Posted inRasifala

ରାଶିଫଳ: ଗୁରୁବାର, ମେ ୧୨ ତାରିଖ – Daily Horoscope

ମେଷ
ଅଶ୍ୱିନୀ ମେଷ ସକାଶେ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମନାରେ କଥା କହିବାକୁ ଅନ୍ୟମାନେ ପଛେଇ ଯିବେ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ବହୁତ ଚେଷ୍ଟାକରି ମଧ୍ୟ ଯେଉଁଥି ପାଇଁ ଚିନ୍ତିତ ଥିଲେ ଆଜି ତାହା ମିଳିପାରିବ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସହକର୍ମୀ ସହଯୋଗର ହାତ ବଢ଼ାଇବେ, ଫଳରେ କାମ ଅଟକିବ ନାହିଁ। କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ମୃଗଶିରା ନକ୍ଷତ୍ରର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।
ମିଥୁନ
ମିଥୁନ
କୌଣସି ବ୍ୟକ୍ତିଙ୍କୁ କଟୁସତ୍ୟ କହିବାରୁ ତିକ୍ତତା ଆଶଙ୍କା ରହିଛି। କିନ୍ତୁ ପୁନର୍ବସୁ ନକ୍ଷତ୍ରର ସାଧାରଣ ତୋଷାମଦିଆ କଥାରେ ମନ ବଦଳି ଯାଇପାରେ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ ।
କର୍କଟ
କର୍କଟ
ଉଦ୍ୟମ ଅବ୍ୟାହତ ରଖିଲେ ମଧ୍ୟ ଯେତିକି ପାଇବା କଥା ତାହା ନ ପାଇ ଅନୁତପ୍ତ ହୋଇପାରନ୍ତି। ଅର୍ଥର ଅଭାବ ନ ଥିଲେ ମଧ୍ୟ ପୁଷ୍ୟା ନକ୍ଷତ୍ର ପାଇଁ କେତେକ ଅପୂରଣୀୟ ଆଶା ଦୁଶ୍ଚିନ୍ତାର କାରଣ ହେବ। ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। କ୍ରୀଡ଼ା, ସଙ୍ଗୀତ ଓ ପ୍ରତିଯୋଗିତାରେ ସଫଳ ହେବେ ।
ସି˚ହ
ସି˚ହ
ଆଜି ପୂର୍ବାଫାଲଗୁନୀ ନକ୍ଷତ୍ର ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ। ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଏ ଦିଗରେ ସାହାଯ୍ୟ କରିବ। କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ । କଚେରି ମାମଲାର ଶୁଣାଣିରୁ ମନ ଖୁସି ହୋଇଯିବ।
କନ୍ୟା
ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଆଜିର ଯାତ୍ରାକାଳରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ଚିତ୍ରା ନକ୍ଷତ୍ର କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଅତିପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ।
ତୁଳା
ତୁଳା
ସାହାଯ୍ୟ ପାଇଁ ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି। ବିଶାଖା ନକ୍ଷତ୍ର ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ। ତରବରିଆ ଭାବରେ ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ । ଶିଳ୍ପ, ବାଣିଜ୍ୟ, ସାମ୍ବାଦିକତା ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ଆଜି ଆକସ୍ମିକ ଭାବରେ ସମସ୍ୟାର ସରଳ ସମାଧାନ ହୋଇଯିବ। ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପ୍ରଯତ୍ନକଲେ ସଫଳ ହେବେ । ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ପରିବାରର ସଦସ୍ୟଙ୍କ ତରଫରୁ ସମସ୍ୟା ଆସିପାରେ। ଅନୁରାଧା ନକ୍ଷତ୍ରର ଘରୋଇ ବ୍ୟାପାରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ
ଧନୁ
ପୂର୍ବାଷାଢ଼ା ନକ୍ଷତ୍ର ସକାଶେ କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ ସମସ୍ୟା ସୁଧାରି ନେବାରେ ବନ୍ଧୁଙ୍କ ଅବଦାନ ସ୍ମରଣୀୟ ରହିବ। ଅଫିସରେ ସହକର୍ମୀମାନଙ୍କ ସହ ମିଷ୍ଟାଳାପ ମଧ୍ୟରେ କାମ କରି ଚାଲିବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ତରରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ। କୌଣସି ବ୍ୟକ୍ତିଠାରୁ ହଠାତ୍‌ ଦୁଃଖଦ ଖବର ପାଇ ବିଚଳିତ ବୋଧ କରିପାରନ୍ତି। ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶ୍ରବଣା ନକ୍ଷତ୍ର ସକାଶେ ପଡ଼ୋଶୀମାନେ ବିଭିନ୍ନ ପ୍ରକାରର ଝମେଲା କରିପାରନ୍ତି।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି । ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ଆଶଙ୍କା ରହିଛି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଧନିଷ୍ଠା ନକ୍ଷତ୍ରର ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି ।
ମୀନମୀନ
ପରିସ୍ଥିତିବଶତଃ ଧାର, କରଜ କରି ଆବଶ୍ୟକତା ପୂରଣ କରିବେ। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। ରାସ୍ତାରେ ଅପରିଚିତଙ୍କୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି। କର୍ମକ୍ଷେତ୍ରରେ ଉତ୍ତରଭାଦ୍ରପଦ ନକ୍ଷତ୍ର ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri