Posted inRasifala

ରାଶିଫଳ: ରବିବାର, ମେ ୧୧ ତାରିଖ – Daily Horoscope

ମେଷ
ଆଜିର ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା ସକାଶେ ଉତ୍ସାହିତ କରିପାରେ। ପ୍ରତ୍ୟେକ ପରିସ୍ଥିତିରେ ମନ ବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ସାହିତ୍ୟ, ସଙ୍ଗୀତ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଧନାଧିପ ଦ୍ୱାଦଶସ୍ଥ ଯୋଗୁ ମୂଲ୍ୟବାନ୍‌ ଜିନିଷ କ୍ରୟ କରିବା ସକାଶେ ଆଶା କରୁଥିବା ଦିଗରୁ ଅର୍ଥ ପାଇ ଖୁସି ହେବେ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବାଣିଜ୍ୟ ଓ ପରିବହନ ମନ୍ଦ ହେବ ନାହିଁ । ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଶୁକ୍ର କ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଭାବୁଥିବେ ଗୋଟିଏ କଥା, କିନ୍ତୁ କଲାବେଳକୁ ଆଉ ଗୋଟିଏ କଥା। ଫଳରେ ପରିବାର ମଧ୍ୟରୁ ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ ଓ ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ରାଶିରେ ବଳହୀନ ମଙ୍ଗଳଙ୍କ ଯୋଗୁ ଦ୍ୱନ୍ଦ୍ୱରେ ପଡି କୌଣସି ସିଦ୍ଧାନ୍ତ ନେଇପାରିବେ ନାହିଁ। ପରୋକ୍ଷ ଭାବରେ ଭଲ ସମ୍ପର୍କ ନ ଥିବା ଏବଂ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କର ସକ୍ରିୟତା ବୃଦ୍ଧି ପାଇବ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ ଓ ଆନୁଷ୍ଠାନିକ କାମରୁ ଖୁସି ରହିପାରନ୍ତି। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
ଚତୁର୍ଥ ସ୍ଥାନ ଗୁରୁ ଦୃଷ୍ଟ ହେତୁ ସାମାଜିକ କ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରଶଂସିତ ହେବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ଅତି ନିକଟରୁ ପାଇଯିବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ବୃହସ୍ପତିଙ୍କ ଦୃଷ୍ଟି ପ୍ରଭାବରୁ ପାରିବାରିିକ ଜୀବନରେ ବିଲୁପ୍ତ ସ୍ନେହ, ଶ୍ରଦ୍ଧା ଓ ଆଦର ପାଇପାରିବେ। ତଥାପି କେତୁଜନିତ ସାମୟିକ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗାମୀ ଶୁଭକାର୍ଯ୍ୟ ସକାଶେ ଗୃହସଜ୍ଜାରେ ମନୋନିବେଶ କରିପାରନ୍ତି। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯିବାର ସୂଚନା ରହିଛି।
ତୁଳା
ତୁଳା
ଅଷ୍ଟମରେ ଗୁରୁ ଥିବାରୁ ପରିସ୍ଥିତିର ଗୁରୁତ୍ୱ ଅନୁଭବ କରି ବନ୍ଧୁଙ୍କୁ ମନ କଥା କହିପାରିବେନି। ପାରିବାରିକ ଅଶାନ୍ତି ଓ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ। ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ। ନିର୍ମାଣ ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗିରହିବ।
ବିଛା
ବିଛା
ରାଶ୍ୟାଧିପତିଙ୍କ ଦୁର୍ବଳତାଜନିତ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଚିନ୍ତା କରି ମନ ଭାରାକ୍ରାନ୍ତ ରହିବ। ବନ୍ଧୁଙ୍କ ମାଧ୍ୟମରେ କରଜ କରି ଆବଶ୍ୟକତା ଚଳାଇନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। ସାହିତ୍ୟ ଓ ସାମ୍ବାଦିକତାରେ ଉନ୍ନତି ସହ ସାମାଜିକ ସ୍ତରରେ ଆଦୃତି ଲାଭ କରିବେ।
ଧନୁ
ଧନୁ
ବୁଧ ଦୃଷ୍ଟିରେ ଚନ୍ଦ୍ରଥିବାରୁ କଠୋର କଥା କହିବାକୁ କେନ୍ଦ୍ରକରି ପରିବାରରେ କଳହ ଦେଖାଦେଇପାରେ। ଅଫିସ୍‌ରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ସାଙ୍ଗକୁ ରାଜନୀତିରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ, ମାତ୍ର ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ସପ୍ତମସ୍ଥ ମଙ୍ଗଳ ଯୋଗୁ ଆଜି ନ ଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ଦୂରଯାତ୍ରାର ସୁଯୋଗ ମଧ୍ୟ ପାଇବେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କରି ଅନୁତାପ କରିପାରନ୍ତି।
କୁମ୍ଭ
କୁମ୍ଭ
ଭାଗ୍ୟ ସ୍ଥାନରେ ଚନ୍ଦ୍ର ଥିବାରୁ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବନ୍ଧୁମାନଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ସାମୟିକ ଚିନ୍ତିତ ରହିପାରନ୍ତି।
ମୀନମୀନ

ପାପଗ୍ରସ୍ତ ରାଶିରେ ଅବସ୍ଥାନ କରିଥିବାରୁ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ପରିବାରରେ ଆଲୋଚନା କାଳରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଆଜିର ଯାତ୍ରା, ବାଣିଜ୍ୟ, ବନ୍ଧୁମିଳନରୁ ସାମୟିକ ଖୁସି ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?