Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସହ ଆନୁଷ୍ଠାନିକ କାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। କିନ୍ତୁ କୃତ୍ତିକା ନକ୍ଷତ୍ରର ସାମୟିକ ଭାବରେ ଗୃହ, ଭୂମି, ଗାଡ଼ି, ମୋଟର ସମ୍ପର୍କୀୟ ସମସ୍ୟା ଲାଗିରହିବ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ପଡ଼ୋଶୀଙ୍କ ସହାୟତାରେ ଘରର ଅସଜଡ଼ା କାମକୁ ସଜାଡ଼ିନେବେ।
ବୃଷ
ବୃଷ
ଦୀର୍ଘଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି। ଜଣେ ଅନ୍ତରଙ୍ଗ ବନ୍ଧୁ କିମ୍ବା ବାନ୍ଧବୀଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟିକରିବ। ମୃଗଶିରା ନକ୍ଷତ୍ରର କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ସାଧାରଣ ଘଟଣାକୁ କେନ୍ଦ୍ରକରି ପାରିବାରିକ ଅଶାନ୍ତି ସକାଶେ ମନ ଭଲ ରହିବ ନାହିଁ। ପରିସ୍ଥିତିବଶତଃ ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ଆରଦ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତ ସୁଫଳ ପାଇବେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ହେତୁ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ଆଜିର ଯାତ୍ରା ସମୟରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତାକରି ମନରେ ସରସତା ରହିବ ନାହିଁ। ପୂର୍ବାଫାଲଗୁନୀ ନକ୍ଷତ୍ର ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନ ଖୁସି ରହିବ। ଈର୍ଷାପରାୟଣ ନିକଟସ୍ଥ ବ୍ୟକ୍ତିବିଶେଷ ପରୋକ୍ଷ ସମାଲୋଚନା କରିପାରନ୍ତି। ରଚନାମତ୍କ କାମ, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ।
କନ୍ୟା
ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମର ସମୀକ୍ଷା କରି ବ୍ୟସ୍ତ ହେବେ। ଚିତ୍ରା ନକ୍ଷତ୍ରର ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଉପସ୍ଥିତ ବୁଦ୍ଧି ଖଟାଇ ପରିବାର ଭିତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ। ହିତୈଷୀଙ୍କ ସାହାଯ୍ୟରୁ ପାରିବାରିକ ସମସ୍ୟା ସମାଧାନ କରିପାରିବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ରର କର୍ମକ୍ଷେତ୍ରରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। ଆଲୋଚନା କ୍ଷେତ୍ରରେ ନିଜ ଜିଦ୍‌ରେ ଅଟଳ ରହି ସମାଲୋଚିତ ହୋଇପାରନ୍ତି। ଜମିଜମା ସମ୍ପର୍କୀୟ ବିବାଦୀୟ ପରିସ୍ଥିତି କିମ୍ବା କଚେରି ମାମଲା ସକାଶେ ଚିନ୍ତା ବଢ଼ିଯିବ। ସାମ୍ବାଦିକତା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଉପରିସ୍ଥଙ୍କ ଆଦେଶାନୁପ୍ରାପ୍ତ ହୋଇ ଆଜି ସକାଳୁ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁଲ୍ଲଭ ହୋଇ ପଡ଼ିବ। ଅନୁରାଧା ନକ୍ଷତ୍ର ପାରିବାରିକ କ୍ଷେତ୍ରରେ ଉଚ୍ଚ ବର୍ଗଙ୍କ ସହାୟତା ପାଇବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦୀର୍ଘ ଦିନରୁ ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟ୍‌ସ୍ବଜନଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗିରହିବ। ପୂର୍ବଷାଢ଼ା ନକ୍ଷତ୍ର ଯାନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବାକୁ ମନ ବଳାଇ ପାରନ୍ତି।
ମକର
ମକର
ସାମାନ୍ୟ ବ୍ୟତିକ୍ରମ ଓ ପ୍ରତିବନ୍ଧକ ଲାଗିରହିଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। ଧନିଷ୍ଠା ନକ୍ଷତ୍ରର ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟିହେବ। ଅବହେଳା କାରଣରୁ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା କ୍ଷୁଣ୍ଣ ହୋଇପାରେ। ଶତଭିଷା ନକ୍ଷତ୍ର ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି । ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ।
ମୀନମୀନ
ଆଜି ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ କ୍ଷତିରେ ପଡ଼ିବେ। ରେବତୀ ନକ୍ଷତ୍ର ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟିହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri