Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ
ସମ୍ପର୍କୀୟଙ୍କ ବିରୁଦ୍ଧାଚରଣ ଓ ଅସହଯୋଗ ଆପଣଙ୍କ କାମରେ ପ୍ରତିବନ୍ଧକ ସୃଷ୍ଟି କରିବ। କିନ୍ତୁ କାର୍ଯ୍ୟଟି ନିର୍ଦ୍ଦିଷ୍ଟ ସମୟରେ ସରିବାରେ ଅସୁବିଧା ହେବ ନାହିଁ। ଶୁକ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ମାନଙ୍କ ପ୍ରତି ଆଗ୍ରହୀ ହେବେ। ବନ୍ଧୁ ମାନଙ୍କ ସହ ମଧୁର ସ୍ମୃତିର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ଦୁଃଶ୍ଚିନ୍ତାର କାରଣ ହୋଇପାରେ ଯାହାକି କର୍ମକ୍ଷେତ୍ରକୁ ପ୍ରଭାବିତ କରିବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ଜଣେ ଅନ୍ତରଙ୍ଗ ବନ୍ଧୁ କିମ୍ବା ବାନ୍ଧବୀଙ୍କ କଥା ବାରମ୍ବାର ମନରେ ଆଲୋଡନ ସୃଷ୍ଟି କରିବ। ଘରେ ଅସାବଧାନତା ବଶତଃ କୈାଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ।
ମିଥୁନ
ମିଥୁନ
ପ୍ରତେକ କ୍ଷେତ୍ରରେ ଉତେଜନା ମୂଳକ କଥା କିମ୍ବା ତ୍ୱରିତ କାର୍ଯ୍ୟାନୁଷ୍ଠାନ ଠିକ୍‌ ହେବ ନାହିଁ। ବନ୍ଧୁଙ୍କ ସହାୟତାରେ ଅର୍ଥଲାଭ ଓ ନୂତନ ବନ୍ଧୁ ସମ୍ପର୍କ ଯୋଡିବାରେ ସଫଳ ହେବେ। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେଇପାରନ୍ତି। କୈାଣସି ପ୍ରକାରର ଅସୁବିଧା ନହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜି ମନର ଚିନ୍ତା ଅନୁଯାୟୀ କାର୍ଯ୍ୟ ପଦ୍ଧତିର ତାଳମେଳ ରହିବ ନାହିଁ। ଫଳ ସ୍ବରୂପ ଯେଉଁ ଆଶା ନେଇ କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ। ଅବଶ୍ୟ ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଚେଷ୍ଟାସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବେ।
ସି˚ହ
ସି˚ହ
ଗତକାଲିର ଘଟଣା ବିଷୟରେ ଚିନ୍ତା କରି ମନରେ ସରସତା ରହିନପାରେ। ସକାଳୁ କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭ କରିବେ। ଈର୍ଷାପରାୟଣ ନିକଟସ୍ଥ ବନ୍ଧୁବର୍ଗ କିମ୍ବା ବ୍ୟକ୍ତି ବିଶେଷ ମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନରହିଲେ ସାଧାରଣ ଆଘାତ ଲାଗିପାରେ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟ କଥାକୁ ସରଳ ଓ ସହଜରେ ଗ୍ରହଣ କରି ପାରିବେ ନାହିଁ। ଆଜି ଯାହା ପାଇବା ଆଶା ରଖିଛନ୍ତି,ତାହା ଲଢେଇ କରି ନିଶ୍ଚୟ ପାଇବେ। ସମୟ ସୁବିଧା କୁ ନେଇ ବନ୍ଧୁଙ୍କ ପାଖରେ ଅଭାବ ଅସୁବିଧା ଜଣାନ୍ତୁ ଅବଶ୍ୟ ଆପଣଙ୍କ ଆଶା ପୂରଣ ହୋଇଯିବ। ପିଲା ମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବ।
ତୁଳା
ତୁଳା
ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଏକାନ୍ତ ବ୍ୟକ୍ତିଗତ କାର୍ଯ୍ୟରେ ସହକର୍ମୀଙ୍କ ହସ୍ତକ୍ଷେପ ପ୍ରତିବନ୍ଧକ ସାଜିବାର ଆଶଙ୍କା ରହିଛି। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି ଲାଭବାନ୍‌ ହେବେ । ସନ୍ତାନଙ୍କ ସ୍ବାସ୍ଥ୍ୟହାନୀ କାରଣରୁ ବିଚଳିତ ରହିପାରନ୍ତି।
ବିଛା
ବିଛା
ଆଜି ଆପଣଙ୍କ ବାକ୍‌ପଟୁତାରେ ବନ୍ଧୁମାନେ ପ୍ରଶଂସାରେ ଶତମୁଖ ହେବେ। ସକାଳୁ ଯାତ୍ରା କରିବାକୁ ପଡିବ ଏବଂ ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ ସୁଯୋଗ ମିଳିବ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ମଧ୍ୟ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କ ଠାରୁ ପ୍ରତିଦାନ ପାଇବା ଦୁଲ୍ଲଭ ହୋଇପାରେ।
ଧନୁ
ଧନୁ
କେତୁଙ୍କ କୁପ୍ରଭାବରୁ ଆଜି ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ। ତଥାପି ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀ ମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ। ବ୍ୟବସାୟରେ ଲାଭ ମିଳିବ ମାତ୍ର ପରିବହନରେ ଝଗଡାର ଆଶଙ୍କାକୁ ଏଡି ହେବନାହିଁ। ଅନ୍ୟ ମାନଙ୍କୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରି ପାରନ୍ତି।
ମକର
ମକର
ସାମାନ୍ୟ ବିଳମ୍ବ ଓ ଘାତପ୍ରତିଘାତ ଦେଇ ଆଜିର ଜୀବନଯାତ୍ରା ଅତିବାହିତ ହେବେ। କର୍ମକ୍ଷେତ୍ରରେ ମଧୁର ବ୍ୟବହାର ଦ୍ୱାରା ବନ୍ଧୁ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ବ୍ୟବସାୟରେ ଉନ୍ନତି ଘଟିବ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଦୁଃଶ୍ଚିନ୍ତା ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ବାକ୍‌ଚାତୁରୀ ବଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ଯୋଗୁ ଆଶ୍ୱସ୍ତି ଲାଭ କରିବେ। ବନ୍ଧୁଗହଣରେ ଭାବପ୍ରବଣତାରେ ହଜି ନ ଜାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାକୁ ଚେଷ୍ଟା କଲେ ଭଲ। ଯାତ୍ରା ,ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ।
ମୀନମୀନ
ପ୍ରତିକୂଳ ପରିବେଶର କୁପ୍ରଭାବରୁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜବୁଲିବେ। ଅଫିସ୍‌ କାମରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜଲୋକ ମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧସମ୍ପର୍କ ରେ କିଛିଟା ଉନ୍ନତି ପରିଲକ୍ଷିତ ହେବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

ରାଶିଫଳ: ସୋମବାର , ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରରେ ବୁଧ ଓ ବୃହସ୍ପତିଙ୍କ ଯୋଗୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri