Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ସାଙ୍ଗକୁ କାମରେ ଅବହେଳା କରନ୍ତୁ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ସାଧାରଣତଃ ବାଧାପ୍ରାପ୍ତ ହୋଇପାରେ। ଯାତ୍ରାରେ କାର୍ଯ୍ୟସିଦ୍ଧି ହେବ ଓ ଆଶା ନିଶ୍ଚିତ ପୂରଣ ହୋଇଯିବ। ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ସଫଳତା ହାସଲ କରିପାରନ୍ତି।
ବୃଷ
ବୃଷ
କାର୍ଯ୍ୟ ହାସଲ ପରିପ୍ରେକ୍ଷୀରେ ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ପ୍ରକାର ଚେଷ୍ଟା କରି ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ଉଠାଇବେ। ମାଙ୍ଗଳିକ କାମ ସକାଶେ କୌଣସି ବିଳାସ ଉପକରଣ କ୍ରୟ କରିପାରନ୍ତି। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ପ୍ରତିବନ୍ଧକ କାରଣରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ଆକସ୍ମିକ ଭାବରେ ଆଗନ୍ତୁକ ଅତିଥିଙ୍କ ଚର୍ଚ୍ଚାକୁ ନେଇ ମନ ଖୁସି ରହିବ। ଭ୍ରମଣ, ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା ପାଇଁ ଦିନଟି ବହୁତ ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବେ ବିବ୍ରତ ହୋଇପାରନ୍ତି।
କର୍କଟ
କର୍କଟ
ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍‌କାମ କରିପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡ଼ିବ। ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିପାରେ । ଜଣେ ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡ଼ିପାରେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି,ଏଣୁ ସାବଧାନ ରହିବା ଭଲ। ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଜମିଜମା କିଣା ବିକା ବାବଦରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
କନ୍ୟା
ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରି ପରେ ଚିନ୍ତିତ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡ଼ିବାକୁ ପଡ଼ିପାରେ।
ତୁଳା
ତୁଳା
ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହୋଇଯିବ। ବିଶେଷ ଭ୍ରମଣ କାରଣରୁ ସାମୟିକ ଭାବରେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। କୌଣସି କାମ ହାସଲ ପାଇଁ ଗୁଡାଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ। ବିବାଦୀୟ ଘଟଣାରେ ସଫଳତା ବିଳମ୍ବରେ ପାଇବେ।
ବିଛା
ବିଛା
କାମ ହାସଲ ସକାଶେ ଭାବପ୍ରବଣତାରେ ଏଣୁ ତେଣୁ କହିବା ସମସ୍ୟାର କାରଣ ହେବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହ, ଅଯଥା ସମାଲୋଚିତ ହେବାକୁ ପଡ଼ିବ।
ଧନୁ
ଧନୁ
ଆଜି କର୍ମକ୍ଷେତ୍ରରୁ ଫେରିବା ରାସ୍ଥାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆଲୋଚନା ସମୟରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସାଂଗଠନିକ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହେବାର ସମ୍ଭାବନା ରହିଛି।
ମକର
ମକର
ସବୁ ସମୟରେ ନିଜ ପାଖରେ ରହୁଥବା କୌଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ସମ୍ମୁଖରେ ମନକଥା ପ୍ରକାଶ ନ କରିପାରି ଅନୁତାପ କରିପାରନ୍ତି।
କୁମ୍ଭ
କୁମ୍ଭ
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ। ବିଭିନ୍ନ ପ୍ରକାର ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରି ପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ପାରିବାରିକ ସୁଖ ସ୍ବାଚ୍ଛନ୍ଦ୍ୟ କାରଣରୁ କିମ୍ବା ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
ମୀନମୀନ
ଆଜି ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ନିଜଲୋକଙ୍କ ଅବଦାନ ସ୍ମରଣୀୟ ରହିବ। ବୁଝାମଣା ମାଧ୍ୟମରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ। ବଡ଼ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ଆନୁଷ୍ଠାନିକ କାମରେ ସଫଳତା ଅବଶ୍ୟ ମିଳିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri