Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ
ଆଜି କର୍ମାରମ୍ଭ, ଯାତ୍ରା, ବାଣିଜ୍ୟ, ଶେୟାର ବଜାର, ପାଇଁ ଅନୁକୂଳ ରହିବ। ସାଧାରଣ ବ୍ୟତିକ୍ରମକୁ ବାଦ୍‌ ଦେଲେ ପାରିବାରିକ ଓ ପାରିପାର୍ଶ୍ୱିକ ପରିସ୍ଥିତି ଉନ୍ନତ ହେବ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି। ସାହିତ୍ୟ, କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ସତର୍କତା ଅଭାବରୁ ଧନହାନି, ଧାରକରଜ, ଆଇନ ଅଦାଲତ, ସ୍ଥଗିତ କାର୍ଯ୍ୟ ସକାଶେ ଚିନ୍ତିତ କରାଇବ। କର୍ମକ୍ଷେତ୍ରରେ ବିଶିଷ୍ଟବ୍ୟକ୍ତିଙ୍କ ସାହାଯ୍ୟ ଲାଭକରି ଅଭିଳାଷ ପୂରଣ ପାଇଁ ଆଶା କରିପାରନ୍ତି। ଆନୁଷ୍ଠାନିକ କାମରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି।
ମିଥୁନ
ମିଥୁନ
ପରିବାରରେ ଅର୍ଥ ସମନ୍ଧୀୟ ଆଲୋଚନାକୁ କେନ୍ଦ୍ରକରି ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ତ ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଆଜି ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ସମ୍ପର୍କୀୟଙ୍କ ଦ୍ୱାରା ଭୋଗ ବିଳାସର ମଉକା ପାଇବେ।
କର୍କଟ
କର୍କଟ
ଯେ କୌଣସି ପରିସ୍ଥିତି ହେଉନା କାହିଁକି, ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଦୂରରେ ରହୁଥିବା ବନ୍ଧୁଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେବାର ସୂଚନା ରହିଛି। ବନ୍ଧୁମିଳନ ସାଙ୍ଗକୁ କର୍ମସାଫଲ୍ୟର ପ୍ରଶଂସା ଓ ଆର୍ଥିକ ଅନୁଦାନ ପ୍ରାପ୍ତିର ଆଶା କରାଯାଇପାରେ। ତଥାପି ଈର୍ଷାପରାୟଣ ଗୁପ୍ତ ଶତ୍ରୁମାନଙ୍କ ପ୍ରତି ସତର୍କତାର ଆବଶ୍ୟକତା ରହିଛି।
ସି˚ହ
ସି˚ହ
ଆପଣଙ୍କ ବଳିଷ୍ଠ ବ୍ୟକ୍ତିତ୍ୱ ସାଙ୍ଗକୁ ଯୁକ୍ତିସଙ୍ଗତ ମଧୁର କଥା ପ୍ରତ୍ୟେକ ପରିସ୍ଥିତିକୁ ସାବଲୀଳ କରିଦେବ। ଆର୍ଥିକ ସ୍ଥିତିରେ ଉନ୍ନତି ସାଙ୍ଗକୁ ବନ୍ଧୁଙ୍କ ସହ ସୁସମ୍ପର୍କରୁ ପ୍ରଶଂସିତ ମଧ୍ୟ ହେବେ। ପାରିବାରିକ ଜୀବନରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତବୁଦ୍ଧି ପ୍ରୟୋଗ କରି ସୁଧାରି ନେଇପାରିବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ।
କନ୍ୟା
ଆଜି ଯାହାକୁ ଯାହା କହିବେ କିମ୍ବା କରିବାକୁ ଯିବେ ତାହାର ପୁନର୍ବିଚାର କରିବା ଭଲ ହେବ। ଜମିଜମା, ଯାନ୍ତ୍ରିକ ଜିନିଷ, ଯାନବାହନ ସମ୍ପର୍କିତ କାମକୁ ସତର୍କତାର ସହ କରନ୍ତୁ। ସନ୍ତାନ ହେତୁକ କିଛି ନିଷ୍ପତ୍ତି ନେବା କ୍ଷେତ୍ରରେ ସମସ୍ୟା ସୃଷ୍ଟିର ଆଶଙ୍କା ରହିଛି। ପାରିବାରିକ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ।
ତୁଳା
ତୁଳା
ଆଜି କର୍ମକ୍ଷେତ୍ରରେ ବିଜାତୀୟବ୍ୟକ୍ତିଙ୍କ ହସ୍ତକ୍ଷେପ ସମସ୍ୟାର କାରଣ ହେବ। ପଛ କଥା ମନକୁ ନ ଆଣି ଯାହା କରିବା କଥା ଶୀଘ୍ର କରିବା ମନ୍ଦ ହେବନି। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାକୁ ପଛେଇ ଯିବେ। ସାଧାରଣ କଥାରେ ପାରିବାରିକ ଅଶାନ୍ତି ହେତୁକ ଅବସାଦ ଦେଖାଦେଇପାରେ।
ବିଛା
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ ହୋଇ ଧାର କରଜ କରି ଆବଶ୍ୟକତା ଚଳାଇ ନେଇପାରନ୍ତି। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ପାରସ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ଶାନ୍ତି ଫେରି ଆସିବ ଓ ସମସ୍ୟା ସମାଧାନ ହେବ। ସାହିତ୍ୟ, ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ବୈଦ୍ୟୁତିକ ଗଣମାଧ୍ୟମ, ଚଳଚ୍ଚିତ୍ର ପାଇଁ ସ୍ବତନ୍ତ୍ର ଗୌରବ ଆଣିଦେବ। କଠୋର କଥା କହିବାରୁ ଅଶାନ୍ତି ଦେଖାଦେଇପାରେ।
ମକର
ମକର
ସ୍ବାସ୍ଥ୍ୟସମସ୍ୟା ନିମ୍ନାଭିମୁଖୀ ହେଉଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପରିସ୍ଥିତିବଶତଃ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବାର ସୌଭାଗ୍ୟ ପ୍ରାପ୍ତ ହେବ। ମାତ୍ର ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ପୂର୍ଣ୍ଣ ମାତ୍ରାରେ ଉପଶମ ନ ହେଲେ ମଧ୍ୟ ପୂର୍ବାପେକ୍ଷା ନିୟନ୍ତ୍ରଣରେ ରହିବ। ଆର୍ଥିକ ସ୍ଥିତି ଦୁର୍ବଳ ରହିବା କାରଣରୁ ଚିନ୍ତା କରିବାକୁ ପଡିବ। ବନ୍ଧୁଙ୍କ ସହାୟତାରେ ଆଜି ସହଜ ଓ ସୁବିଧାରେ ହାତକୁ ନେଇଥିବା କାମ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ

କେଉଁ କାମ ଅଟକିବ ନାହିଁ ସିନା ସହଜ ଓ ସୁବିଧାରେ ସମ୍ପନ୍ନ ବି ହେବ ନାହିଁ। ସମ୍ପର୍କୀୟା ମହିଳାଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ କିନ୍ତୁ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି। ଆଜିର ଯାତ୍ରା, ବ୍ୟବସାୟ ଓ ବନ୍ଧୁଙ୍କ ଆଲୋଚନାରୁ ଖୁସି ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ...

ରାଶିଫଳ: ସୋମବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର...

ରାଶିଫଳ: ରବିବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ...

ରାଶିଫଳ: ଶନିବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ...

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା...

ରାଶିଫଳ: ଗୁରୁବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ଆଜି ଦୂରଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ନିକଟରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ଗତାନୁଗତି...

ରାଶିଫଳ: ବୁଧବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ ଅଷ୍ଟମସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ଆପଣଙ୍କ ମାନସିକ ସ୍ଥିତି ଭଲ ନ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ଊଣା ହେବନାହିଁ। ଦୀର୍ଘଦିନରୁ ଭଲ ସମ୍ପର୍କ ଥାଇ...

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବୃଥା ବିବାଦ, କଥା କଟାକଟି, ଟଣାଓଟରା ମଧ୍ୟରେ ଠିକ୍‍ ନିଷ୍ପତ୍ତିରେ ଉପନୀତ ହୋଇପାରିବେ ନାହିଁ। କିନ୍ତୁ ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri