Advertisement
Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସହ ଆନୁଷ୍ଠାନିକ କାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। କିନ୍ତୁ କୃତ୍ତିକା ନକ୍ଷତ୍ରର ସାମୟିକ ଭାବରେ ଗୃହ, ଭୂମି, ଗାଡ଼ି, ମୋଟର ସମ୍ପର୍କୀୟ ସମସ୍ୟା ଲାଗିରହିବ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ପଡ଼ୋଶୀଙ୍କ ସହାୟତାରେ ଘରର ଅସଜଡ଼ା କାମକୁ ସଜାଡ଼ିନେବେ।
ବୃଷ
ବୃଷ
ଦୀର୍ଘଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି। ଜଣେ ଅନ୍ତରଙ୍ଗ ବନ୍ଧୁ କିମ୍ବା ବାନ୍ଧବୀଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟିକରିବ। ମୃଗଶିରା ନକ୍ଷତ୍ରର କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ସାଧାରଣ ଘଟଣାକୁ କେନ୍ଦ୍ରକରି ପାରିବାରିକ ଅଶାନ୍ତି ସକାଶେ ମନ ଭଲ ରହିବ ନାହିଁ। ପରିସ୍ଥିତିବଶତଃ ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ଆରଦ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତ ସୁଫଳ ପାଇବେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ହେତୁ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ଆଜିର ଯାତ୍ରା ସମୟରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତାକରି ମନରେ ସରସତା ରହିବ ନାହିଁ। ପୂର୍ବାଫାଲଗୁନୀ ନକ୍ଷତ୍ର ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନ ଖୁସି ରହିବ। ଈର୍ଷାପରାୟଣ ନିକଟସ୍ଥ ବ୍ୟକ୍ତିବିଶେଷ ପରୋକ୍ଷ ସମାଲୋଚନା କରିପାରନ୍ତି। ରଚନାମତ୍କ କାମ, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ।
କନ୍ୟା
ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମର ସମୀକ୍ଷା କରି ବ୍ୟସ୍ତ ହେବେ। ଚିତ୍ରା ନକ୍ଷତ୍ରର ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଉପସ୍ଥିତ ବୁଦ୍ଧି ଖଟାଇ ପରିବାର ଭିତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ। ହିତୈଷୀଙ୍କ ସାହାଯ୍ୟରୁ ପାରିବାରିକ ସମସ୍ୟା ସମାଧାନ କରିପାରିବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ରର କର୍ମକ୍ଷେତ୍ରରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। ଆଲୋଚନା କ୍ଷେତ୍ରରେ ନିଜ ଜିଦ୍‌ରେ ଅଟଳ ରହି ସମାଲୋଚିତ ହୋଇପାରନ୍ତି। ଜମିଜମା ସମ୍ପର୍କୀୟ ବିବାଦୀୟ ପରିସ୍ଥିତି କିମ୍ବା କଚେରି ମାମଲା ସକାଶେ ଚିନ୍ତା ବଢ଼ିଯିବ। ସାମ୍ବାଦିକତା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଉପରିସ୍ଥଙ୍କ ଆଦେଶାନୁପ୍ରାପ୍ତ ହୋଇ ଆଜି ସକାଳୁ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁଲ୍ଲଭ ହୋଇ ପଡ଼ିବ। ଅନୁରାଧା ନକ୍ଷତ୍ର ପାରିବାରିକ କ୍ଷେତ୍ରରେ ଉଚ୍ଚ ବର୍ଗଙ୍କ ସହାୟତା ପାଇବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦୀର୍ଘ ଦିନରୁ ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟ୍‌ସ୍ବଜନଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗିରହିବ। ପୂର୍ବଷାଢ଼ା ନକ୍ଷତ୍ର ଯାନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବାକୁ ମନ ବଳାଇ ପାରନ୍ତି।
ମକର
ମକର
ସାମାନ୍ୟ ବ୍ୟତିକ୍ରମ ଓ ପ୍ରତିବନ୍ଧକ ଲାଗିରହିଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। ଧନିଷ୍ଠା ନକ୍ଷତ୍ରର ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟିହେବ। ଅବହେଳା କାରଣରୁ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା କ୍ଷୁଣ୍ଣ ହୋଇପାରେ। ଶତଭିଷା ନକ୍ଷତ୍ର ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି । ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ।
ମୀନମୀନ
ଆଜି ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ କ୍ଷତିରେ ପଡ଼ିବେ। ରେବତୀ ନକ୍ଷତ୍ର ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟିହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଶତ୍ରୁମାନେ...

ରାଶିଫଳ: ସୋମବାର, ଜାନୁଆରି ୨୭ ତାରିଖ – Daily Horoscope

ମେଷ ଏକାଦଶସ୍ଥ ଶୁକ୍ର ଏବଂ ଚନ୍ଦ୍ର ପ୍ରଭାବରେ ଶିକ୍ଷା, ସନ୍ତାନ, ପାରିବାରିକ ଶାନ୍ତି, ପରିବହନରେ ଉନ୍ନତି ଓ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। କଷ୍ଟରେ ପାଇଥିବା ଜିନିଷ...

ରାଶିଫଳ: ଗୁରୁବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ ଆଜି ଧନ ଭାବରେ ଚନ୍ଦ୍ର ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ...

ରାଶିଫଳ: ରବିବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ କାର୍ଯ୍ୟ ହାସଲ କରିବେ। ଘରର କେତେକ ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତତ୍ପର ରହିପାରନ୍ତି। ଆର୍ଥିକ...

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨ ତାରିଖ – Daily Horoscope

ମେଷ ପ୍ରତ୍ୟେକ ସମୟରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି । ମାନସିକ ଅବସାଦ ଯୋଗୁ କୌଣସି କାମ...

ରାଶିଫଳ: ଶନିବାର, ଜୁନ୍ ୨୭ ତାରିଖ – Daily Horoscope

ମେଷ ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ବିଭିନ୍ନ କାରଣକୁ ନେଇ ମାନସିକ ଅସ୍ଥିରତା ଲାଗି ରହିବ। ଅବଶ୍ୟ ଅଟକି ରହିଥିବା କାମଗୁଡିକୁ ପୂରା ଦମରେ କରିବା ପାଇଁ...

ରାଶିଫଳ: ରବିବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ଦୀର୍ଘ ସମୟ ଧରି ପାରିବାରିକ ଅସ୍ଥିରତା ଯୋଗୁ କୌଣସି କାମରେ ମନ ଲାଗିବ ନାହିଁ। କର୍ମକ୍ଷେତ୍ରରେ ପୂର୍ବ ଯୋଜନା ଅନୁଯାୟୀ ପରିସ୍ଥିତିକୁ ସାମ୍ନା...

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୧୬ ତାରିଖ– Daily Horoscope

ମେଷ ଦ୍ୱାଦଶଚନ୍ଦ୍ର ପ୍ରଭାବରେ ସାଧାରଣ କଥାରେ ବିବ୍ରତ ହେବା କ୍ଷତିକାରକ ହେବ। ସାମାଜିକ ସ୍ତରରେ ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ସମସ୍ୟା ଆସିପାରେ। କର୍ମକ୍ଷେତ୍ରରେ...

Advertisement
Archives

Model This Week