Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ
ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଏହା ସାଙ୍ଗକୁ ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମଧ୍ୟ ମନ ଖୁସି ରହିବ। ଦ୍ୱିଜା ନକ୍ଷତ୍ର ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ଉପକୃତ ହେବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ରବିଯୁକ୍ତ ଶନି ହେତୁ ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡ଼ି ଦେଇପାରେ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମନ୍ଦ ହେବ ନାହିଁ।
ମିଥୁନ
ମିଥୁନ
କେତୁଯୁକ୍ତ ଚନ୍ଦ୍ରଜନିତ ପିଲାମାନଙ୍କ ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି। ଯାତ୍ରା ପାଇଁ ପ୍ରତିକୂଳ ନ ହେଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ବ୍ୟବସାୟରେ ଲକ୍ଷ୍ୟ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ। କେତେକ କାମ ସକାଶେ ପରିବାର ଭିତରୁ ସମାଲୋଚିତ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
ଉଚ୍ଚାରୋହୀ ରବିଙ୍କ ଯୋଗୁ ଆର୍ଥିକ ସ୍ଥିତି ବହୁତ ଭଲ ରହିବ କିମ୍ବା ଅର୍ଥ ସମ୍ପର୍କୀୟ ସମସ୍ୟା ସୁଧୁରି ଯିବ। ତଥାପି କର୍ମ କ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ, ଯଦ୍ଦ୍ବାରା ସଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ସି˚ହ
ସି˚ହ
ବୃହସ୍ପତିଙ୍କ ସୁପ୍ରଭାବରୁ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧିରୁ କାର୍ଯ୍ୟ ସାଧନରେ ସମର୍ଥ ହେବେ। ବହୁତ ଅନୁସନ୍ଧାନ ପରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହିନପାରେ। ଅବଶ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ସ୍ବଗୃହକୁ ମଙ୍ଗଳଙ୍କ ପୂର୍ଣ୍ଣଦୃଷ୍ଟି ହେତୁ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଉତ୍ସାହିତ ହେବେ। ଚିତ୍ରାର କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
କର୍ମାଧିପ ପାପଯୁକ୍ତ କାରଣରୁ ପ୍ରତ୍ୟେକ କାମରେ ସଫଳତାଜନିତ ମାନସିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ବିଶାଖାର ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମାଧାନ ହୋଇଯିବ।
ବିଛା
ବିଛା
ଚତୁର୍ଥ ସ୍ଥାନ ପାପଯୁକ୍ତ କାରଣରୁ ପରିବାରର ବିଭିନ୍ନ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ କଳହର ସମ୍ଭାବନା ରହିଛି। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ ଓ ସାମ୍ବାଦିକତା, ରାଜନୀତି, ସଙ୍ଗଠନ କ୍ଷେତ୍ରରେ ପ୍ରତିଷ୍ଠାବନ୍ତ ହେବେ।
ଧନୁ
ଧନୁ
ବୁଧଙ୍କ ସୁପ୍ରଭାବରୁ ଆଜିର କର୍ମକ୍ଷେତ୍ରରେ ଫଳପ୍ରଦ ଆଲୋଚନା କରିବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ସାମୟିକ କଳହ ଦେଖାଦେଇପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଆଜି ସାଧାରଣ କଥାକୁ କେନ୍ଦ୍ର କରି କଳହର ସମ୍ମୁଖୀନ ହୋଇପାରନ୍ତି। ଇଚ୍ଛା ନଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷଗୁଡ଼ିକୁ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ମଙ୍ଗଳଙ୍କ ସୁପ୍ରଭାବରୁ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କିନ୍ତୁ ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି।
ମୀନମୀନ
ଗତକାଲିଠାରୁ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଈର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ। ଧନାଧିପଙ୍କ ଶୁଭତ୍ୱ କାରଣରୁ ଅର୍ଥାଭାବ କେତେକାଂଶରେ ଦୂରୀଭୂତ ହୋଇଯିବ। ଆମତ୍ୀୟ ସ୍ବଜନ କିମ୍ବା ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ଯୁକ୍ତ ଏକାଦଶସ୍ଥ ଚନ୍ଦ୍ର ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାଙ୍ଗକୁ ସୁସମ୍ପର୍କ କ୍ଷେତ୍ରରେ ବାଧା ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସ୍ବନକ୍ଷତ୍ରସ୍ଥ ଯୋଗୁ କର୍ମମୁଖର ରହିବେ ଏବଂ ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବ। ଆନୁଷ୍ଠାନିକ କାମରେ, ସଭାସମିତିରେ, ସତ୍‌ସଙ୍ଗର ସାନ୍ନିଧ୍ୟ ଲାଭରେ, ଆଲୋଚନା…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri