Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଅବଶ୍ୟ ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହ ଗ୍ରହଣ କରିବା ଭଲ। ଦୂରଦର୍ଶିତା ଅଭାବରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ ଏବଂ ସାଧାରଣ କଥାରେ ବନ୍ଧୁ କ୍ଷୁବ୍ଧ ହୋଇପାରନ୍ତି। ଭାଇ ଭଉଣୀ କୌଣସି କାମ ହାସଲ ସକାଶେ ଘରେ କଳହ କରିପାରନ୍ତି ।
ମିଥୁନ
ମିଥୁନ
କୌଣସି ଦୃଢ଼ ପଦକ୍ଷେପ ନେଲେ ଝାମେଲା ଅଧିକ ବଢ଼ିଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ । କିଛି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି ।
କର୍କଟ
କର୍କଟ
ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିବେ, କିନ୍ତୁ କିଛି କରିପାରିବେ ନାହିଁ । ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ ଅଭିଯୋଗ ଆଣିପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାରେ ରହିବ। ପରିବହନ, ବ୍ୟବସାୟ ଓ ସଂଗଠନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳିଯିବାରୁ ଏକ ପ୍ରକାର ମନ ହାଲୁକା ହୋଇଯିବ । ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ଶାନ୍ତ ହୋଇଯିବ। କଳା, ସାହିତ୍ୟ, ସଂଗଠନ, ପ୍ରଶାସନିକ ସ୍ଥିତି ପ୍ରାୟତଃ ଭଲ ରହିବ।
କନ୍ୟା
ସକାଳୁ କୌଣସି ଶୁଭ ଖବର ପାଇ ମନ ଖୁସି ହୋଇଯିବ। ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖିଲା ଉପଦେଶ ଶୁଣି ବିରକ୍ତ ହେବେ। ବହୁ ଦିନ ହେଲା ଇଚ୍ଛା କରୁଥିବା ଜିନିଷଟି ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉକତ୍ଟ ହେବ ନାହିଁ।
ତୁଳା
ତୁଳା
ଆଜି ପିଲାଙ୍କ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘଦିନରୁ ରହିଥିବା ସମସ୍ୟାର ସମଧାନ ହୋଇଯିବ। ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
ଫାଇଦା ସକାଶେ ସର୍ବଦା ଚେଷ୍ଟିତ ରହିବା ହିଁ ସମସ୍ୟାର କାରଣ ହେବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ । ସାଙ୍ଗଠନିକ କାର୍ଯ୍ୟରେ,ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କିତ ଅଯଥା ଚିନ୍ତାକରି ପାରନ୍ତି। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯନତ୍ କରିପାରନ୍ତି । ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିବେ।
ମକର
ମକର
ଆପଣ ଖର୍ଚ୍ଚାନ୍ତ ହେବେ ସିନା କୌଣସି କାମ ଅଟକିବ ନାହିଁ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ।
କୁମ୍ଭ
କୁମ୍ଭ
ଆଜି ଯାହା କରନ୍ତୁ କିମ୍ବା ଯୁଆଡ଼େ ଯାଅନ୍ତୁନା କାହିଁକି ଲାଭବାନ୍‌ ନିଶ୍ଚିତ ହେବେ । ସନ୍ଧ୍ୟାରେ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପଡ଼ା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମୀନମୀନ
ଦିନ ଭିତରେ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନିଶ୍ଚିତ ପୂରଣ ହୋଇପାରିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ, କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri