Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଭୁଲ୍‌ ନିଷ୍ପତ୍ତି ନେଇ ଅନୁତାପ କରିବେ। ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ପରିବାରର ବିଗତ ଦିନର ସମସ୍ୟା ସମାଧାନ ସକାଶେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିବ।
ବୃଷ
ବୃଷ
ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ। ଆକସ୍ମିକ ସମସ୍ୟାରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି। ଦିନଟିର ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।
ମିଥୁନ
ମିଥୁନ
ଆଜିର ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ। ବିବାଦୀୟ ପରିସ୍ଥିତି କିମ୍ବା ମକଦ୍ଦମାରେ ସଫଳତା ପାଇବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜ ଲୋକଙ୍କ ତରଫରୁ ସହଯୋଗ ପାଇବେନି। ପରିବହନରେ ଉନ୍ନତି କରିବା ସଙ୍ଗକୁ ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ ହେବେ। ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହି ଯାଇପାରେ। ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର, କ୍ଷେତ୍ରରେ ସୁଫଳ ପାଇବେ।
ସି˚ହ
ସି˚ହ
ଅଟକି ରହିଥିବା କାମ ଆଜି ହିଁ ଶେଷ କରିବାକୁ ମନସ୍ଥ କରି ସଫଳତା ପାଇବେ। ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବା ସହ କେତେକାଂଶରେ ଋଣମୁକ୍ତ ହେବାର ସୂଚନା ରହିଛି। କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ।
କନ୍ୟା
ବିଭିନ୍ନ ପ୍ରକାର ଅନୁଚିତ କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟିଏ ସମ୍ପନ୍ନ କରିପାରିବେ ନିଜ ପାଇଁ କରିପାରିବେ ନାହିଁ। ସାମାନ୍ୟ କଷ୍ଟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ପରକଥାରେ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ ଏବଂ ବନ୍ଧୁଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍‌ ହେବନାହିଁ।
ବିଛା
ବିଛା
ଆଜି ଦିନସାରା ମାନସିକ ସ୍ଥିତି ଠିକ୍‌ ରହିବନାହିଁ। କାରବାର ବୃଦ୍ଧିଜନିତ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ଆମତ୍ତୃପ୍ତି ଲାଭ କରିବେ। ବନ୍ଧୁମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିବାରୁ ଆଶ୍ୱସ୍ତି ଅନୁଭବ କରିବେ। ପାରିବାରିକ କଳହ, ଟଙ୍କା ଦେଣନେଣ, କଚେରି ମାମଲାଜନିତ ଟେନ୍‌ସନ ବଢ଼ିଯିବ। ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ, ଯାହା ବନ୍ଧୁଙ୍କ ମନକୁ ବେଶ୍‌ ପାଇବ। ପ୍ରକାଶନ, ଏଜେନ୍ସିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ମକର
ମକର
ଯେତେ ଭଲ କାମ କଲେ ମଧ୍ୟ ଅଭାବବୋଧ ଏବଂ ବିଭିନ୍ନ ଦୁଶ୍ଚିନ୍ତାରେ ଭାରାକ୍ରାନ୍ତ ହେବେ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପିଲାମାନଙ୍କ ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ। ଅଫିସରେ ଛୋଟ ଘଟଣାକୁ ବଡ଼ ଆକାରରେ ଚିନ୍ତା କରି ବୃଥାରେ ସମୟର ଅପଚୟ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି। ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
ମୀନମୀନ
ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମାଧାନରେ ଉପନୀତ ହୋଇପାରନ୍ତି। ଅପରାହ୍ନେ ଦୀର୍ଘଦିନରୁ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri