Posted inRasifala

ରାଶିଫଳ: ବୁଧବାର, ମେ ୧୧ ତାରିଖ – Daily Horoscope

ମେଷ
ଶନି ଓ ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟିରେ ଚନ୍ଦ୍ର ଥିବାରୁ ମାନସିକ ସ୍ଥିତି ଉତ୍ତେଜନାମୂଳକ ରହିବ। ତଥାପି ଉଚ୍ଚସ୍ଥ ଶୁକ୍ରଙ୍କ ଯୋଗୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସୁଫଳ ପାଇବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଏକାଦଶସ୍ଥ ଶୁକ୍ର ଓ ବୃହସ୍ପତି ଆପଣଙ୍କୁ ସମସ୍ତ ସୁଖ, ସମୃଦ୍ଧି ପ୍ରଦାନ ଦିଗରେ ମାର୍ଗ ଉନ୍ମୁକ୍ତ କରିବେ। ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ବକ୍ରୀ ବୁଧ ଦ୍ୱାଦଶସ୍ଥ ହେତୁ ଭାବୁଥିବେ ଗୋଟିଏ କଥା କଲା ବେଳକୁ ଆଉ ଗୋଟିଏ କାମ କରିବେ। ଏହାର କୁପରିଣାମ ସ୍ବରୂପ ପରିବାର ମଧ୍ୟରୁ ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ। କର୍ମକ୍ଷେତ୍ରରେ ଅଗ୍ରଗତି ଦ୍ରୁତ ହେବ ଓ ପ୍ରାଚୁର୍ଯ୍ୟ ପାଇବେ। ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
କର୍କଟ
କର୍କଟ
ଭାଗ୍ୟସ୍ଥାନରେ ଗୁରୁଦ୍ୱୟ ଆପଣଙ୍କୁ ସମ୍ମାନର ସହ ବିଳାସପ୍ରାଚୁର୍ଯ୍ୟ ମଧ୍ୟରେ ଅବସ୍ଥାପିତ କରାଇବେ। ଗୁରୁଜନଙ୍କ ପ୍ରେରଣାରେ ବିଭିନ୍ନ ପ୍ରକାରର ଯୋଜନା କରିବାରେ ମନ ଦେଇପାରନ୍ତି। କିନ୍ତୁ ଅଶ୍ଳେଷା କେତେକ ଅସ୍ବାଭାବିକ ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। ଅବଶ୍ୟ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ।
ସି˚ହ
ସି˚ହ
ରାହୁଙ୍କ ଦ୍ୱାରା ଦୃଷ୍ଟ ଚନ୍ଦ୍ରଙ୍କ ପ୍ରଭାବରେ ସମସ୍ୟା ମଧ୍ୟରେ କାମ କରିବା ଦୁଷ୍କର ହୋଇପଡ଼ିବ। ସାମାଜିକ କ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ସହଯୋଗ ପାଇବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ଅତି ନିକଟରୁ ପାଇପାରନ୍ତି। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ ।
କନ୍ୟା
ସ୍ବଗୃହାଭିମୁଖୀ ବୁଧଙ୍କ ଯୋଗୁ ଅନ୍ୟମାନଙ୍କ ସମସ୍ୟାମୂଳକ ଅଭିଶାପ ଆପଣଙ୍କ ପାଇଁ ଆଶୀର୍ବାଦ ହେବ। ପାରିବାରିକ ଜୀବନରେ ବିଲୁପ୍ତ ସ୍ନେହ, ଶ୍ରଦ୍ଧା ଓ ଆଦରର ସଦ୍‌ଭାବ ଆକସ୍ମିକ ଅନୁଭବ କରିବେ। କିନ୍ତୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି।
ତୁଳା
ତୁଳା
ପାପକ୍ରାନ୍ତ ମଙ୍ଗଳ ହେତୁ ଧନହାନି ସହ ବିତର୍କଜନିତ କଳହର ଆଶଙ୍କା ରହିଛି। ବନ୍ଧୁଙ୍କ ନିକଟରୁ ପାଇବାକୁ ଥିବା ଜିନିଷଟି ନ ପାଇ ନିରାଶ ହେବେ । ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ବିଛା
ବିଛା
ଆଜି ଚନ୍ଦ୍ରଙ୍କ କୁପ୍ରଭାବରୁ ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ବୃହସ୍ପତି କୋଣାବସଯାନ କରିଥିବାରୁ ପାରିବାରିକ କ୍ଷେତ୍ର, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପରିବାରରେ କଳହ ଦେଖାଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବିଲେ କ୍ଷତିରେ ପଡ଼ିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ସଙ୍ଗକୁ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ମୁଖଭାବସ୍ଥ ଶନି ଓ ମଙ୍ଗଳ ପ୍ରଭାବରେ କଠୋର ବାକ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିପାରେ। କର୍ମକ୍ଷେତ୍ରରେ ସମସ୍ୟା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ଦୂରଯାତ୍ରାର ସୁଯୋଗ ମଧ୍ୟ ପାଇବେ। ସ୍ବାସ୍ଥ୍ୟପ୍ରତି ଅବହେଳା କରି ଅନୁତାପ କରିପାରନ୍ତି।
କୁମ୍ଭ
କୁମ୍ଭ
ବ୍ୟବହାରରେ ମଧୁରତା ଯୋଗୁ ଆପଣଙ୍କ ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବନ୍ଧୁମାନଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ। କିନ୍ତୁ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମୀନମୀନ
ଗାମ୍ଭୀର୍ଯ୍ୟପୂର୍ଣ୍ଣ କଥାବାର୍ତ୍ତା ଓ ଓଜସ୍ବନୀ ଭାଷା ମାଧ୍ୟମରେ ବୁଦ୍ଧିଜୀବୀମାନଙ୍କ ସୁନଜରରେ ଆସିବେ। କିନ୍ତୁ ତୃତୀୟସ୍ଥ ବୁଧଙ୍କ ଯୋଗୁ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ଆଲୋଚନା କାଳରେ ଜଣେ ବନ୍ଧୁଙ୍କ ଗୁରୁଜନଙ୍କ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ ପରିବାରରେ ସାଧାରଣ କଥାରେ ମତଭେଦଜନିତ ମାନସିକ ଅସ୍ଥିରତା ଲାଗିରହିବ। ପରୋକ୍ଷ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?