Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଭୁଲ୍‌ ନିଷ୍ପତ୍ତି ନେଇ ଅନୁତାପ କରିବେ। ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ପରିବାରର ବିଗତ ଦିନର ସମସ୍ୟା ସମାଧାନ ସକାଶେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିବ।
ବୃଷ
ବୃଷ
ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ। ଆକସ୍ମିକ ସମସ୍ୟାରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି। ଦିନଟିର ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।
ମିଥୁନ
ମିଥୁନ
ଆଜିର ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ। ବିବାଦୀୟ ପରିସ୍ଥିତି କିମ୍ବା ମକଦ୍ଦମାରେ ସଫଳତା ପାଇବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜ ଲୋକଙ୍କ ତରଫରୁ ସହଯୋଗ ପାଇବେନି। ପରିବହନରେ ଉନ୍ନତି କରିବା ସଙ୍ଗକୁ ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ ହେବେ। ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହି ଯାଇପାରେ। ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର, କ୍ଷେତ୍ରରେ ସୁଫଳ ପାଇବେ।
ସି˚ହ
ସି˚ହ
ଅଟକି ରହିଥିବା କାମ ଆଜି ହିଁ ଶେଷ କରିବାକୁ ମନସ୍ଥ କରି ସଫଳତା ପାଇବେ। ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବା ସହ କେତେକାଂଶରେ ଋଣମୁକ୍ତ ହେବାର ସୂଚନା ରହିଛି। କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ।
କନ୍ୟା
ବିଭିନ୍ନ ପ୍ରକାର ଅନୁଚିତ କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟିଏ ସମ୍ପନ୍ନ କରିପାରିବେ ନିଜ ପାଇଁ କରିପାରିବେ ନାହିଁ। ସାମାନ୍ୟ କଷ୍ଟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ପରକଥାରେ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ ଏବଂ ବନ୍ଧୁଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍‌ ହେବନାହିଁ।
ବିଛା
ବିଛା
ଆଜି ଦିନସାରା ମାନସିକ ସ୍ଥିତି ଠିକ୍‌ ରହିବନାହିଁ। କାରବାର ବୃଦ୍ଧିଜନିତ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ଆମତ୍ତୃପ୍ତି ଲାଭ କରିବେ। ବନ୍ଧୁମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିବାରୁ ଆଶ୍ୱସ୍ତି ଅନୁଭବ କରିବେ। ପାରିବାରିକ କଳହ, ଟଙ୍କା ଦେଣନେଣ, କଚେରି ମାମଲାଜନିତ ଟେନ୍‌ସନ ବଢ଼ିଯିବ। ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ, ଯାହା ବନ୍ଧୁଙ୍କ ମନକୁ ବେଶ୍‌ ପାଇବ। ପ୍ରକାଶନ, ଏଜେନ୍ସିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ମକର
ମକର
ଯେତେ ଭଲ କାମ କଲେ ମଧ୍ୟ ଅଭାବବୋଧ ଏବଂ ବିଭିନ୍ନ ଦୁଶ୍ଚିନ୍ତାରେ ଭାରାକ୍ରାନ୍ତ ହେବେ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପିଲାମାନଙ୍କ ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ। ଅଫିସରେ ଛୋଟ ଘଟଣାକୁ ବଡ଼ ଆକାରରେ ଚିନ୍ତା କରି ବୃଥାରେ ସମୟର ଅପଚୟ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି। ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
ମୀନମୀନ
ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମାଧାନରେ ଉପନୀତ ହୋଇପାରନ୍ତି। ଅପରାହ୍ନେ ଦୀର୍ଘଦିନରୁ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri