Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ
ଆଜିର ବିଛା ରାଶିସ୍ଥ ଚନ୍ଦ୍ର ମାନସିକ ସ୍ଥିତି, ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତିକୁ ଅସ୍ବାଭାବିକ ରଖିପାରେ। କିନ୍ତୁ ଷଷ୍ଠଭାବସ୍ଥ ଶୁକ୍ର ନୀଚସ୍ଥ ଯୋଗୁ ଆର୍ଥିକ ସ୍ଥିତି ବିଗିଡ଼ି ଯାଇପାରେ। ଅବୁଝା ବନ୍ଧୁଙ୍କୁ ବୁଝାଇ ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାମ ତଥା ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇବ।
ବୃଷ
ବୃଷ
ଆଜି ବୁଧାଦିତ୍ୟ ଯୋଗ ଫଳରେ ସଭାସମିତି କିମ୍ବା ପଦସ୍ଥବ୍ୟକ୍ତିଙ୍କ ସହ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କିନ୍ତୁ ପାରିବାରିକ ସମସ୍ୟା ଓ ପିଲାମାନଙ୍କ ବିବାହ ଚିନ୍ତାରେ ବ୍ୟସ୍ତ ରହିପାରନ୍ତି। ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହଁି।
ମିଥୁନ
ମିଥୁନ
ଏକାଦଶାଧିପତିଙ୍କ ପ୍ରଭାବରେ ସବୁ ସୁବିଧା ହାସଲ କରି ଲକ୍ଷ୍ୟପଥର ପଥିକ ହୋଇପାରନ୍ତି। ସମ୍ପର୍କୀୟଙ୍କ ଦ୍ୱାରା ବିଳାସର ପ୍ରାଚୁର୍ଯ୍ୟ ପାଇବାର ସମ୍ଭାବନା ରହିଛି। ବୈଷୟିକ ସମ୍ପଦ ହାସଲ ପରିପ୍ରେକ୍ଷୀରେ କୂଟନୀତି ବଳରେ କାର୍ଯ୍ୟ ସାଧନରେ ସମର୍ଥ ହେବେ। କର୍ମାରମ୍ଭ, ଜମିଜମା କ୍ରୟବିକ୍ରୟ, ବାଣିଜ୍ୟ, ବ୍ୟବସାୟ ପ୍ରଭୃତି ସନ୍ତୋଷଜନକ ରହିବ।
କର୍କଟ
କର୍କଟ
ରାଶ୍ୟାଧିପତିଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ ଦିଗରୁ ପ୍ରତିକୂଳ ବାତାବରଣ ସୃଷ୍ଟି ହେବ। ବନ୍ଧୁ କିମ୍ବା ସହକର୍ମୀଙ୍କ ଉପରେ ବିରକ୍ତି ଓ ଶ୍ରୁତିକଟୁ ବ୍ୟବହାର ସମ୍ପର୍କ କ୍ଷୁଣ୍ଣ କରିପାରେ। ଦ୍ୱନ୍ଦ୍ୱରେ ପଡ଼ି କୌଣସି ଠିକ୍‌ ନିଷ୍ପତ୍ତି ନେଇ ନ ପାରନ୍ତି। ଆର୍ଥିକ, ବ୍ୟବସାୟିକ, ଉପରିସ୍ଥ କର୍ମଚାରୀ କିମ୍ବା ସରକାରୀ କାମ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ସି˚ହ
ସି˚ହ
ସ୍ବଗୃହୀ ରବି ହେତୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାର ଲକ୍ଷ୍ୟକରି ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି। ଆପଣ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି।
କନ୍ୟା
ଧନଭାଗ୍ୟାଧିପତିଙ୍କ ଶୁକ୍ରଙ୍କ ନୀଚତ୍ୱପ୍ରଭାବ କ୍ରମେ ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦର ହ୍ରାସ ପାଇପାରେ। ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିପାରିବେ। ରାହୁଙ୍କ ସ୍ଥିତି କାରଣରୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଆପଣଙ୍କ ପ୍ରାପ୍ୟ ପାଇବାରେ କିଛିଟା ସମସ୍ୟା ଉପୁଜିବାର ଆଶଙ୍କା ଦେଖାଦେବ।
ତୁଳା
ତୁଳା
ଦ୍ୱିତୀୟଭାବସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଓ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ରୋକ୍‌ଠୋକ୍‌ କଥା ସମସ୍ୟାର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ପଛ କଥା ମନକୁ ନ ଆଣି ଯାହା କରିବା କଥା ଶୀଘ୍ର କରିପାରିଲେ ସଫଳତା ପାଇବେ। ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ।
ବିଛା
ବିଛା
ଭାଗ୍ୟାଧିପତିଙ୍କ ଦୁର୍ବଳତାଜନିତ ବିବାଦୀୟ ଘଟଣା କିମ୍ବା ଅସଫଳତା ହେତୁକ ମନସ୍ତାପ କରିପାରନ୍ତି। ଅଧିକାଂଶ କ୍ଷେତ୍ରରେ ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। କଳା, ସଙ୍ଗୀତ, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ରାଶ୍ୟାଧିପ ବୃହସ୍ପତି ଦୁଃସ୍ଥାନସ୍ଥ ଯୋଗୁ ପାରିବାରିକ ଅସ୍ଥିରତା ଲାଗିରହିବ। ସାମ୍ବାଦିକତା, ପ୍ରକାଶନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବାରୁ ସାଙ୍ଗସାଥୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେବ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ମଧ୍ୟ ଘଟିବ।
ମକର
ମକର
ଆଜି ଲାଭଭାବରେ ଦୁର୍ବଳଚନ୍ଦ୍ର ଅବସ୍ଥାନ କରି ମନରେ ନିରୁସତ୍ାହିତା ସୃଷ୍ଟି କରିବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେବା କାରଣରୁ ବିଚଳିତ ହେବେ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡିବ। ବନ୍ଧୁଙ୍କ ସହାୟତାରେ ଅଭିଳଷିତ ଫଳ ଲାଭ କରିବେ।
କୁମ୍ଭ
କୁମ୍ଭ
ଶନିଙ୍କ ଶୁଭଦୃଷ୍ଟିରୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ଣ୍ଣ ମାତ୍ରାରେ ଉପଶମ ନ ହେଲେ ମଧ୍ୟ କେତେକାଂଶରେ ପୂର୍ବାପେକ୍ଷା ନିୟନ୍ତ୍ରଣ ମଧ୍ୟରେ ରହିବ। ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡ଼ିବ। ଆଜି ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ।
ମୀନମୀନ

ବୃହସ୍ପତିଙ୍କ ଭାଗ୍ୟସ୍ଥାନକୁ ଦୃଷ୍ଟି ହେତୁ ସ୍ବାସ୍ଥ୍ୟ ଭଲ ରହିବା ସହ ଉଚ୍ଚଚିନ୍ତା ଓ ନୂଆ ନୂଆ ଯୋଜନା କରିପାରନ୍ତି। କିନ୍ତୁ ପଡ଼ୋଶୀଙ୍କ ସହ ସମ୍ପର୍କରେ ଅବନ୍ନତି ଘଟିବ ଏବଂ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?