Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା ଅନୁଭବରେ ଆସିବ। ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେବେ ।
ବୃଷ
ବୃଷ
ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ। କେତେକ କାମ ସକାଶେ ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
ଆଜିର ପରିସ୍ଥିତି ବହୁତ ଭଲ ରହିବ ଏବଂ ଅର୍ଥ ସମ୍ପର୍କୀୟ ସମସ୍ୟା ସୁଧୁରିଯିବ। ବନ୍ଧୁ ଜରିଆରେ ଆକସ୍ମିକ ଭାବରେ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍ାହିତ ହେବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ସି˚ହ
ସି˚ହ
ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ। ବହୁତ ଅନୁସନ୍ଧାନ ପରେ ଅପରାହ୍ନରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ୍‌ ମାର୍ଗ ଅନୁସରଣ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇ ପାରନ୍ତି।
ତୁଳା
ତୁଳା
ପ୍ରତ୍ୟେକ କାମରେ ସଫଳତାରୁ ମାନସିକ ସ୍ଥିତି ଭଲ ରହିବ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ପରିବାରର ବିଭିନ୍ନ ପ୍ରକାର ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଫଳପ୍ରଦ ଆଲୋଚନା କରିବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ କଳହ ଦେଖାଦେଇପାରେ। ସମ୍ପର୍କୀୟଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଆଜି ସାଧାରଣ କଥାକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି। ଇଚ୍ଛା ନଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଟେନ୍‌ସନ ଲାଗିରହିଲେ ମଧ୍ୟ ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପାଖ, ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କିନ୍ତୁ ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି।
ମୀନମୀନ
ଗତକାଲିଠାରୁ ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। କର୍ମକ୍ଷେତ୍ରରେ ଈର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ। ପଡ଼ୋଶୀଙ୍କ ସହାୟତାରେ ଅର୍ଥାଭାବ କେତେକାଂଶରେ ଦୂରୀଭୂତ ହୋଇଯିବ। ଆତ୍ମୀୟସ୍ବଜନ କିମ୍ବା ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri