Posted inRasifala

ରାଶିଫଳ: ସୋମବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ
ଆଜିର ପାପଗ୍ରହ ଯୁକ୍ତ ଏକାଦଶସ୍ଥ ଚନ୍ଦ୍ର ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାଙ୍ଗକୁ ସୁସମ୍ପର୍କ କ୍ଷେତ୍ରରେ ବାଧା ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା କ୍ରମେ କାମରେ ଲାଗିପଡନ୍ତୁ, ଅବଶ୍ୟ ଅଳ୍ପ ସମୟ ପରେ ସବୁ ଠିକ୍‌ ହୋଇଯିବ। ଅତୀତର କେତେକ କୃତକର୍ମ ପାଇଁ ଅନୁତାପ କରିପାରନ୍ତି।
ବୃଷ
ବୃଷ
ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଯୋଗୁ ମନରେ ସାମୟିକ ଉତ୍ତେଜନା ଲାଗି ରହିବ। ବହୁତ ଦିନ ଧରି ଯାହା ଖୋଜୁଥିଲେ ଆଜି ତାହା ଠିକ୍‌ ସମୟରେ ପାଇଯିବେ। ଉପକୃତ ହୋଇଥିବା ନିଜର ଲୋକଙ୍କ ଶତ୍ରୁତା ଯୋଗୁ ସାମାନ୍ୟ ବିଚଳିତବୋଧ କରିପାରନ୍ତି। ନିଜ କାମ ଛାଡି ପରକଥାରେ ମୁଣ୍ଡ ପୂରାଇ ସମସ୍ୟାକୁ ଡାକି ଆଣନ୍ତୁ ନାହିଁ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ଦିଗରେ ଚେଷ୍ଟା ନିଷ୍ଫଳ ହେବନାହିଁ। ବହୁତଦିନରୁ ଦେଖି ନ ଥିବା ସାଙ୍ଗଟି ନିଜ ତରଫରୁ ସହଯୋଗର ହାତ ବଢାଇବ ଓ ହସି ହସି କଥା ଆରମ୍ଭ କରିବ। ବ୍ୟବସାୟରେ ଲାଭ ହେବ। ପରିବାରର କୈାଣସି ବିବାଦୀୟ ପରିସ୍ଥିତି ସମାଧାନ ସକାଶେ ଆତ୍ମୀୟମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।
କର୍କଟ
କର୍କଟ
ଚନ୍ଦ୍ରଙ୍କ ଅଷ୍ଟମସ୍ଥିତି ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ବଦଳିଯିବ ଏବଂ ରାହୁଙ୍କ ସଂଯୋଗରୁ କୌଣସି ସମସ୍ୟା ଆସିପାରେ। ଯେତେ ବନେଇ ଚୁନେଇ କହିଲେ ମଧ୍ୟ ଆପଣଙ୍କ କଥା ଓ ଉଦ୍ଦେଶ୍ୟକୁ ଠିକ୍‌ ଭାବେ ଅନ୍ୟମାନେ ବୁଝି ପାରିବେ ନାହିଁ। ପିଲାମାନଙ୍କର କୌଣସି ବ୍ୟତିକ୍ରମକୁ ସଜାଡିବା ପାଇଁ ପରିବାର ସହ ଆଲୋଚନା କରିପାରନ୍ତି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟ ସମାଧାନ ହୋଇଯିବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ବେଖାତିର ମନୋଭାବ ଓ କଟୁକ୍ତି ମନରେ ଦୁଃଖଦେବ। କାର୍ଯ୍ୟବ୍ୟସ୍ତତା କାରଣରୁ କୈାଣସି କଥା ଠିକ୍‌ ରହିବ ନାହିଁ। ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବେ।
କନ୍ୟା
ଆଜି ଆପଣ ଯେମିତି ଚାହିଁବେ ସେମିତି ପାଇବେ କୈାଣସି ଅସୁବିଧା ହେବନି। ମନ ବୁଝିଲା ଭଳି କଥା କହି କର୍ମଚାରୀଟିର ଭୁଲ୍‌ ବୁଝାମଣାକୁ ସୁଧାରି ନେବାରେ ସମର୍ଥ ହେବେ। ପ୍ରକାଶନ,ପ୍ରଶାସନ,ଆନୁଷ୍ଠାନିକ କାମ, ସାମ୍ବାଦିକତା ତଥା ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ଲାଭ କରି କାର୍ଯ୍ୟ ହାସଲ କରିବେ। ମାତ୍ର ପାରିବାରିକ କ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବେ ଯାହାକି ଆପଣଙ୍କୁ ଧର୍ମସଙ୍କଟରେ ପକାଇପାରେ। ପିଲାଙ୍କ ବିଳମ୍ବ ବିବାହକୁ ନେଇ ଚିନ୍ତା ବଢିବଢି ଯିବ। ଅନ୍ୟର ପ୍ରରୋଚନାରେ ପ୍ରଭାବିତ ହୋଇ ଭୁଲ୍‌ କାମରୁ ଦୂରେଇ ରହିବା ଭଲ।
ବିଛା
ବିଛା
ପୂର୍ବାବସ୍ଥାର ପରିବର୍ତ୍ତନ ଲକ୍ଷ୍ୟ କରି କେତେକ କ୍ଷେତ୍ରରେ ଆଶାବାଦୀ ହେବେ। ତଥାପି ପ୍ରତ୍ୟେକ କ୍ଷେତ୍ରରେ ବୁଝିବିଚାରି ପଦକ୍ଷେପ ନ ନେଲେ ପରିସ୍ଥିତି ବିଗିଡି ଯାଇପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ଆନୁଷ୍ଠାନିକ କାମ ପାଇଁ ଦିନଟି ଭଲ। ଆଜି ସବୁ କଥାକୁ ବନ୍ଧୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
ଧନୁ
ଧନୁ
ଧନାଧିପତି କେନ୍ଦ୍ରସ୍ଥ ଯୋଗୁ ଅର୍ଥ ସମ୍ପର୍କିତ କଥାବାର୍ତ୍ତାରେ କୈାଣସି ବାଧା ଉପୁଜିବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ପରସ୍ପର ଦୋଷାରୋପ କରି ଅଯଥା ବିବାଦୀୟ ପରିସ୍ଥତି ସୃଷ୍ଟିକରିପାରନ୍ତି। ସ୍ବାର୍ଥସାଧନ ମାନସରେ ପଡୋଶୀମାନେ ଆପଣଙ୍କର ଭୁରିଭୁରି ପ୍ରଶଂସା କରିବେ। ପିଲାଙ୍କ ପଢା ସମସ୍ୟା ନେଇ ଚିନ୍ତିତ ରହିବେ।
ମକର
ମକର
ପାରସ୍ପରିକ ବୁଝାମଣା ମାଧ୍ୟମରେ ସମସ୍ୟାଗୁଡିକର ସରଳ ସମାଧାନ କରିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ସହକର୍ମୀଙ୍କ ସହ ସୁସମ୍ପର୍କ ବ୍ୟାହତ ହେବ। ଦୀର୍ଘ ଦିନରୁ ସାଇତି ରଖିଥିବା ଅର୍ଥ ଅନ୍ୟ ବାଟରେ ଖର୍ଚ୍ଚ ହୋଇଯାଇପାରେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଇ ସାମୟିକ ମନକୁ ହାଲୁକା କରିପାରନ୍ତି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ଧୀରେ ଧୀରେ ସୁଧୁରିବାରେ ଲାଗିବାରୁ ମାନସିକ ସ୍ତରରେ ଆଶ୍ୱସ୍ତି ଲାଭ କରିବେ। ଯାହାଠାରୁ ଋଣ ଆଣିଥିବେ ସେ ଆଜି ହଠାତ୍‌ ଆସି ବିଭିନ୍ନ ପ୍ରକାର କଟୁକ୍ତି ପ୍ରକାଶ କରିପାରେ। ସମସ୍ୟା ଆସିଲେ ମଧ୍ୟ ଆପଣ ପାଖପଡୋଶୀଙ୍କ ସହାୟତା ଲାଭକରି ସମାଧାନ କରିପାରିବେ। ନିଜ ଲୋକ ଅଭିଯୋଗ ଆଣିପାରନ୍ତି।
ମୀନମୀନ
 ବନ୍ଧୁବର୍ଗଙ୍କ ସହ ଆଲୋଚନା ମାଧ୍ୟମରେ ପରିବାରରୁ ଭୁଲ ବୁଝାମଣା ଦୂରେଇଯିବ। ପ୍ରଶାସନିକ ସ୍ତରରେ ସାଧାରଣ କଥାକୁ କେନ୍ଦ୍ରକରି ବାକ୍‌ ବିତଣ୍ଡା ଘଟିପାରେ। ଜମିଜମା, ନିର୍ମାଣ ପ୍ରଭୃତି ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବେ। ସାହିତ୍ୟ ଓ ଚଳଚ୍ଚିତ୍ର, ମନୋରଞ୍ଜନ କ୍ଷେତ୍ରରେ ରହିଥିବା ସମସ୍ୟାଗୁଡିକର ସମାଧାନ ହୋଇଯିବ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ରାଶିରେ ବିଳାସକାରକ ଗ୍ରହ ଶୁକ୍ର ଅବସ୍ଥାନକରି ଦିନଟିକୁ ସୁଖ ସ୍ବାଚ୍ଛନ୍ଦ୍ୟରେ ଅତିବାହିତ କରାଇବେ। ଆନୁଷ୍ଠାନିକ କାମ ମଧ୍ୟରେ ବନ୍ଧୁମାନଙ୍କ ସାନ୍ନିଧ୍ୟ ଓ ପରିବାର…

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସ୍ବନକ୍ଷତ୍ରସ୍ଥ ଯୋଗୁ କର୍ମମୁଖର ରହିବେ ଏବଂ ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବ। ଆନୁଷ୍ଠାନିକ କାମରେ, ସଭାସମିତିରେ, ସତ୍‌ସଙ୍ଗର ସାନ୍ନିଧ୍ୟ ଲାଭରେ, ଆଲୋଚନା…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri