Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ତାହାହିଁ ଚିନ୍ତାର କାରଣ ହୋଇପାରେ । ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିପାରେ ।
ବୃଷ
ବୃଷ
ଆଜି ଗୁରୁଚାନ୍ଦ୍ରୀ ଯୋଗ ହେତୁ ପଦସ୍ଥବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ ଓ ପ୍ରଶଂସିତ ମଧ୍ୟ ହେବେ। କୌଣସି ବନ୍ଧୁ ଅବା ପଡ଼ୋଶୀ ସହଯୋଗର ହାତ ବଢ଼ାଇବା ଦ୍ୱାରା କାମ ସୁବିଧାରେ ହୋଇଯିବ । ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବନି। ସନ୍ତାନ ହେତୁକ ପୀଡ଼ା କିମ୍ବା ଅନୁପସ୍ଥିତି ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣରେ ନ ରଖି ଅନ୍ୟ ଉପରେ ଶୁଝାଇଲେ ତିକ୍ତତା ସୃଷ୍ଟି ହୋଇପାରେ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି କରିବେ । ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ କାମ ଆରମ୍ଭ କରି ପ୍ରଶଂସିତ ହେବେ । ଯେଷାକୁ ତେଷା ନୀତିରେ କାମ କରିବେ, କିନ୍ତୁ ତାହା ଭଲ ହେବନି।
କର୍କଟ
କର୍କଟ
ଭାଇ, ବନ୍ଧୁ ଓ କୁଟୁମ୍ବଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଜଣେ ପ୍ରତିଷ୍ଠାବାନ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ଭିତରେ ଗତି କରି ମଧ୍ୟ ପଛକୁ ଫେରିବା ଚିନ୍ତା କରିବେ ନାହିଁ। ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରି ସମସ୍ୟା ସମାଧାନରେ ସଫଳ ହେବେ । ପରିବାରବର୍ଗଙ୍କ ସହାୟତା ପାଇବେ ଓ ଆନନ୍ଦ ମନରେ କାମ କରିବେ ।
କନ୍ୟା
ଆଜି ଦିନଟିରେ କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି।
ତୁଳା
ତୁଳା
ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ, ନତୁବା ହଇରାଣ ହେବାକୁ ପଡ଼ିପାରେ । ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବ, ଫଳରେ କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ । ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ବିଛା
ବିଛା
ଦୀର୍ଘଦିନ ହେଲା ଯାହା ହୋଇପାରି ନ ଥିଲା ଆଜି ତାହା ହୋଇଯିବ। ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳତା ପ୍ରକାଶ କରିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରି ସଫଳ ହେବେ । ପରିବାରର ସଦସ୍ୟମାନଙ୍କଠାରୁ କିମ୍ବା ସହକର୍ମୀମାନଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ଆର୍ଥିକ ସମସ୍ୟା କ୍ଷେତ୍ରରେ ସମାଧାନର ପନ୍ଥା ବନ୍ଧୁଙ୍କ ପରାମର୍ଶରେ ଖୋଜି ପାଇବେ। ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ା ଏଣୁ ଗାଡ଼ିକୁ ପରଖି ନେବା ଭଲ ହେବ। ପରିବାରରୁ ପୂର୍ଣ୍ଣ ସହଯୋଗ ଲାଭକରି କାମ ସମ୍ପନ୍ନ ହେବ।
ମକର
ମକର
ଆଜି କୈାଣସି ବ୍ୟକ୍ତିଠାରୁ ହଠାତ୍‌ କାୈଣସି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସାଧାରଣ କଥାରେ କଳହ ସୃଷ୍ଟି ହୋଇପାରେ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କୁ ସାହାଯ୍ୟ ଭିକ୍ଷା କରିପାରନ୍ତି । କଳା,କ୍ରୀଡା ,ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇପାରନ୍ତି ।
ମୀନମୀନ
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। କୈାଣସି ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡିପାରନ୍ତି। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?