Posted inRasifala

ରାଶିଫଳ: ସୋମବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା, ବାଣିଜ୍ୟ, ସଭାସମିତି, ବନ୍ଧୁମିଳନ, ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ ଜଣେ ବନ୍ଧୁ ସହଯୋଗ କରିବେ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହେବାର ସୂଚନା ରହିଛି। ବ୍ୟବସାୟୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବୃଷ
ବୃଷ
ଯେତେ ବାଧାବିଘ୍ନ ଆସୁନା କାହିଁକି, ଆଜି କୌଣସି କାମ ଅଟକିବ ନାହିଁ। ରୋହିଣୀ ନକ୍ଷତ୍ର ସକାଶେ ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟାର ସମାଧାନ କରିବେ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଓ ଫେରନ୍ତା ବାଟରେ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦମୁକ୍ତ ହେବେ। ବ୍ୟବସାୟିକ କ୍ଷେତ୍ର ସମସ୍ୟାବହୁଳ ହୋଇପାରେ।
ମିଥୁନ
ମିଥୁନ
ସବୁ ସୁବିଧା ଥାଇ ମଧ୍ୟ କେତେକ କାମ ନ ହେବା କାରଣରୁ ମନ ଭଲ ରହିବ ନାହିଁ। ପୁନର୍ବସୁର ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟହାନି ଦେଖାଦେଇପାରେ। କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବେ। ହୋଟେଲ, ଛୋଟ ଦୋକାନୀ, ଲାଭବାନ୍‌ ହେବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ସମସ୍ୟା ଆସିବ।
କର୍କଟ
କର୍କଟ
କ୍ରମଶଃ କରିଥିବା ଆଶା ମଉଳିବାକୁ ଯାଉଥିବାର ଅନୁଭବ କରି ମନ ଏକପ୍ରକାର ମାନ୍ଦା ରହିପାରେ। ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ମୃଗଶିରାର ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯିବ। ପରିସ୍ଥିତିକୁ ସାମ୍‌ନା କରିବାକୁ ଯାଇ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି ବିପଦମୁକ୍ତ ହୋଇପାରନ୍ତି।
ସି˚ହ
ସି˚ହ
ବିଭିନ୍ନ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ଆସିପାରେ, କିନ୍ତୁ ଚିନ୍ତା ନ କରି କାମରେ ଲାଗିପଡ଼ନ୍ତୁ। ମଘା ନକ୍ଷତ୍ର ଅକୁହା କଥାକୁ ବନ୍ଧୁଙ୍କ ଆଗରେ ବଖାଣି ଘର ଲୋକ ମାନଙ୍କ ବିରାଗ ଭାଜନ ହେବେ। ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ଼ ଚେଷ୍ଟା କରିପାରନ୍ତି। କେତେକ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ।
କନ୍ୟା
ବିଭିନ୍ନ ପ୍ରକାରର ପାରିବାରିକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଚିତ୍ରା ନକ୍ଷତ୍ର ଅଚାନକ ଭାବରେ ଅଶୁଭ ଖବର ଶୁଣି ବିସ୍ମିତ ହୋଇପାରନ୍ତି। ବିଭିନ୍ନ ପ୍ରକାରର ସମସ୍ୟା ହେତୁ କର୍ମକ୍ଷେତ୍ରରେ ଅନିଶ୍ଚିତତା ମଧ୍ୟରେ ଗତିକରିବେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରା ବିଳମ୍ବ ହୋଇପାରେ, ତଥାପି ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ଓ ନିର୍ଭୀକତା ହେତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଶାଖା ନକ୍ଷତ୍ର ଖଳ ଲୋକମାନଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିପାରନ୍ତି। ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବ୍ୟବସାୟ ଓ ବାଣିଜ୍ୟରୁ ଅର୍ଥ ଲାଭ ହେତୁ ଖୁସି ରହିବେ।
ବିଛା
ବିଛା
ଅନୁରାଧା ଆଲୋଚନା କ୍ଷେତ୍ରରେ, ପ୍ରଶାସନିକ କାମରେ, ଯାତ୍ରା କ୍ଷେତ୍ରରେ ତଥା ସଭା ସମିତିରେ ଆଶାଜନକ ଫଳ ପାଇବେ। କର୍ମକ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ପ୍ରତି ସତର୍କ ରୁହନ୍ତୁ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷ ସହଯୋଗର ପ୍ରତିଶ୍ରୁତି ଦେବେ। ଭ୍ରମଣ ଅବକାଶରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ଧନୁ
ଧନୁ
ପରିବାର ସଦସ୍ୟ ଆପଣଙ୍କୁ ଭୁଲ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଅତି ପ୍ରିୟ ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କ ବିରୋଧରେ କଥା କହିବ। କର୍ମକ୍ଷେତ୍ରରେ ଆଜିର କାମଗୁଡ଼ିକ ଠିକ୍‌ ଭାବେ ହେବାରେ କେତେକ ପ୍ରତିବନ୍ଧକ ସୃଷ୍ଟି ହେବ। ପରିବହନରେ ଆକସ୍ମିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।
ମକର
ମକର
ଆଜିର ଯାତ୍ରାରେ ଅର୍ଥ ପ୍ରାପ୍ତିର ଆଶା ପୂରାମାତ୍ରାରେ ରହିଛି। ପାଖ, ପଡ଼ୋଶୀଙ୍କ ସାହାଯ୍ୟକ୍ରମେ ନିର୍ମାଣାଧୀନ କାମ ପୂର୍ଣ୍ଣାଙ୍ଗ ହୋଇଯିବ। ଶ୍ରବଣା ନକ୍ଷତ୍ରର ଦୁର୍ବଳ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ନିଜ ନିଜ ଭିତରେ ଅଯଥା କଳହରୁ ଦୂରେଇ ରୁହନ୍ତୁ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ସହ ବୁଝାମଣା ଠିକ୍‌ ରହି ନ ପାରେ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରବ ନିଜର ସମ୍ପର୍କୀୟମାନେ ବିନା କାରଣରେ କଳହ କରିପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହୁଥିଲେ ମଧ୍ୟ କାମଟିକୁ ଛାଡ଼ିପାରିବେ ନାହିଁ। ଗୋପନରେ ଶତ୍ରୁତା କରୁଥିବା କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି। ହଠାତ୍‌ ଯାତ୍ରା କରିବାକୁ ଯିବାକୁ ମନସ୍ଥ କରି ବାଟରୁ ଫେରି ଆସିବାକୁ ପଡ଼ିପାରେ।
ମୀନମୀନ
ଆଶା କରୁଥିବା ସବୁ ସୁବିଧା ସୁଯୋଗ ପାଇ ଖୁସି ହେବେ। ପଡ଼ୋଶୀ କିମ୍ବା ଆତ୍ମୀୟଙ୍କଠାରୁ ଅଯାତିତ ସହାୟତା ପାଇବେ। ପରିସ୍ଥିତିବଶତଃ ଅଧସ୍ତନ କର୍ମଚାରୀ କିମ୍ବା ସହକର୍ମୀଙ୍କୁ କଟୁକଥା କହି ସୁସମ୍ପର୍କ ହରାଇବେ। ରେବତୀ ସକାଶେ ଈର୍ଷା କରୁଥିବା ଲୋକ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri