Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଉପୁଜିଥିବା ଅପ୍ରୀତିକର ପରିସ୍ଥିତିକୁ ସଜାଡ଼ି ନେବେ। ମୁହଁ ସାମ୍ନାରେ ଭଲ କହୁଥିବା ସମ୍ପର୍କୀୟ ପଛରେ ବିଭିନ୍ନ କଥା କହିବେ। ଅଶ୍ୱିନୀ ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତପ୍ତ ହେବେ। ସାମାନ୍ୟ ଚେଷ୍ଟା ଦ୍ୱାରା ଗତକାଲିଠାରୁ ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇପାରିବେ।
ବୃଷ
ବୃଷ
ଅଭାବରେ ପଡ଼ି ମାନସିକ ସନ୍ତୁଳନ ହରାଇପାରନ୍ତି। ଅଫିସରେ କୌଣସି କାମ ଠିକ୍‌ ସମୟରେ କରି ପାରିବେ ନାହିଁ। ରୋହିଣୀ ନକ୍ଷତ୍ର ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପରୋକ୍ଷ ଶତ୍ରୁତା, ଦେହପୀଡ଼ା ଓ ବନ୍ଧୁଙ୍କ ସହ ବୁଝାମଣାର ଅଭାବ ପରିସ୍ଥିତିକୁ ସଙ୍ଗିନ କରିଦେବ।
ମିଥୁନ
ମିଥୁନ
ଅଭିମାନକୁ ନିୟନ୍ତ୍ରଣରେ ନ ରଖିବା କାରଣରୁ କଳହର ଆଶଙ୍କା ସୃଷ୍ଟି ହେବ। ମୃଗଶିରା ନକ୍ଷତ୍ର କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସତ୍‌ପ୍ରେରଣା ଓ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ମନ କଥା ମନରେ ରଖି ବନ୍ଧୁଙ୍କ ନିକଟରେ ସଫେଇ ଦେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହେବେ। ଅଶ୍ଳେଷା ନକ୍ଷତ୍ର ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବାର ସୂଚନା ରହିଛି।
ସି˚ହ
ସି˚ହ
ଶନି କ୍ଷେତ୍ରସ୍ଥ ରବିଙ୍କ ଯୋଗୁ ପ୍ରତ୍ୟେକ କାମ ହାସଲ ପୂର୍ବରୁ ଆକସ୍ମିକ ସମସ୍ୟା ସୃଷ୍ଟି ହୋଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ଋଣ ଭାରରେ ଅତିଷ୍ଠ ହେବେ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମଘା ନକ୍ଷତ୍ର ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ପ୍ରତି ଦୂରତ୍ୱ ବଜାୟ ରଖି ଚଳିବା ଭଲ ହେବ।
କନ୍ୟା
କର୍ମଭାବସ୍ଥ ମଙ୍ଗଳ ଯୋଗୁ ବନ୍ଧୁ ଆନୁଷଙ୍ଗିକ ସାହାଯ୍ୟ ପ୍ରଦାନ କରି କାର୍ଯ୍ୟ ସାଧିତ କରାଇବେ। କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି ଭଳି କଥା କହିପାରନ୍ତି। ଚିତ୍ରା ନକ୍ଷତ୍ର ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ।
ତୁଳା
ତୁଳା
ଅଷ୍ଟମସ୍ଥ ଗୁରୁଙ୍କ ଯୋଗୁ କୌଣସି ବନ୍ଧୁଙ୍କୁ ସାହାଯ୍ୟ ସକାଶେ ହଁ କିମ୍ବା ନା କରି ପାରିବେନି। ବିଶାଖା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ। ଆକସ୍ମିକ ଭାବରେ ଆସି ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିପାରେ। ବନ୍ଧୁଙ୍କୁ କେନ୍ଦ୍ରକରି ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ବିଛା
ବିଛା
ଯେଉଁ କାମ ଦୀର୍ଘଦିନ ହେଲା ହୋଇ ପାରି ନ ଥିଲା ଆଜି ତାହା ସମ୍ପନ୍ନ ହେବ। ଅର୍ଥ ସମ୍ପର୍କରେ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳ ହେବେ। ଅନୁରାଧା ନକ୍ଷତ୍ର ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରି ସଫଳତା ପାଇବେ। ନିଜ ପରିବାରର ସଦସ୍ୟମାନଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଦୁଶ୍ଚିନ୍ତାର କାରଣ ହେବ। ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନ କରିପାରିବେ। ଆଜିର ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଏଣୁ ଯିବା ପୂର୍ବରୁ ଗାଡ଼ିକୁ ପରଖି ନେବା ଭଲ ହେବ। ଉତ୍ତରାଷାଢ଼ା ନକ୍ଷତ୍ର ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
ମକର
ମକର
ଶାରୀରିକ ଅସୁସ୍ଥତା ଦୂରେଇବା ହେତୁ ମାନସିକ ଆଶ୍ୱସ୍ତି ଲାଭ କରିବେ। କୌଣସି ବିସ୍ମୟ ସୃଷ୍ଟିକାରୀ ଖବର ପାଇ ବିଚଳିତ ବୋଧ କରିପାରନ୍ତି। ଶ୍ରବଣା ନକ୍ଷତ୍ର ସକାଶେ ଉପରିସ୍ଥ ଅଧିକାରୀ କାମହାସଲ ସକାଶେ ଚାପ ପ୍ରୟୋଗ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ହଠାତ୍‌ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରସ୍ଥ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। କ୍ରୀଡ଼ା, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟହାସଲ କରିବେ। ପୂର୍ବଭାଦ୍ର ନକ୍ଷତ୍ର ଦେହ ଭଲ ରହିଲେ ମଧ୍ୟ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାରରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହୋଇପାରନ୍ତି। ଧାର କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ । ଉତ୍ତରଭାଦ୍ର ନକ୍ଷତ୍ର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡ଼ି ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। କୃତ୍ତିକା ନକ୍ଷତ୍ରକୁ ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା…

ରାଶିଫଳ: ଶନିବାର, ମେ ୯ ତାରିଖ – Daily Horoscope

ମେଷ ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକି ରହିବନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ। ଦ୍ୱିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri