Posted inRasifala

ରାଶିଫଳ: ମଙ୍ଗଳବାର, ମେ ୧୧ ତାରିଖ – Daily Horoscope

ମେଷ
ଆଜି ରାଶିରେ ରବି ଓ ଚନ୍ଦ୍ର ଥିବାରୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ସକାଳୁଆ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସୁଫଳ ପାଇବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଭୁଲ୍‌ବୁଝାମଣା ହେତୁ ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ଦେଖି ବ୍ୟସ୍ତ ହେବେ।
ବୃଷ
ବୃଷ
ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ପ୍ରଶାସନିକ ସ୍ତରରେ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ । ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଆଜି ଗୋଟିଏ କଥା ଭାବି ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ଏହାର କୁପରିଣାମ ସ୍ବରୂପ ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହେବାକୁ ପଡ଼ିବ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ ଓ ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ଆଜି ଏମିତି ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ, ଯାହାଦ୍ୱାରା ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ, ଏଣୁ ସାବଧାନତା ଆବଶ୍ୟକ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ ଏବଂ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
ସମସ୍ୟା ମଧ୍ୟରେ ନିଜକୁ ସମ୍ଭାଳି ନେଇ କାମ କରିବା ଦୁଷ୍କର ହୋଇପଡିବ। ସାମାଜିକ କ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସାହାଯ୍ୟ, ସହଯୋଗ ପାଇ ପାରିବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ପାରିବାରିିକ ଜୀବନରେ ବିଲୁପ୍ତ ସ୍ନେହ, ଶ୍ରଦ୍ଧା ଓ ଆଦରର ସଦ୍‌ଭାବ ଆକସ୍ମିକ ଅନୁଭବ କରିବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇ ପାରନ୍ତି।
ତୁଳା
ତୁଳା
କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇ ଯିବେ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ନିର୍ମାଣ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଆଜି ପାରିବାରିକ କ୍ଷେତ୍ର, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କାରଣରୁ ପରିବାରରେ ସାମୟିକ କଳହ ଦେଖାଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ସଙ୍ଗକୁ ରାଜନୀତିରେ ପ୍ରଶଂସିତ ହେବେ।
ମକର
ମକର
ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଗୁଡିକୁ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ଦୂରଯାତ୍ରାର ସୁଯୋଗ ମଧ୍ୟ ପାଇବେ। ସ୍ଥ୍ୟାସ୍ଥ୍ୟ ପ୍ରତି ଅବହେଳା କରି ଅନୁତାପ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବନ୍ଧୁମାନଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଅତି ଭଲ ପାଉଥିବା ସମ୍ପର୍କୀୟା ଭାଇ କିମ୍ବା ପଡ଼ୋଶୀଟିର ମନୋଭାବ ବଦଳିଯିବ।
ମୀନମୀନ
ଗାମ୍ଭୀର୍ଯ୍ୟପୂର୍ଣ୍ଣ କଥାବାର୍ତ୍ତା ଓ ଓଜସ୍ବିନୀ ଭାଷା ମାଧ୍ୟମରେ ବୁଦ୍ଧିଜୀବୀଙ୍କ ସୁନଜରରେ ଆସିବେ। ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହି, ଫଳରେ ଅଶାନ୍ତିର ସମ୍ଭାବନା ରହିଛି। ଆଲୋଚନା କାଳରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri