Posted inRasifala

ରାଶିଫଳ: ସୋମବାର, ଏପ୍ରିଲ୍‌ ୧୨ ତାରିଖ – Daily Horoscope

ମେଷ
ଆଜି କୌଣସି ଧାର୍ମିକ କାମରେ ନିଜକୁ ନିୟୋଜିତ କରିବାକୁ ପଡ଼ିପାରେ। ଗାଡ଼ି, ମୋଟର, ପରିବହନ, ସଭାସମିତି, ସତ୍‌ସଙ୍ଗ, ଆଲୋଚନା, ଭ୍ରମଣହେତୁକ ଖୁସି ରହିବ। ଟଙ୍କା ପଇସାକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ। ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ବୃଷ
ବୃଷ
ମାନସିକ ଅସ୍ଥିରତା ସୃଷ୍ଟି କଲେ ମଧ୍ୟ ଅର୍ଥ, ଆଦର, ସୋହାଗ ପାଇ ସବୁକିଛି ଭୁଲିଯିବେ। ଘରେ ଅସାବଧାନତାବଶତଃ ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ। ଅଯାଚିତ ଭାବରେ ପଡ଼ୋଶୀଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ସାହିତ୍ୟ ଓ ସଙ୍ଗୀତ ପ୍ରତିଯୋଗିତାରେ ସୁନାମ ଅର୍ଜି ପାରନ୍ତି।
ମିଥୁନ
ମିଥୁନ
ଅକସ୍ମାତ୍‌ ବନ୍ଧୁମିଳନ ସାଙ୍ଗକୁ ନୂତନ ସମ୍ପର୍କ ଯୋଡ଼ିବା ପାଇଁ ଖୋରାକ ପାଇବେ। ସ୍ଥଗିତ କାମକୁ ପୂରାଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ଗତକାଲିର କୌଣସି ଘଟଣା ସକାଶେ ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ। ବିବାଦୀୟ କଥାକୁ ନେଇ ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ କୌଣସି ଶୁଭ ଖବର ମନକୁ ଆମୋଦିତ କରିବ। ପ୍ରତ୍ୟୁଷ ସମୟରେ ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଧାର କରଜ, ଭଡ଼ାସୂତ୍ରରୁ ବକେୟା ଟଙ୍କା ଆଜି ପାଇବାର ସମ୍ଭାବନା ରହିଛି। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବେ।
ସି˚ହ
ସି˚ହ
ନିକଟସ୍ଥ ବ୍ୟକ୍ତିବିଶେଷ ନିଜର ଦୋଷଦର୍ଶିତା ଗୁଣ ହେତୁ ଆପଣଙ୍କୁ ସମାଲୋଚନା କରିପାରନ୍ତି। ବୟସ୍କ କିମ୍ବା ସରକାରୀ କର୍ମଚାରୀଙ୍କ ସହ ସାମୟିକ ବାକ୍‌ ଯୁଦ୍ଧ ଲାଗିବା ସମସ୍ୟାର କାରଣ ପାଲଟିଯିବ। ପିଲାଙ୍କ କାର୍ଯ୍ୟକଳାପ ପାଇଁ ନିଜ ଲୋକଙ୍କଠାରୁ ମଧ୍ୟ ସମାଲୋଚିତ ହେବେ। ପରିବହନ, ବ୍ୟବସାୟ ସକାଶେ ଦିନଟି ମନ୍ଦ ନୁହେଁ।
କନ୍ୟା
ମନରେ ସନ୍ଦେହ ଜାତ ହେବା କାରଣରୁ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ସମୟ ସୁବିଧାକୁ ନେଇ ବନ୍ଧୁଙ୍କ ପାଖରେ ଅଭାବ ଅସୁବିଧା ଜଣାନ୍ତୁ; ଅବଶ୍ୟ ଆଶା ପୂରଣ ହୋଇଯିବ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସବୁ ସୁବିଧା ଥାଇ ମଧ୍ୟ କାମ ବିଳମ୍ବରେ ହୋଇପାରେ।
ତୁଳା
ତୁଳା
ପାରିବାରିକ ହେଉ କିମ୍ବା କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଲାଭବାନ୍‌ ମଧ୍ୟ ହେବେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ବିଛା
ବିଛା
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ଆପଣ ପ୍ରତ୍ୟେକ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଅନ୍ୟର ଉପକାର ଚିନ୍ତା କରିବେ ସିନା ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡ଼ିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ। ରୋଗ, ଋଣରୁ ରକ୍ଷା ପାଇବାର ପରିକଳ୍ପନା କରିପାରନ୍ତି।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ସମସ୍ୟା ହେତୁ ମନ ବିଚଳିତ ରହିପାରେ। ଅବଶ୍ୟ ବନ୍ଧୁଙ୍କ ସଦ୍ଭାବ ଓ ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ପରିସ୍ଥିତିକୁ ଲକ୍ଷ୍ୟ କରି ମନକୁ ନ ପାଇଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ଅଯଥା ମନକୁ ଭାରାକ୍ରାନ୍ତ କରିପାରନ୍ତି।
ମକର
ମକର
ଦୀର୍ଘ ଦିନ ହେଲା ମନେମନେ ଭାବୁଥିବା କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ଶ୍ରବଣାର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତା ସୃଷ୍ଟି ହୋଇପାରେ। ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ।
କୁମ୍ଭ
କୁମ୍ଭ
ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ବନ୍ଧୁଙ୍କ କାର୍ଯ୍ୟକଳାପକୁ ନେଇ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ମାନସିକ ଆଘାତ ପାଇଲେ ମଧ୍ୟ ଆନୁଷ୍ଠାନିକ କାମରେ ସୁରୁଖୁରୁରେ ସମ୍ପନ୍ନ କରିବେ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ଅନ୍ୟଥା ଚିନ୍ତା କରିବାକୁ ପଡ଼ିପାରେ। ଦୀର୍ଘଦିନର ସୁପରିକଳ୍ପିତ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ପାରିବାରିକ ସ୍ତରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ହଠାତ୍‌ ଗତକାଲିର କୌଣସି ଘଟଣା ମନକୁ ବିବ୍ରତ କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri