Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ, କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଆନୁଷ୍ଠାନିକ କାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡ଼ି, ମୋଟର, ବନ୍ଧୁବାନ୍ଧବ, ସହକର୍ମୀ ପ୍ରମୁଖଙ୍କୁ କେନ୍ଦ୍ରକରି କଳହର ଆଶଙ୍କା ଦେଖାଦେଇପାରେ। ସନ୍ତାନହେତୁକ ଚିନ୍ତା ଟଳିବ।
ବୃଷ
ବୃଷ
ଆକସ୍ମିକ ଭାବରେ ନିମନ୍ତ୍ରିତ ହୋଇ ଆଲୋଚନାରେ ନିଜକୁ ସାମିଲ କରିବାକୁ ପଡ଼ିପାରେ। ଦୀର୍ଘ ଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି। ଜଣେ ଅନ୍ତରଙ୍ଗ ବନ୍ଧୁ କିମ୍ବା ବାନ୍ଧବୀଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ। ଅସାବଧାନତାବଶତଃ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମନ ଭଲ ରହିବ ନାହିଁ। ପରିସ୍ଥିତିବଶତଃ ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ହେତୁ ମନ ଅସ୍ଥିର ରହିବ।
କର୍କଟ
କର୍କଟ
ସାମାଜିକ ସ୍ତରରେ ଯେଉଁ ଆଶା ନେଇ କାହା ପାଇଁ କିଛି କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତି ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ସାମୟିକ ଭାବରେ ଖୁସି ହୋଇ ଯାଇପାରେ। ରଚନାମତ୍କ କାମ, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ। ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ନିଜର ଉପସ୍ଥିତ ବୁଦ୍ଧି ଖଟାଇ ପରିବାର ଭିତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। ମଙ୍ଗଳ ସମେତ ଏକାଧିକଗ୍ରହ ରାଶିରେ ରହୁଥିବାରୁ ଅଗ୍ନି, ବିଦ୍ୟୁତ୍‌ ଓ ବାରୁଦଠାରୁ ଦୂରେଇ ରହିବା ଭଲ। ରାଜନୀତି, ସାମ୍ବାଦିକତା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜି ସକାଳୁ ସକାଳୁ ଦୂରଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡ଼ିବ।
ଧନୁ
ଧନୁ
ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ସଦ୍ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ।
ମକର
ମକର
ମନକଥା ମନରେ ରଖି ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବାକୁ ବାଧ୍ୟ ହେବେ। ବ୍ୟତିକ୍ରମ ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ପାରିବାରିକ ସ୍ତରରେ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା କ୍ଷୁଣ୍ଣ ଆଶଙ୍କା ରହିଛି। ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇ ପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲଭିବେ। ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ।
ମୀନମୀନ

ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତୁବା କିଛି ଜିନିଷ ହରାଇବାକୁ ପଡ଼ିପାରେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଅତି ଭଲ ସମ୍ପର୍କ ରହିଥିବା ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri