Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା ଅନୁଭବରେ ଆସିବ। ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେବେ ।
ବୃଷ
ବୃଷ
ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ। କେତେକ କାମ ସକାଶେ ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
ଆଜିର ପରିସ୍ଥିତି ବହୁତ ଭଲ ରହିବ ଏବଂ ଅର୍ଥ ସମ୍ପର୍କୀୟ ସମସ୍ୟା ସୁଧୁରିଯିବ। ବନ୍ଧୁ ଜରିଆରେ ଆକସ୍ମିକ ଭାବରେ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍ାହିତ ହେବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ସି˚ହ
ସି˚ହ
ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ। ବହୁତ ଅନୁସନ୍ଧାନ ପରେ ଅପରାହ୍ନରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ୍‌ ମାର୍ଗ ଅନୁସରଣ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇ ପାରନ୍ତି।
ତୁଳା
ତୁଳା
ପ୍ରତ୍ୟେକ କାମରେ ସଫଳତାରୁ ମାନସିକ ସ୍ଥିତି ଭଲ ରହିବ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ପରିବାରର ବିଭିନ୍ନ ପ୍ରକାର ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଫଳପ୍ରଦ ଆଲୋଚନା କରିବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ କଳହ ଦେଖାଦେଇପାରେ। ସମ୍ପର୍କୀୟଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଆଜି ସାଧାରଣ କଥାକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି। ଇଚ୍ଛା ନଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଟେନ୍‌ସନ ଲାଗିରହିଲେ ମଧ୍ୟ ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପାଖ, ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କିନ୍ତୁ ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି।
ମୀନମୀନ
ଗତକାଲିଠାରୁ ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। କର୍ମକ୍ଷେତ୍ରରେ ଈର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ। ପଡ଼ୋଶୀଙ୍କ ସହାୟତାରେ ଅର୍ଥାଭାବ କେତେକାଂଶରେ ଦୂରୀଭୂତ ହୋଇଯିବ। ଆତ୍ମୀୟସ୍ବଜନ କିମ୍ବା ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri