Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସହ ଆନୁଷ୍ଠାନିକ କାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। କିନ୍ତୁ କୃତ୍ତିକା ନକ୍ଷତ୍ରର ସାମୟିକ ଭାବରେ ଗୃହ, ଭୂମି, ଗାଡ଼ି, ମୋଟର ସମ୍ପର୍କୀୟ ସମସ୍ୟା ଲାଗିରହିବ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ପଡ଼ୋଶୀଙ୍କ ସହାୟତାରେ ଘରର ଅସଜଡ଼ା କାମକୁ ସଜାଡ଼ିନେବେ।
ବୃଷ
ବୃଷ
ଦୀର୍ଘଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି। ଜଣେ ଅନ୍ତରଙ୍ଗ ବନ୍ଧୁ କିମ୍ବା ବାନ୍ଧବୀଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟିକରିବ। ମୃଗଶିରା ନକ୍ଷତ୍ରର କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ସାଧାରଣ ଘଟଣାକୁ କେନ୍ଦ୍ରକରି ପାରିବାରିକ ଅଶାନ୍ତି ସକାଶେ ମନ ଭଲ ରହିବ ନାହିଁ। ପରିସ୍ଥିତିବଶତଃ ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ଆରଦ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତ ସୁଫଳ ପାଇବେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ହେତୁ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ଆଜିର ଯାତ୍ରା ସମୟରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତାକରି ମନରେ ସରସତା ରହିବ ନାହିଁ। ପୂର୍ବାଫାଲଗୁନୀ ନକ୍ଷତ୍ର ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନ ଖୁସି ରହିବ। ଈର୍ଷାପରାୟଣ ନିକଟସ୍ଥ ବ୍ୟକ୍ତିବିଶେଷ ପରୋକ୍ଷ ସମାଲୋଚନା କରିପାରନ୍ତି। ରଚନାମତ୍କ କାମ, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ।
କନ୍ୟା
ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମର ସମୀକ୍ଷା କରି ବ୍ୟସ୍ତ ହେବେ। ଚିତ୍ରା ନକ୍ଷତ୍ରର ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଉପସ୍ଥିତ ବୁଦ୍ଧି ଖଟାଇ ପରିବାର ଭିତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ। ହିତୈଷୀଙ୍କ ସାହାଯ୍ୟରୁ ପାରିବାରିକ ସମସ୍ୟା ସମାଧାନ କରିପାରିବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ରର କର୍ମକ୍ଷେତ୍ରରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। ଆଲୋଚନା କ୍ଷେତ୍ରରେ ନିଜ ଜିଦ୍‌ରେ ଅଟଳ ରହି ସମାଲୋଚିତ ହୋଇପାରନ୍ତି। ଜମିଜମା ସମ୍ପର୍କୀୟ ବିବାଦୀୟ ପରିସ୍ଥିତି କିମ୍ବା କଚେରି ମାମଲା ସକାଶେ ଚିନ୍ତା ବଢ଼ିଯିବ। ସାମ୍ବାଦିକତା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଉପରିସ୍ଥଙ୍କ ଆଦେଶାନୁପ୍ରାପ୍ତ ହୋଇ ଆଜି ସକାଳୁ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁଲ୍ଲଭ ହୋଇ ପଡ଼ିବ। ଅନୁରାଧା ନକ୍ଷତ୍ର ପାରିବାରିକ କ୍ଷେତ୍ରରେ ଉଚ୍ଚ ବର୍ଗଙ୍କ ସହାୟତା ପାଇବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦୀର୍ଘ ଦିନରୁ ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟ୍‌ସ୍ବଜନଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗିରହିବ। ପୂର୍ବଷାଢ଼ା ନକ୍ଷତ୍ର ଯାନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବାକୁ ମନ ବଳାଇ ପାରନ୍ତି।
ମକର
ମକର
ସାମାନ୍ୟ ବ୍ୟତିକ୍ରମ ଓ ପ୍ରତିବନ୍ଧକ ଲାଗିରହିଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। ଧନିଷ୍ଠା ନକ୍ଷତ୍ରର ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟିହେବ। ଅବହେଳା କାରଣରୁ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା କ୍ଷୁଣ୍ଣ ହୋଇପାରେ। ଶତଭିଷା ନକ୍ଷତ୍ର ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି । ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ।
ମୀନମୀନ
ଆଜି ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ କ୍ଷତିରେ ପଡ଼ିବେ। ରେବତୀ ନକ୍ଷତ୍ର ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟିହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri