Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟଗୁଡ଼ିକୁ ସମ୍ପନ୍ନ କରିବାକୁ ବାଧ୍ୟ ହେବେ। ସାମୂହିକ ଆଲୋଚନା, ସଭାସମିତି, ସତ୍‌ସଙ୍ଗ, ଆଲୋଚନା, ଭ୍ରମଣ ହେତୁକ ଖୁସୀ ରହିପାରନ୍ତି। ସାହିପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସମ୍ପର୍କରେ ନୂ୍ୟନତା ପରିଲକ୍ଷିତ ହୋଇପାରେ। ପିଲାଙ୍କ ବିବାହ ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ବୃଷ
ବୃଷ
ପରିବାରରେ ଅସାବଧାନତା ବଶତଃ ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ଅଯାଚିତ ଭାବରେ ପଡ଼ୋଶୀଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ସାହିତ୍ୟ ଓ ସଂଗୀତ, କ୍ରୀଡ଼ା ଚଳଚ୍ଚିତ୍ରାଦିରେ ସୁନାମ ଅର୍ଜନ କରିପାରନ୍ତି। ବାରମ୍ବାର ବିଫଳତା କାରଣରୁ ଦ୍ୱନ୍ଦ୍ୱରେ ପଡ଼ି କିଛି ବି କରିପାରିବେ ନାହିଁ।
ମିଥୁନ
ମିଥୁନ
ଅପ୍ରତ୍ୟାଶିତ ଭାବରେ ଆଜି ବନ୍ଧୁମିଳନ ସଙ୍ଗକୁ ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବାର ମଉକା ପାଇବେ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। କୌଣସି ବିବାଦୀୟ ଘଟଣା ସକାଶେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ କାମ କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ। ସହକର୍ମୀଙ୍କ ନିକଟରୁ କର୍ମକ୍ଷେତ୍ରରେ କୌଣସି ଶୁଭ ଖବର ମନକୁ ଆମୋଦିତ କରିବ। ପ୍ରତ୍ୟୁଷ ସମୟରେ ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ସହ ସାଧାରଣ ଯୁକ୍ତିତର୍କରୁ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ସି˚ହ
ସି˚ହ
ଭଲ ସମ୍ପର୍କ ନ ଥିବା କାରଣରୁ ନିକଟସ୍ଥ ବ୍ୟକ୍ତି ନିଜର ଦୋଷଦର୍ଶିତା ଗୁଣ ହେତୁ ସମାଲୋଚନା କରିପାରନ୍ତି। ଯାତ୍ରା ସମୟରେ ସତର୍କ ନ ରହିଲେ ଗୋଡ଼ରେ ଆଘାତ ଲାଗିପାରେ। ପିଲାଙ୍କ ଅସଂଯତ କାର୍ଯ୍ୟକଳାପ ପାଇଁ ନିଜ ଲୋକଙ୍କଠାରୁ ମଧ୍ୟ ସମାଲୋଚିତ ହେବେ। ପରିବହନ, ବ୍ୟବସାୟ, କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ।
କନ୍ୟା
ସନ୍ଦେହାଛନ୍ନ ହୋଇ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଉଚ୍ଚକର୍ତ୍ତୃପକ୍ଷଙ୍କ ସହାନୁଭୂତି ହେତୁ ଆଶା ପୂରଣ ହୋଇଯିବ। ପରିବାରରେ ପିଲାଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସବୁ ସୁବିଧା ଥାଇ କାମ ଠିକ୍‌ ଠିକ୍‌ କରିଥିବେ କିନ୍ତୁ କାମଟି ବିଳମ୍ବରେ ହେବ।
ତୁଳା
ତୁଳା
କର୍ମକ୍ଷେତ୍ରର ସମସ୍ୟା ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ପରିବାରରେ ସାଧାରଣ କଥାକୁ ନେଇ ତର୍କ ବିତର୍କ ଲାଗିପାରେ। କର୍ମାରମ୍ଭରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଲାଭବାନ୍‌ ମଧ୍ୟ ହେବେ। ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ସାହାଯ୍ୟ ସହଯୋଗ ଲାଭକରି ପ୍ରତ୍ୟେକ କ୍ଷେତ୍ରରେ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଅନ୍ୟର ଉପକାର ଚିନ୍ତା କରିବେ ସିନା ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡ଼ିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ଏବଂ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ସାମାଜିକ ସ୍ତରରେ ଲୋକ ସମ୍ପର୍କ ବଢ଼ାଇବା ସକାଶେ ପଦକ୍ଷେପ ନେଇପାରନ୍ତି।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ମଧ୍ୟ ବିଭିନ୍ନ ପ୍ରକାରର ସମସ୍ୟା ହେତୁ ମନ ବିଚଳିତ ରହିପାରେ। ପଡ଼ୋଶୀ କିମ୍ବା ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭ ମିଳିବ। ଅନ୍ୟ୍‌ମାନଙ୍କୁ ନିଜ ସହ ତୁଳନା କରି ଅଯଥା ମନକୁ ଭାରାକ୍ରାନ୍ତ କରିପାରନ୍ତି।
ମକର
ମକର
ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ଶ୍ରବଣାର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମିଥ୍ୟା ଗୁଜବ ଶୁଣିବା ପରେ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ବେଳକାଳ ଉଣ୍ଡି ଠିକଣା ସମୟରେ ଉଚିତ ପଦକ୍ଷେପ ନେବାକୁ ଭୁଲନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ବନ୍ଧୁଙ୍କ କାର୍ଯ୍ୟକଳାପକୁ ନେଇ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ସକାଳୁ ସକାଳୁ ସମ୍ପର୍କୀୟ ଜଣେ ବନ୍ଧୁ ଆଜି ମଧ୍ୟାହ୍ନରେ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ଦୀର୍ଘଦିନର ସୁପରିକଳ୍ପିତ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ପାରିବାରିକ ସ୍ତରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ସମସ୍ୟାର କାରଣ ହୋଇପାରେ। ହଠାତ୍‌ ଗତକାଲିର କୌଣସି ଘଟଣା ମନକୁ ବିବ୍ରତ କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା କାରଣରୁ କାମଗୁଡିକ ସହଜରେ ସମ୍ପନ୍ନ ହୋଇଯିବ। ଆତ୍ମୀୟମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାମାଜିକ ସ୍ତରରେ ସାହିତ୍ୟ, କଳା,…

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପରିବାର ଭିତରେ ଭୁଲ୍‍ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଯୁକ୍ତିତର୍କଜନିତ କାମଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କଠିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri