍କଟ
କର୍କଟ
ଶୁକ୍ର ଓ ମଙ୍ଗଳ ରାଶିରେ ଥିବାରୁ ଆଜି ମନ ଚାହୁଁଥିବା ପ୍ରକାରେ ପ୍ରତ୍ୟେକ କାର୍ଯ୍ୟ ସମ୍ପନ୍ନ କରିବାରେ ସମର୍ଥ ହେବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଆର୍ଥିକ ସୁଧାର, ନିର୍ମାଣ କାର୍ଯ୍ୟ, ଯୋଗାଯୋଗ, ଦୂରଯାତ୍ରା ପାଇଁ ଅସୁବିଧା ହେବ ନାହିଁ। ସାମାଜିକ ସ୍ତରରେ ଶତ୍ରୁତା ବାଧା ସୃଷ୍ଟି କରିପାରେ।
ସି˚ହ
ସି˚ହ
ଆଜି ବାହାର ଲୋକଙ୍କ ସକାଶେ ଯେତିକି ଭଲ ପରିଗଣିତ ହେବେ, ସେହି ଅନୁପାତରେ ନିଜ ଲୋକଙ୍କ ପାଖରେ ନୁହେଁ। କର୍ମକ୍ଷେତ୍ରରେ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ମଙ୍ଗଳଙ୍କ ବଳହୀନତା କାରଣରୁ ମନୋବଳ ଟାଣ ରହିବ। ମାଲିମକଦ୍ଦମାରେ ବିଜୟୀ, ବ୍ୟବସାୟରେ ଉନ୍ନତି, ରାଜନୀତିରେ ସମ୍ମାନ ପାଇବେ।
କନ୍ୟା
ବୁଧାଦିତ୍ୟ ଯୋଗ ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି। ପ୍ରିୟ ପରିଜନଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବେ। ଆକସ୍ମିକ ଭାବରେ ହସ୍ତା ନକ୍ଷତ୍ର ଦୂରଯାତ୍ରା କରିବାକୁ ବାଧ୍ୟ ହୋଇପାରନ୍ତି।
ତୁଳା
ତୁଳା
ଚନ୍ଦ୍ରଙ୍କ ସୁପ୍ରଭାବରୁ ପାରିବାରିକ ସମସ୍ୟା ସମାଧାନ ପାଇଁ ତପତ୍ର ହେବେ। ପଡ଼ୋଶୀ ସ୍ବାର୍ଥ ହାସଲ ପରିପ୍ରେକ୍ଷୀରେ ଅଯଥା ମିଥ୍ୟାରୋପ କରି କଳହ କରିପାରନ୍ତି । ଆଲୋଚନା ସମୟରେ ଅପ୍ରିୟ ସତକଥା କହି ବିରୋଧୀ ହେବାକୁ ପଡ଼ିପାରେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବଢ଼ି ଯାଇପାରେ।
ବିଛା
ବିଛା
ସାଥୀ ସହୋଦର କଥାକୁ ଓଲଟା ଅର୍ଥରେ ଗ୍ରହଣ କରି ଦୂରେଇ ରହିବେ। ବନ୍ଧୁଙ୍କ ଅଭିମାନ, ଉପରିସ୍ଥଙ୍କ ଚାପ, କାର୍ଯ୍ୟହାନିଜନିତ ମନରେ ସରସତା ରହିବ ନାହିଁ। ମଙ୍ଗଳ କ୍ଷେତ୍ରସ୍ଥ ବୃହସ୍ପତିଙ୍କ ପ୍ରଭାବରେ ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ। ପିଲାଙ୍କ କୃତିତ୍ୱ, ରଚନାମତ୍କ କାମରେ ପ୍ରଶଂସା ହେତୁ ଖୁସି ଅନୁଭବ କରିପାରନ୍ତି।
ଧନୁ
ଧନୁ
ସାଧାରଣ ସ୍ବାର୍ଥତ୍ୟାଗ ପରିପ୍ରେକ୍ଷୀରେ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା ହେତୁ ଖୁସି ରହିବେ। ମଙ୍ଗଳଙ୍କ ଯୋଗଫଳରୁ ଜମିଜମା ବିବାଦ ସମାଧାନ ପୂର୍ବକ ସଫଳତା ହାସଲ କରିବେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ହେତୁ ମନଟା ଭଲ ଲାଗିବ ନାହିଁ। ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖାଦେଇପାରେ।
ମକର
ମକର
କଣାକୁଜା ଯୋଗଜନିତ ଆଜି ସମ୍ପର୍କୀୟଙ୍କ ସାହାଯ୍ୟ ଓ ସହଯୋଗରେ କାମ ହାସଲ କରିବେ। କିନ୍ତୁ ଧନିଷ୍ଠା ଅନ୍ୟମାନଙ୍କ ବାରଣ ନ ମାନି କାମ କଲେ କୌଣସି କ୍ଷେତ୍ରରେ ଅପମାନିତ ହେବାକୁ ପଡ଼ିପାରେ। ଉପରିସ୍ଥଙ୍କ ନିକଟରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଧନାଧିପ ପାପଗ୍ରହଯୁକ୍ତ ଯୋଗୁ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସତର୍କତା ଅଭାବରୁ ମନିପର୍ସ କିମ୍ବା ଦରକାରୀ କାଗଜପତ୍ର ହଜାଇ ଦେଇପାରନ୍ତି। ପାରିବାରିକ କ୍ଷେତ୍ର ଓ ଆନୁଷ୍ଠାନିକ କାମରେ କୌଣସି ଅସୁବିଧା ରହିବ ନାହିଁ। ପ୍ରତ୍ୟୁଷ କାଳରେ ଆରମ୍ଭ କରିଥିବା କାମଟି ଯଥା ସମୟରେ ସମ୍ପନ୍ନ କରିପାରିବେ।
ମୀନମୀନ
ଗୁରୁ ପାପଯୁକ୍ତଜନିତ ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ବ୍ୟୟ ଭାର କ୍ରମଶଃ କମି ଆସିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି। ହାତକୁ ନେଇଥିବା ଆଜିର କାମଗୁଡ଼ିକୁ ଅତି ଶୀଘ୍ର ଶେଷ କରିବା ପାଇଁ ବ୍ୟସ୍ତ ହୋଇ ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri