Posted inRasifala

ରାଶିଫଳ: ବୁଧବାର, ମେ ୧୨ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ଆପଣଙ୍କ ଦୃଢ ଓ କଠୋରକ୍ତି ଫଳରେ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ଭଲ କହୁଥିବା ଲୋକଟି ପଛରେ ସମାଲୋଚନା କରୁଥିବା ଶୁଣିବାକୁ ପାଇବେ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ତାହା ମିଳିପାରିବ।
ବୃଷ
ବୃଷ
କୌଣସି ବନ୍ଧୁ କିମ୍ବା ସହକର୍ମୀ ସହଯୋଗର ହାତ ବଢାଇବେ, ଫଳରେ ଆଜିର କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ ସତ୍ୟ କହି ସେମାନଙ୍କ ସହ ତିକ୍ତତା ଆଶଙ୍କା ରହିଛି। ସାଧାରଣ ତୋଷାମଦିଆ କଥାରେ ମନ ବଦଳି ଯାଇପାରେ। ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ।
କର୍କଟ
କର୍କଟ
ଉଦ୍ୟମ ଅବ୍ୟାହତ ରଖିଲେ ମଧ୍ୟ ଯେତିକି ପାଇବା କଥା ତାହା ନ ପାଇ ଅନୁତପ୍ତ ହୋଇପାରନ୍ତି। ଯଦିଓ ଅର୍ଥର ଅଭାବ ରହିବନାହିଁ ତଥାପି ଆଉ କେତେକ ଅପୂରଣୀୟ ଆଶା ଦୁଶ୍ଚିନ୍ତାର କାରଣ ହେବ। ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମା, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ମାନସିକ ଅଶାନ୍ତି ବଢ଼ିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା କାମ ହାସଲରେ ସାହାଯ୍ୟ କରିବ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କଚେରି ମାମଲାର ଶୁଣାଣିରୁ ମନ ଖୁସି ରହିବ। ବାଣିଜ୍ୟ, ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ।
କନ୍ୟା
କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ ଓ କଳହର ସମ୍ଭାବନା ରହିଛି। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ଆଜି ଆପଣ ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ। ତରବରିଆ ଭାବରେ ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିଯିବ। ଶିଳ୍ପ, ବାଣିଜ୍ୟ, ସାମ୍ବାଦିକତା ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ଯାହା ଦୀର୍ଘଦିନ ହେଲା ହୋଇ ପାରି ନ ଥିଲା ଆଜି ତାହାର ସରଳ ସମାଧାନ ହୋଇଯିବ। ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କଲେ ସଫଳତା ପାଇବେ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ କିନ୍ତୁ ସୁଧାରି ନେବାରେ ବନ୍ଧୁଙ୍କ ଅବଦାନ ଅବଶ୍ୟ ରହିବ। ଅଫିସରେ ସହକର୍ମୀ ମାନଙ୍କ ସହ ମିଷ୍ଟାଳାପ ମଧ୍ୟରେ କାମ କରି ଚାଲିବେ। ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
କୌଣସି ବ୍ୟକ୍ତିଠାରୁ ହଠାତ୍‌ ଦୁଃଖଦ ଖବର ପାଇ ବିଚଳିତ ହୋଇପାରନ୍ତି। ଉପରିସ୍ଥ ଅଧିକାରୀ କାମହାସଲ ସକାଶେ ସହଯୋଗ ଲୋଡ଼ିପାରନ୍ତି। ପାଖ, ପଡୋଶୀମାନେ ବିଭିନ୍ନ ପ୍ରକାରର ଝମେଲା ସୃଷ୍ଟି କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଗବେଷଣା ଓ ରଚନାମତ୍କ କାର୍ଯ୍ୟରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରି ପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ଆଶଙ୍କା ରହିଛି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ମୀନମୀନ
ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ଅଶାନ୍ତ ରହି ପାରନ୍ତି। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। ରାସ୍ତାରେ ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri