Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ, କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଆନୁଷ୍ଠାନିକ କାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡ଼ି, ମୋଟର, ବନ୍ଧୁବାନ୍ଧବ, ସହକର୍ମୀ ପ୍ରମୁଖଙ୍କୁ କେନ୍ଦ୍ରକରି କଳହର ଆଶଙ୍କା ଦେଖାଦେଇପାରେ। ସନ୍ତାନହେତୁକ ଚିନ୍ତା ଟଳିବ।
ବୃଷ
ବୃଷ
ଆକସ୍ମିକ ଭାବରେ ନିମନ୍ତ୍ରିତ ହୋଇ ଆଲୋଚନାରେ ନିଜକୁ ସାମିଲ କରିବାକୁ ପଡ଼ିପାରେ। ଦୀର୍ଘ ଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି। ଜଣେ ଅନ୍ତରଙ୍ଗ ବନ୍ଧୁ କିମ୍ବା ବାନ୍ଧବୀଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ। ଅସାବଧାନତାବଶତଃ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମନ ଭଲ ରହିବ ନାହିଁ। ପରିସ୍ଥିତିବଶତଃ ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ହେତୁ ମନ ଅସ୍ଥିର ରହିବ।
କର୍କଟ
କର୍କଟ
ସାମାଜିକ ସ୍ତରରେ ଯେଉଁ ଆଶା ନେଇ କାହା ପାଇଁ କିଛି କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତି ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ସାମୟିକ ଭାବରେ ଖୁସି ହୋଇ ଯାଇପାରେ। ରଚନାମତ୍କ କାମ, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ। ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ନିଜର ଉପସ୍ଥିତ ବୁଦ୍ଧି ଖଟାଇ ପରିବାର ଭିତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। ମଙ୍ଗଳ ସମେତ ଏକାଧିକଗ୍ରହ ରାଶିରେ ରହୁଥିବାରୁ ଅଗ୍ନି, ବିଦ୍ୟୁତ୍‌ ଓ ବାରୁଦଠାରୁ ଦୂରେଇ ରହିବା ଭଲ। ରାଜନୀତି, ସାମ୍ବାଦିକତା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜି ସକାଳୁ ସକାଳୁ ଦୂରଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡ଼ିବ।
ଧନୁ
ଧନୁ
ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ସଦ୍ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ।
ମକର
ମକର
ମନକଥା ମନରେ ରଖି ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବାକୁ ବାଧ୍ୟ ହେବେ। ବ୍ୟତିକ୍ରମ ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ପାରିବାରିକ ସ୍ତରରେ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା କ୍ଷୁଣ୍ଣ ଆଶଙ୍କା ରହିଛି। ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇ ପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲଭିବେ। ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ।
ମୀନମୀନ

ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତୁବା କିଛି ଜିନିଷ ହରାଇବାକୁ ପଡ଼ିପାରେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଅତି ଭଲ ସମ୍ପର୍କ ରହିଥିବା ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri