Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ
ଆଜି ଧନାଧିପ ଯୁକ୍ତ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ, କାମଗୁଡ଼ିକୁ ମଧ୍ୟ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ବିବାଦରେ ମୁଣ୍ଡ ନ ପୂରାଇବା ଭଲ।
ବୃଷ
ବୃଷ
ଆଜି ନୀଚାରୋହୀ ରାଶ୍ୟାଧିପ ଚନ୍ଦ୍ର ସଂଯୋଗରୁ ଶାରୀରିକ ଓ ମାନସିକ ଅସୁସ୍ଥତା ସୃଷ୍ଟି କରିପାରନ୍ତି। ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ। ପାରିବାରିକ କ୍ଷେତ୍ରରେ ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ।
ମିଥୁନ
ମିଥୁନ
ବୁଧାଦିତ୍ୟ ଯୋଗ ପ୍ରଭାବରୁ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ କରି କୃତକାର୍ଯ୍ୟ ହେବେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ। କିଛି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି।
କର୍କଟ
କର୍କଟ
ମୁଖଭାବରେ ଚନ୍ଦ୍ର ଓ ଶୁକ୍ର ଆପଣଙ୍କୁ ଗୁଣଗ୍ରାହୀମାନଙ୍କୁ ସନ୍ତୁଷ୍ଟ କରାଇବାରେ ସହାୟକ ହେବେ। କେହି ଜଣେ ବିନା କାରଣରେ ଅଭିଯୋଗ ଆଣିପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ; ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯିବ। ପରିବହନ, ବ୍ୟବସାୟ ଓ ସଂଗଠନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ଧନାଧିପ ସ୍ବଗୃହସ୍ଥ ଯୋଗୁ ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳି ଯିବାରୁ ଏକ ପ୍ରକାର ମନ ହାଲୁକା ହୋଇଯିବ। କିନ୍ତୁ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। କଳା, ସାାହିତ୍ୟ, ସଂଗଠନ, ପ୍ରଶାସନିକ ସ୍ଥିତି ପ୍ରାୟତଃ ଭଲ ରହିବ।
କନ୍ୟା
ସ୍ବରାଶିରେ ବୁଧଙ୍କ ଯୋଗୁ ସକାଳୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ବୁଝିବିଚାରି କାମ ନ କଲେ ସମସ୍ୟାକୁ ଡାକି ଆଣିଲା ଭଳି କାମ ହେବ। ଆଜି ସୁଦ୍ଧା ପାଇ ନ ଥିବା ଜିନିଷଟି ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉକତ୍ଟ ହେବ ନାହିଁ।
ତୁଳା
ତୁଳା
ରାଶିରେ ମଙ୍ଗଳ ଓ କେତୁଜନିତ ଦୁର୍ଭାବନାରେ ମନରେ ଉତ୍ତେଜନା ଭରି ରହିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘ ଦିନରୁ ରହିଥିବା ସମସ୍ୟାର ସମାଧାନ ହୋଇଯିବ। ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
ଦୁଃସ୍ଥାନରେ ମଙ୍ଗଳ ପାପଯୁକ୍ତ ହେତୁ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। ସନ୍ତାନଙ୍କ ସମସ୍ୟା ସଙ୍ଗକୁ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। କଳା, ସାହିତ୍ୟ, ସାମ୍ବାଦିକତାରେ ବେଶ୍‌ ଆଦୃତି ସହ ପ୍ରତିଷ୍ଠା ମିଳିବ। ପରିସ୍ଥିତିରେ ପଡ଼ି ବହୁତଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ଧନୁ
ଧନୁ
ଗୁରୁଚଣ୍ଡାଳ ଯୋଗ ପ୍ରଭାବରୁ ବିଭିନ୍ନ ସମସ୍ୟାରେ ମାନସିକ ସ୍ଥିତି ଭଲ ରହିବ ନାହିଁ। କିଛି ଗୁପ୍ତକଥା, କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାରୁ ସମସ୍ୟା ଆସିପାରେ। ଆଲୋଚନା ସମ୍ପର୍କିତ ଅଯଥା ଚିନ୍ତା କରିପାରନ୍ତି। ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯନତ୍ କରିପାରନ୍ତି।
ମକର
ମକର
ପାରିବାରିକ ସମସ୍ୟା ହେତୁ ମାନସିକ ସ୍ଥିତି ଭଲ ରହିବନାହିଁ। ତଥାପି ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଟକି ଥିବା କାମଟି ସହଜରେ ହାସଲ କରିବେ।
କୁମ୍ଭ
କୁମ୍ଭ
ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ, ଏଣୁ ସତର୍କ ରହିବା ଭଲ। ସନ୍ଧ୍ୟାରେ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବ।
ମୀନମୀନ

ଦିନ ଭିତରେ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନିଶ୍ଚିତ ପୂରଣ ହୋଇପାରିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା କାରନରୁ ମନ ହାଲୁକା ହୋଇଯିବ। ପୂର୍ବ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଗସ୍ତ କାଯର୍‌ୟକ୍ରମ ବଦଳି ଯାଇପାରେ କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?