Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ
ଚନ୍ଦ୍ର କେନ୍ଦ୍ରରେ ଶନିଙ୍କ ଯୋଗୁ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ବିଗତ ଦିନର ସମସ୍ୟା ଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଆନୁଷ୍ଠାନିକ କାମରେ ବନ୍ଧୁମାନଙ୍କ ଦ୍ୱାରା ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଖଳଲୋକଙ୍କ କଥାକୁ ସତ ମଣି ଘର ଲୋକଙ୍କୁ ଭୁଲ୍‌ ବୁଝିବେ।
ବୃଷ
ବୃଷ
ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ଅସଂପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପିି ଦିନଟିର ରୋଜଗାରଠାରୁ ଖର୍ଚ୍ଚ ବଳିଯିବ। ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପୂର୍ବପରି ରହିବ।
ମିଥୁନ
ମିଥୁନ
କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିଯାଇ ପାରନ୍ତି। ଗତକାଲିର କଳି ତକରାଳ ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକଙ୍କ ତରଫରୁ ସହଯୋଗ ପାଇବେନି। ନିର୍ମାଣାଧୀନ ଗୃହ, ରାସ୍ତା କାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ। ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଅପରାଜିତ ରହିବେ।
ସି˚ହ
ସି˚ହ
ଅଟକି ରହିଥିବା କାମ ଆଜି ସାରିବାରେ ସଫଳ ହେବେ। ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରି କେତେକାଂଶରେ ଋଣମୁକ୍ତ ହେବାର ସୂଚନା ରହିଛି। କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ।
କନ୍ୟା
ବିଭିନ୍ନ କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
ରାଶିରେ ମଙ୍ଗଳ ହେତୁ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍‌ ହେବନାହିଁ। ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।
ବିଛା
ବିଛା
ଆଜି ଦିନସାରା ଟେନ୍ସନରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ଆମତ୍ତୃପ୍ତି ଲାଭ କରିବେ। ବନ୍ଧୁଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିବ, କିନ୍ତୁ କର୍ମକ୍ଷେତ୍ରରେ ଅସ୍ଥିରତା ଅଶାନ୍ତିର କାରଣ ହୋଇପାରେ। ସଭାସମିତିରେ ଏପରି କିଛି ପ୍ରସ୍ତାବମାନ ଦେବେ, ଯାହାକି ବନ୍ଧୁଙ୍କ ମନକୁ ବେଶ୍‌ ପାଇବ। ପ୍ରକାଶନ, ଏଜେନ୍‌ଶିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇ ପାରନ୍ତି।
ମକର
ମକର
ଶନିଙ୍କ କୁପ୍ରଭାବରୁ ଅସୁସ୍ଥତା ଓ ଅଭାବବୋଧ ପ୍ରଭୃତି ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବେ। ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି। ପାରିବାରିକ ସମସ୍ୟା ଭିତରେ ପିଲାଙ୍କ ବିଷୟ, ଛୋଟଜାତିର ବ୍ୟକ୍ତିଙ୍କ ସହ କଳହ ପାଇଁ ବ୍ୟସ୍ତତା ବଢ଼ିବ।
କୁମ୍ଭ
କୁମ୍ଭ
ଆଜି ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି। ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ବନ୍ଧୁମାନଙ୍କ ସହ କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନାକୁ ଏଡ଼ି ହେବ ନାହିଁ। ଆର୍ଥିକ ସ୍ଥିତି ସେତେଟା ଭଲ ନଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
ମୀନମୀନ

ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମାଧାନରେ ଉପନୀତ ହୋଇପାରନ୍ତି। ଦୀର୍ଘଦିନରୁ ଖୋଜୁଥିବା ଜିନିଷଟି ପାଇ ଖୁସି ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ଆତ୍ମୀୟମାନଙ୍କ ସହ ଜମିଜମା ବଣ୍ଟନକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?