Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ
ଆଜି ବିଶ୍ରାମହୀନ କାମ କରିବାକୁ ପଡ଼ିପାରେ । ସାଧାରଣ କଥାରେ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହିତ କଳହର ସମ୍ଭାବନା ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ଘରେ ଅସାବଧାନତାବଶତଃ ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହେବ । ଅଯାଚିତ ଭାବରେ ପଡ଼ୋଶୀଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି। ସାହିତ୍ୟ ଓ ସଂଗୀତ ପ୍ରତିଯୋଗିତାରେ ସୁନାମ ଅର୍ଜନ କରିବାର ଯୋଗ ରହିଛି । ବିବାଦୀୟ ସ୍ଥିତିରେ କ’ଣ କରିବେ କିମ୍ବା ନ କରିବେ ଏହି ଦ୍ୱନ୍ଦ୍ୱରେ ପଡି କିଛି ବି କରିପାରିବେ ନାହିଁ।
ମିଥୁନ
ମିଥୁନ
ବନ୍ଧୁମିଳନ ସଙ୍ଗକୁ ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କରିପାରନ୍ତି। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଗତକାଲିର କୌଣସି ଘଟଣା ସକାଶେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ବିବାଦୀୟ କଥାକୁ ନେଇ ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
ଯେଉଁ ଆଶା ନେଇ ଅନ୍ୟମାନଙ୍କ ପାଇଁ କିଛି କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ। କର୍ମକ୍ଷେତ୍ରରେ କୌଣସି ଶୁଭ ଖବର ମନକୁ ଆମୋଦିତ କରିବାର ଆଶା ରହିଛି । ପ୍ରତ୍ୟୁଷ ସମୟରେ ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ସହ ସାଧାରଣ ଯୁକ୍ତିତର୍କରୁ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ସି˚ହ
ସି˚ହ
ଯେତେ ମନଧରି କାମ କଲେ ମଧ୍ୟ ନିକଟସ୍ଥ ବ୍ୟକ୍ତି ସମାଲୋଚନା କରିପାରନ୍ତି। ତରବରିଆ କାମରେ ସତର୍କ ନ ରହିଲେ ଗୋଡ଼ରେ ଆଘାତ ଲାଗିପାରେ । ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରି ପ୍ରଶଂସିତ ହେବେ। ପିଲାମାନଙ୍କ ଅସଂଯତ କାର୍ଯ୍ୟକଳାପ ପାଇଁ ନିଜ ଲୋକମାନଙ୍କଠାରୁ ମଧ୍ୟ ସମାଲୋଚିତ ହେବାର ଆଶଙ୍କା ରହିଛି ।
କନ୍ୟା
ମନରେ ସନ୍ଦେହ ଜାତ ହେବା କାରଣରୁ ଅନ୍ୟ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ଅବଶ୍ୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି,ତାହା ବିଳମ୍ବିତ ସମୟରେ ନିଶ୍ଚୟ ପାଇବେ । ପରିବାରରେ ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଗତକାଲି ଖୋଜୁଥିବା ଜିନିଷଟି ଆଜି ଅପରାହ୍ନରେ ପାଇଯିବେ।
ତୁଳା
ତୁଳା
ଆଦୌ ଚିନ୍ତା କରନ୍ତୁ ନାହିଁ, ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଭୋଗବିଳାସରେ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ । ଅଫିସ ଭିତରେ ସାଧାରଣ କଥାକୁ ନେଇ ତର୍କ ବିତର୍କ ଲାଗିବାର ଆଶଙ୍କା ରହିଛି । କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ସବୁ ସୁବିଧାରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ଲାଭକରି ଆଶ୍ୱସ୍ତି ଲାଭ କରିବେ। ରୋଗ, ଋଣରୁ ରକ୍ଷା ପାଇବାର ନୂତନ ଯୋଜନାର ପରିକଳ୍ପନା କରିପାରନ୍ତି। ରାଜନୀତିରେ ଲୋକ ସମ୍ପର୍କ ବଢ଼ାଇବା ସକାଶେ ପଦକ୍ଷେପ ନେବା ପାଇଁ ଚେଷ୍ଟା ଅବ୍ୟାହତ ରହିବ ।
ଧନୁ
ଧନୁ
ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅବହେଳା କରି ପାରିବେନାହିଁ। ମନ ଭଲ ନରହିଲେ ସୁଦ୍ଧା ବନ୍ଧୁଙ୍କ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ହେତୁ ମନ ବିଚଳିତ ରହିପାରେ। ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ପରିସ୍ଥିତିକୁ ଲକ୍ଷ୍ୟକରି ମନକୁ ନ ପାଇଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। କେତେକ କ୍ଷେତ୍ରରେ ନିଜ ସହ ଅନ୍ୟମାନଙ୍କୁ ତୁଳନା କରି ଅଯଥା ମନକୁ ଭାରାକ୍ରାନ୍ତ କରିପାରନ୍ତି।
ମକର
ମକର
ଦୀର୍ଘଦିନ ହେଲା ଭାବୁଥିବା କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ବିଶେଷ ଭାବରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ଦୁଶ୍ଚିନ୍ତା ସୃଷ୍ଟି ହୋଇପାରେ। ବେଳକାଳ ଉଣ୍ଡି ଠିକଣା ସମୟରେ ଉଚିତ ପଦକ୍ଷେପ ନେବାକୁ ଭୁଲନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଆଜି ପରିବାରରୁ ପୂର୍ଣ୍ଣ ସହଯୋଗ ଓ ସମର୍ଥନ ଲାଭକରି ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ। ବନ୍ଧୁଙ୍କ କାର୍ଯ୍ୟକଳାପକୁ ନେଇ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ସକାଳୁ ସକାଳୁ ସମ୍ପର୍କୀୟ ଜଣେ ବନ୍ଧୁ ଆଜି ମଧ୍ୟାହ୍ନରେ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ । ଦୀର୍ଘଦିନର ସୁପରିକଳ୍ପିତ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ପାରିବାରିକ ସ୍ତରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri