Posted inRasifala

ରାଶିଫଳ: ବୁଧବାର, ଜାନୁୟାରୀ ୧୨ ତାରିଖ – Daily Horoscope

ମେଷ
ଆଜି ପାରିବାରିକ କ୍ଷେତ୍ରରେ ଅସ୍ଥିର ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ସନ୍ତାନଙ୍କ ଯୋଗୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଖର୍ଚ୍ଚଭାର ବୃଦ୍ଧି, ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ ସମସ୍ୟା, କଚେରି ମାମଲା ଯୋଗୁ ଚିନ୍ତାପ୍ରକଟ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତିର ମାର୍ଗ ସୁଗମ ହେବ। ଅଫିସରେ ଭଲ୍‌ ସମ୍ପର୍କ ନ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ବିଶେଷ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
ମିଥୁନ
ମିଥୁନ
ଆର୍ଥିକ ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କୁଟୀରଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନର ପ୍ରତିବନ୍ଧକ ଦୂର ହୋଇଯିବ। କେତେକ ଅବହେଳିତ ସ୍ଥଗିତ କାର୍ଯ୍ୟ ସକାଶେ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ର ସନ୍ତୋଜନକ ରହିବ ନାହିଁ। ସଭାସମିତି, ବନ୍ଧୁ ସମ୍ପର୍କ, ଶିକ୍ଷା, ପରୀକ୍ଷାଦିରେ ସଫଳତା ପାଇପାରିବେ।
କର୍କଟ
କର୍କଟ
ବିଭିନ୍ନ ପ୍ରକାରର ସମସ୍ୟା ହେତୁ ମାନସିକ ଅସ୍ଥିରତା ମଧ୍ୟରେ କାମ କରିବାକୁ ବାଧ୍ୟହେବେ। ସ୍ତ୍ରୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବାର ଆଶା କରାଯାଇପାରେ। ସଭାସମିତି, ସଂଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଆହ୍ବାନ କ୍ରମେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ସି˚ହ
ସି˚ହ
ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଭାବି ଚିନ୍ତି କାମ କରିବା ସହ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିବେ। ଆର୍ଥିକ ଅନଟନଜନିତ ଧାର ଉଧାର କରିବାକୁ ପଡ଼ିପାରେ। ସାହିତ୍ୟଚର୍ଚ୍ଚା, ଗବେଷଣା, ଏଜେନ୍ସି,ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ ଯାହାକି ଅନ୍ୟମାନଙ୍କ ସକାଶେ ଅସନ୍ତୋଷର କାରଣ ହେବ। ବ୍ୟବସାୟ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ବୃତ୍ତିରେ ପ୍ରତିବନ୍ଧକ କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
ତୁଳା
ତୁଳା
ଅର୍ଥନୈତିକ ପରିସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ପାଖ,ପଡ଼ୋଶୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ; ଯାହାକି ଆପଣଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟି ଯିବ। ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇ ପାରେ।
ବିଛା
ବିଛା
ସମସ୍ୟା ରହିଥିଲେ ମଧ୍ୟ କୌଣସି କର୍ମାରମ୍ଭ କରି ଆନନ୍ଦ ଅନୁଭବ କରି ପାରନ୍ତି। ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରି ସମସ୍ୟା ସୃଷ୍ଟି କରିବେ ଏଣୁ ସତର୍କ ରହିବା ଭଲ। ଆମତ୍ୀୟମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ସମସ୍ୟାର କାରଣ ହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ନୂତନ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ଦିନଟି ଭଲ ରହିଲେ ମଧ୍ୟ କେତେକ ଅପୂରଣୀୟ କାମନା ମନକୁ ଭାରାକ୍ରାନ୍ତ କରିବ। ବିଶେଷଭ୍ରମଣ ଓ ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ ଏବଂ ବକେୟା ଆଦାୟରେ ସକ୍ଷମ ହେବେ। କାର୍ଯ୍ୟଦକ୍ଷତାକୁ ନେଇ ପଡ଼ୋଶୀ ପ୍ରଶଂସା କରିପାରନ୍ତି।
ମକର
ମକର
ଯେଉଁ କାମରେ ହାତ ଦେବେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ସଭାସମିତିରେ ବାକ୍‌ ଅସଂଯମତା ଯୋଗୁ ସମ୍ପର୍କ ହାନି ହେବ। ଏକ ଭିନ୍ନ ପରିବେଶରେ ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ। ଶାରୀରିକ ସୁସ୍ଥତା ଫେରି ଆସିବ।
କୁମ୍ଭ
କୁମ୍ଭ
ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ଭଲ ସମ୍ପର୍କ ନ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ମୀନମୀନ
ଦୈହିକ ସ୍ବାସ୍ଥ୍ୟରେ ଉନ୍ନତି ଓ କର୍ମକ୍ଷେତ୍ରରେ ପ୍ରଗତି ମନୋବଳ ବୃଦ୍ଧି କରିବ। ପାରିବାରିକ ସମର୍ଥନ ହାସଲ କରିବା କାରଣରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri