Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ
ଆଜି କର୍ମାରମ୍ଭ, ଯାତ୍ରା, ବାଣିଜ୍ୟ, ଶେୟାର ବଜାର, ପାଇଁ ଅନୁକୂଳ ରହିବ। ସାଧାରଣ ବ୍ୟତିକ୍ରମକୁ ବାଦ୍‌ ଦେଲେ ପାରିବାରିକ ଓ ପାରିପାର୍ଶ୍ୱିକ ପରିସ୍ଥିତି ଉନ୍ନତ ହେବ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି। ସାହିତ୍ୟ, କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ସତର୍କତା ଅଭାବରୁ ଧନହାନି, ଧାରକରଜ, ଆଇନ ଅଦାଲତ, ସ୍ଥଗିତ କାର୍ଯ୍ୟ ସକାଶେ ଚିନ୍ତିତ କରାଇବ। କର୍ମକ୍ଷେତ୍ରରେ ବିଶିଷ୍ଟବ୍ୟକ୍ତିଙ୍କ ସାହାଯ୍ୟ ଲାଭକରି ଅଭିଳାଷ ପୂରଣ ପାଇଁ ଆଶା କରିପାରନ୍ତି। ଆନୁଷ୍ଠାନିକ କାମରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି।
ମିଥୁନ
ମିଥୁନ
ପରିବାରରେ ଅର୍ଥ ସମନ୍ଧୀୟ ଆଲୋଚନାକୁ କେନ୍ଦ୍ରକରି ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ତ ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଆଜି ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ସମ୍ପର୍କୀୟଙ୍କ ଦ୍ୱାରା ଭୋଗ ବିଳାସର ମଉକା ପାଇବେ।
କର୍କଟ
କର୍କଟ
ଯେ କୌଣସି ପରିସ୍ଥିତି ହେଉନା କାହିଁକି, ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଦୂରରେ ରହୁଥିବା ବନ୍ଧୁଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେବାର ସୂଚନା ରହିଛି। ବନ୍ଧୁମିଳନ ସାଙ୍ଗକୁ କର୍ମସାଫଲ୍ୟର ପ୍ରଶଂସା ଓ ଆର୍ଥିକ ଅନୁଦାନ ପ୍ରାପ୍ତିର ଆଶା କରାଯାଇପାରେ। ତଥାପି ଈର୍ଷାପରାୟଣ ଗୁପ୍ତ ଶତ୍ରୁମାନଙ୍କ ପ୍ରତି ସତର୍କତାର ଆବଶ୍ୟକତା ରହିଛି।
ସି˚ହ
ସି˚ହ
ଆପଣଙ୍କ ବଳିଷ୍ଠ ବ୍ୟକ୍ତିତ୍ୱ ସାଙ୍ଗକୁ ଯୁକ୍ତିସଙ୍ଗତ ମଧୁର କଥା ପ୍ରତ୍ୟେକ ପରିସ୍ଥିତିକୁ ସାବଲୀଳ କରିଦେବ। ଆର୍ଥିକ ସ୍ଥିତିରେ ଉନ୍ନତି ସାଙ୍ଗକୁ ବନ୍ଧୁଙ୍କ ସହ ସୁସମ୍ପର୍କରୁ ପ୍ରଶଂସିତ ମଧ୍ୟ ହେବେ। ପାରିବାରିକ ଜୀବନରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତବୁଦ୍ଧି ପ୍ରୟୋଗ କରି ସୁଧାରି ନେଇପାରିବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ।
କନ୍ୟା
ଆଜି ଯାହାକୁ ଯାହା କହିବେ କିମ୍ବା କରିବାକୁ ଯିବେ ତାହାର ପୁନର୍ବିଚାର କରିବା ଭଲ ହେବ। ଜମିଜମା, ଯାନ୍ତ୍ରିକ ଜିନିଷ, ଯାନବାହନ ସମ୍ପର୍କିତ କାମକୁ ସତର୍କତାର ସହ କରନ୍ତୁ। ସନ୍ତାନ ହେତୁକ କିଛି ନିଷ୍ପତ୍ତି ନେବା କ୍ଷେତ୍ରରେ ସମସ୍ୟା ସୃଷ୍ଟିର ଆଶଙ୍କା ରହିଛି। ପାରିବାରିକ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ।
ତୁଳା
ତୁଳା
ଆଜି କର୍ମକ୍ଷେତ୍ରରେ ବିଜାତୀୟବ୍ୟକ୍ତିଙ୍କ ହସ୍ତକ୍ଷେପ ସମସ୍ୟାର କାରଣ ହେବ। ପଛ କଥା ମନକୁ ନ ଆଣି ଯାହା କରିବା କଥା ଶୀଘ୍ର କରିବା ମନ୍ଦ ହେବନି। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାକୁ ପଛେଇ ଯିବେ। ସାଧାରଣ କଥାରେ ପାରିବାରିକ ଅଶାନ୍ତି ହେତୁକ ଅବସାଦ ଦେଖାଦେଇପାରେ।
ବିଛା
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ ହୋଇ ଧାର କରଜ କରି ଆବଶ୍ୟକତା ଚଳାଇ ନେଇପାରନ୍ତି। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ପାରସ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ଶାନ୍ତି ଫେରି ଆସିବ ଓ ସମସ୍ୟା ସମାଧାନ ହେବ। ସାହିତ୍ୟ, ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ବୈଦ୍ୟୁତିକ ଗଣମାଧ୍ୟମ, ଚଳଚ୍ଚିତ୍ର ପାଇଁ ସ୍ବତନ୍ତ୍ର ଗୌରବ ଆଣିଦେବ। କଠୋର କଥା କହିବାରୁ ଅଶାନ୍ତି ଦେଖାଦେଇପାରେ।
ମକର
ମକର
ସ୍ବାସ୍ଥ୍ୟସମସ୍ୟା ନିମ୍ନାଭିମୁଖୀ ହେଉଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପରିସ୍ଥିତିବଶତଃ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବାର ସୌଭାଗ୍ୟ ପ୍ରାପ୍ତ ହେବ। ମାତ୍ର ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ପୂର୍ଣ୍ଣ ମାତ୍ରାରେ ଉପଶମ ନ ହେଲେ ମଧ୍ୟ ପୂର୍ବାପେକ୍ଷା ନିୟନ୍ତ୍ରଣରେ ରହିବ। ଆର୍ଥିକ ସ୍ଥିତି ଦୁର୍ବଳ ରହିବା କାରଣରୁ ଚିନ୍ତା କରିବାକୁ ପଡିବ। ବନ୍ଧୁଙ୍କ ସହାୟତାରେ ଆଜି ସହଜ ଓ ସୁବିଧାରେ ହାତକୁ ନେଇଥିବା କାମ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ

କେଉଁ କାମ ଅଟକିବ ନାହିଁ ସିନା ସହଜ ଓ ସୁବିଧାରେ ସମ୍ପନ୍ନ ବି ହେବ ନାହିଁ। ସମ୍ପର୍କୀୟା ମହିଳାଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ କିନ୍ତୁ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି। ଆଜିର ଯାତ୍ରା, ବ୍ୟବସାୟ ଓ ବନ୍ଧୁଙ୍କ ଆଲୋଚନାରୁ ଖୁସି ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri