Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମ ଉପରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ନିଜର କେତେକ ଅଜ୍ଞାତସାରରେ କୃତକର୍ମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ବିବାଦୀୟ ଘଟଣାର ଦିଗ ହଠାତ୍‌ ବଦଳିଯିବା ଆଶଙ୍କା ଦେଖାଦେବ ।
ବୃଷ
ବୃଷ
ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ବହୁ ଦିନ ଧରି ଯାହା ଖୋଜୁଥିଲେ ଆଜି ତାହା ପାଇଯିବେ। ଉପକୃତ ହୋଇଥିବା ନିଜର ଲୋକମାନଙ୍କ ଶତ୍ରୁତା ଯୋଗୁ ସାମାନ୍ୟ ବିଚଳିତବୋଧ କରିପାରନ୍ତି। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ଦିଗରେ ବନ୍ଧୁ ସାହାଯ୍ୟ କରିବେ। ଦୀର୍ଘଦିନରୁ ଦେଖି ନ ଥିବା ସାଙ୍ଗଟି ନିଜ ତରଫରୁ ସହଯୋଗର ହାତ ବଢ଼ାଇବ । ବ୍ୟବସାୟରେ ଉନ୍ନତି କରିବା ସହ ଲାଭ କିଛି କମ୍‌ ହେବନାହିଁ। କୌଣସି ସାମୂହିକ କାର୍ଯ୍ୟରେ ଆମତ୍ୀୟମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।
କର୍କଟ
କର୍କଟ
ଯେତେ ବନେଇ ଚୂନେଇ କହିଲେ ମଧ୍ୟ ଆପଣଙ୍କ ଉଦ୍ଦେଶ୍ୟକୁ ଠିକ୍‌ ଭାବେ ଅନ୍ୟମାନେ ବୁଝିପାରିବେ ନାହିଁ। ଯାନବାହନ କିଣିବାକୁ ମନ ବଳାଇପାରନ୍ତି। ପିଲାମାନଙ୍କ କୌଣସି ବ୍ୟତିକ୍ରମକୁ ସଜାଡ଼ିବା ପାଇଁ ସ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି। ବନ୍ଧୁଙ୍କ ପରାମର୍ଶକ୍ରମେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ସି˚ହ
ସି˚ହ
ଯୋଗ, ବ୍ୟାୟାମ ଓ ସଚେତନତା ହେତୁ ସ୍ବାସ୍ଥ୍ୟ ଭଲ ରହିବ। ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟ ଘଟିବା କାରଣରୁ ମନ ଭାରାକ୍ରାନ୍ତ ରହିପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ବେଖାତିର ମନୋଭାବ ଓ କଟୂକ୍ତି ମନରେ ଦୁଃଖଦେବ। ଅଫିସିଆଲି କାର୍ଯ୍ୟବ୍ୟସ୍ତତା କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ ଘର କଥାଟି ମନେ ପଡ଼ି ନ ପାରେ ।
କନ୍ୟା
ଆଜି ଯେମିତି ଚାହିଁବେ ସେମିତି ପାଇବେ। ମନ ବୁଝିଲା ଭଳି କଥା କହି କର୍ମଚାରୀଟିର ଭୁଲ୍‌ ବୁଝାମଣାକୁ ସୁଧାରିନେବାରେ ସମର୍ଥ ହେବେ। ବ୍ୟବସାୟ,ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ପାରିବାରିକ ସ୍ତରରେ କେତେକ ସମସ୍ୟା ଓ ପ୍ରତିବନ୍ଧକ ଦେଖାଦେଇପାରେ, ବିଶେଷ କିଛି ଅସୁବିଧା ହେବ ନାହିଁ।
ତୁଳା
ତୁଳା
ସମସ୍ତ ସୁବିଧା ଥାଇ ମଧ୍ୟ ଆଶା କରୁଥିବା କାମ ନ ହେବା କାରଣରୁ ମନରେ ସରସତା ରହିବ ନାହିଁ। ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବେ ଯାହାକି ଆପଣଙ୍କୁ ଧର୍ମସଙ୍କଟରେ ପକାଇବ। ପିଲାଙ୍କ ବିଳମ୍ବ ବିବାହକୁ ନେଇ ଚିନ୍ତା ବଢ଼ିଯିବ। ଅନ୍ୟର ପ୍ରରୋଚନାରେ ପ୍ରଭାବିତ ନ ହୋଇ ଭୁଲ୍‌ କାମରୁ ଦୂରେଇରହନ୍ତୁ।
ବିଛା
ବିଛା
ମନ କଥା ମନରେ ରଖି ଯନ୍ତ୍ରବତ୍‌ କାମ କରିବାକୁ ବାଧ୍ୟହେବେ। ବାଣିଜ୍ୟ ଓ ବ୍ୟବସାୟ ପାଇଁ ଦିନଟି ଭଲ, କିନ୍ତୁ ବେଶି ହଇରାଣ ହେବାକୁ ପଡ଼ିବ । ଆଜି ଆପଣ ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାରକରିପାରନ୍ତି। ପାରିବାରିକ ସମସ୍ୟାର ସମାପ୍ତି ଘଟାଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ।
ଧନୁ
ଧନୁ
ପରିବାରରେ ଛୋଟ କଥାକୁ ନେଇ ମତପାର୍ଥକ୍ୟ ଦେଖାଦେଇପାରେ । କର୍ମକ୍ଷେତ୍ରରେ ଦୋଷାରୋପ କରି ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି। ସାମାଜିକ କ୍ଷେତ୍ରରେ ପଡ଼ୋଶୀମାନେ ଭୂରି ଭୂରି ପ୍ରଶଂସା କରିବେ ଅବଶ୍ୟ ନିଜ ନିଜର ସ୍ବାର୍ଥ ସାଧନର ଆଶାନେଇ। ଶାରୀରିକ ଅସୁସ୍ଥତା ଚିନ୍ତାର କାରଣ ହୋଇପାରେ।
ମକର
ମକର
ବୁଝାମଣା ମାଧ୍ୟମରେ ସମସ୍ୟାର ସରଳ ସମାଧାନ ପାଇଁ ଚେଷ୍ଟାକଲେ ଉପକୃତ ହେବେ । ଅଫିସରେ କଥା କଟାକଟି ହେତୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରର ଅଶାନ୍ତ ମନ ଆଜି ଘରୋଇ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ । ଦୀର୍ଘଦିନରୁ ସାଇତି ରଖିଥିବା ଅର୍ଥ ଅନ୍ୟ ବାଟରେ ଖର୍ଚ୍ଚ ହୋଇଯିବା ସୂଚନା ରହିଛି।
କୁମ୍ଭ
କୁମ୍ଭ
ଯାହାଠାରୁ ଋଣ ଆଣିଥିବେ ସେ ହଠାତ୍‌ କଟୂକ୍ତି ପ୍ରକାଶ କରିପାରନ୍ତି। ସମସ୍ୟା ଆସିଲେ ମଧ୍ୟ ଆପଣ ଦୃଢ଼ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷାପାଇବେ। ନିଜ ଲୋକମାନେ ମିଥ୍ୟା ଅଭିଯୋଗ କରିପାରନ୍ତି । ଅବଶ୍ୟ ବିବାଦୀୟ ପରିସ୍ଥିିତି ଓ ମାଲିମକଦ୍ଦମାରେ ଶତଭିଷାର ସ୍ଥିତି ଅନୁକୂଳ ହୋଇପାରେ।
ମୀନମୀନ
ଆଲୋଚନା ପରିସରରେ ବନ୍ଧୁଙ୍କ ସାହାଯ୍ୟ ସହଯୋଗର ପ୍ରତିଶ୍ରୁତିରୁ କେତେକାଂଶରେ ଆଶ୍ୱସ୍ତି ଲଭିବେ। ଅଫିସରେ ସାଧାରଣ କଥାକୁ ନେଇ ବାକ୍‌ ବିତଣ୍ଡା ସୃଷ୍ଟି ହୋଇପାରେ। ଜମିଜମା, ନିର୍ମାଣ ପ୍ରଭୃତି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। କଳା ସାହିତ୍ୟ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାଗୁଡ଼ିକର ସମାଧାନ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri