Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ
ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ। ଯଦିଓ ବିଶେଷ କିଛି ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। କୃଷି,ବାଣିଜ୍ୟ ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବୃଷ
ବୃଷ
ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ କାମ କରିବା ଦ୍ୱାରା ସ୍ବାଭିମାନ ବିଡ଼ମ୍ବିତ ହେବ। ସାମାଜିକ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଗୃହ ସାଜସଜ୍ଜା କିମ୍ବା ଆନୁଷ୍ଠାନିକ କାମରେ ଲିପ୍ତ ରହିବା ହେତୁ ଟେନ୍‌ଶନ ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ କଳହ ମାନସିକ ଅଶାନ୍ତିର କାରଣ ହେବ।
ମିଥୁନ
ମିଥୁନ
ଦୀର୍ଘଦିନର ସ୍ଥଗିତ କାମଟି ଆଜି ବନ୍ଧୁଙ୍କ ସାହାଯ୍ୟରେ ସୁବିଧାରେ ହୋଇଯିବ। ପ୍ରଶାସନିକ ଅଥବା ରାଜନୈତିକ ସ୍ତରର ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ସନ୍ତୋଷଜନକ ରହିବ। ସମ୍ପର୍କୀୟଙ୍କ ସହଯୋଗରେ ପାରିବାରିକ ସମସ୍ୟାର ସମାଧାନ ଘଟିବାର ସମ୍ଭାବନା ରହିଛି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବ। ବନ୍ଧୁଙ୍କ ପକ୍ଷପାତିତାକୁ ଦେଖି ନ ଦେଖିଲା ପରି ରହିବାରୁ ଅନ୍ୟମାନଙ୍କ ଦ୍ୱାରା ସମାଲୋଚିତ ହେବେ। ବାଣିଜ୍ୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନେଲେ କ୍ଷତିରେ ପଡିବେ। କର୍ମଜଞ୍ଜାଳ ବୃଦ୍ଧି ଯୋଗୁ ଘର କଥା ବୁଝିବାକୁ ସମୟ ମଧ୍ୟ ପାଇବେ ନାହିଁ।
ସି˚ହ
ସି˚ହ
ଆଜି ପରିବାରର ଅଭାବ ଓ ଅସୁବିଧାକୁ ନେଇ ଆଲୋଚନା ହୋଇପାରେ। ଜମିଜମା, ଯାନବାହନ, ଦିଆନିଆକୁ କେନ୍ଦ୍ରକରି ବିତର୍କ ସୃଷ୍ଟିର ସୂଚନା ରହିଛି । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଦ୍ୱାରା ଚାପଗ୍ରସ୍ତ ହୋଇ ହଇରାଣ ହୋଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ରହିଥିଲେ ମଧ୍ୟ ତାହା ନିୟନ୍ତ୍ରଣ ମଧ୍ୟରେ ହିଁ ରହିବା ଆଶା କରାଯାଇପାରେ।
କନ୍ୟା
ଚନ୍ଦ୍ରଙ୍କ ସୁପ୍ରଭାବରୁ ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସଫଳତା ନିଶ୍ଚିତ। ଅତୀତରେ ଉପକୃତ ହୋଇଥିବା ବନ୍ଧୁମାନଙ୍କ ନିକଟରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ ନାହିଁ। ଦୀର୍ଘଦିନ ହେଲା ଯେଉଁ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇଥିଲେ ଆଜି ତାହା କରିବା କାରଣରୁ ମନ ଖୁସି ରହିବ।
ତୁଳା
ତୁଳା
ସାଧାରଣ କଥାକୁ ନେଇ କର୍ମକ୍ଷେତ୍ରରେ ଯୁକ୍ତିତର୍କ ଲାଗିପାରେ କିମ୍ବା ଘରୋଇ କଳହକୁ ନେଇ ପରିବାରରେ ଅଶାନ୍ତି ଲାଗିରହିବ। ନୃତ୍ୟ, ସଙ୍ଗୀତ, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବିଛା
ବିଛା
ଅତୀତ ଘଟଣା କିମ୍ବା ଅସଫଳତାର କାରଣ ଚିନ୍ତା କରି ମନ ଅସ୍ଥିର ରହିବ। ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ମନେ ମନେ କ୍ଷୁବ୍ଧ ହେବେ। ଜମିଜମା, ଆଇନ, ପରିବହନ ପାଇଁ ଅସୁବିଧା ହେବ ନାହିଁ। ଦୈହିକ ଓ ମାନସିକ ସ୍ତରରେ ବ୍ୟତିକ୍ରମ ରହିଥିଲେ ମଧ୍ୟ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପରିବାରରେ ଆତ୍ମୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାକୁ ପଛେଇ ଯିବେ। ଯାତ୍ରା, ବାଣିଜ୍ୟ, ପରିବହନରେ ଅସୁବିଧା ହେବନାହିଁ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି।
ମକର
ମକର
ମନ ଭଲ ନ ଥିବାରୁ ସାଧାରଣ କଥାକୁ କେନ୍ଦ୍ରକରି ଅଫିସରେ କଳହ ସୃଷ୍ଟି ହେବ। କର୍ମକ୍ଷେତ୍ରରେ, ବନ୍ଧୁ ଗହଣରେ ତଥା ଅନ୍ୟମାନଙ୍କ ନିକଟରୁ ଶ୍ରଦ୍ଧା ଓ ସମ୍ମାନ ପାଇ ଦୁଃଖକୁ ଭୁଲିଯିବେ। ଅର୍ଥ ସମ୍ପର୍କରୁ, ସେବା ଓ ପରୋପକାର ହେତୁ ସାମାଜିକ ସ୍ତରରେ ପ୍ରଶଂସା ପାଇବେ। ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।
କୁମ୍ଭ
କୁମ୍ଭ
ବିଭିନ୍ନ ଅମୀମାଂସିତ ସମସ୍ୟାକୁ କେନ୍ଦ୍ରକରି ମନରେ ଅସ୍ଥିରତା ସୃଷ୍ଟି ହେବ। ବୈବାହିକ ପ୍ରସ୍ତାବ ସ୍ଥିରୀକୃତ ହେବାରେ ବନ୍ଧୁଙ୍କ ଭୂମିକା ଅବିସ୍ମରଣୀୟ ରହିବ। କେତେକ ଆକସ୍ମିକ ଅସୁବିଧା ଉପୁଜିବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବ। ବହୁତ ଦିନର ନୂଆ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ।
ମୀନମୀନ
ଆର୍ଥିକ ଦୃଷ୍ଟିରୁ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। କର୍ମକ୍ଷେତ୍ରରେ ଗତି ମନ୍ଥର ହେବ କିନ୍ତୁ କାମ ଅଟକିବ ନାହିଁ। ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବାରୁ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆଜିର ଯାତ୍ରା ସମୟରେ କୌଣସି ବିଜାତୀୟ ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବାର ସୂଚନା ରହିଛି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ…

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri