Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ
କାର୍ଯ୍ୟଦକ୍ଷତା ହେତୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା ଏବଂ ବନ୍ଧୁଙ୍କ ସୁପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ସକାଳୁ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ ଚର୍ଚ୍ଚା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ସଭାସମିତିରେ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସହକର୍ମୀଙ୍କ ଦ୍ୱାରା ସମସ୍ୟା ହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ପ୍ରତିବନ୍ଧକ ହଟିଯିବା କାରଣରୁ ଆଜିର ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ ।
ମିଥୁନ
ମିଥୁନ
ଆଜି ହଠାତ୍‌ ପରିସ୍ଥିତି ବଦଳିଯିବା କାରଣରୁ ଆଶା ଅପୂରଣ ରହିଯାଇପାରେ। ସକାଳୁ ସକାଳୁ ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ନିଜ ଇଚ୍ଛା ଅନୁସାରେ କୌଣସି କାମ କରି ପରିବାରରୁ ସମାଲୋଚିତ ହେବାକୁ ପଡ଼ିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ।
କର୍କଟ
କର୍କଟ
କାମର ଚାପ ବଢ଼ିବା କାରଣରୁ ଦ୍ୱନ୍ଦ୍ୱରେ ପଡ଼ି ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ତଥାପି କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପରୋକ୍ଷଭାବରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ସକ୍ରିୟତା ବୃଦ୍ଧି ପାଇପାରେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବାର ଯୋଗ ସଂଘଟିତ ହେବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟରୁ ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢ଼ିଯାଇପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା ଅନେକାଂଶରେ ଦୂର ହେବ। ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦର ବହୁ ପରିମାଣରେ ବଢ଼ିବ । ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗର ଅଭାବ ରହିବନାହିଁ। ଉତ୍ସାହିତ ହେବେ। କେତେକ କ୍ଷେତ୍ରରେ କ୍ରୋଧବଶତଃ, କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି।
ତୁଳା
ତୁଳା
ପ୍ରତିବନ୍ଧକ ଆସିଲେ ମଧ୍ୟ କାମ ଅଟକିବ ନାହିଁ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇଯିବେ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ବିଭିନ୍ନ ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ଓ କ୍ରୀଡ଼ା, ପ୍ରତିଯୋଗିତା, କ୍ଷେତ୍ରରେ ସଫଳତା ମିଳିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବାର ସୂଚନା ରହିଛି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ। ଏଜେନ୍‌ଶିପ୍‌, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବାରୁ ପାରିବାରିକ କଳହ ଦେଖାଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମକର
ମକର
ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ରହିବ। ଜନସମର୍ଥନ ଥିବାରୁ ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ମାନସିକ ଅସ୍ଥିରତା ସାଙ୍ଗକୁ ସ୍ବାସ୍ଥ୍ୟପ୍ରତି ଅବହେଳା କରି ଅନୁତାପ କରିପାରନ୍ତି।
କୁମ୍ଭ
କୁମ୍ଭ
ସହକର୍ମୀଙ୍କ ସହଯୋଗ ହେତୁ ସହଜ ଓ ସୁବିଧାରେ ହାତକୁ ନେଇଥିବା କାମ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। କୌଣସି ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି।
ମୀନମୀନ
ପଡ଼ୋଶୀଙ୍କ ସହ ସମ୍ପର୍କରେ ଉନ୍ନତି ଘଟିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ଜମିଜମା, ଘରସୀମା କିମ୍ବା ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହୋଇପାରନ୍ତି। ବ୍ୟବସାୟରେ ସଫଳତା ହାସଲ କରିବେ କିନ୍ତୁ ପରିବହନରେ ସମସ୍ୟା ଲାଗିରହିବ। କେତେକ କ୍ଷେତ୍ରରେ ଜିଦ୍‌ଖୋର କାରଣରୁ ସମାଲୋଚିତ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri