Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ । ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟାଗୁଡ଼ିକର ସମାପ୍ତି ଘଟାଇବେ। ଫେରନ୍ତା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାଇବେ ।
ବୃଷ
ବୃଷ
କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ପାରନ୍ତି। ଘରୋଇ କ୍ଷେତ୍ରରେ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବେ। ଆଗାମୀ ଆନୁଷ୍ଠାନିକ କାମ ସୁବିଧାରେ ହାସଲ ସକାଶେ ବ୍ୟସ୍ତ ରହିପାରନ୍ତି ।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତାରେ ଅନ୍ୟକୁ ଦାୟୀକରି ସମାଲୋଚିତ ହେବେ। କୌଣସି ବ୍ୟକ୍ତିଙ୍କୁ କଟୁ ସତ୍ୟ କହି ସେମାନଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଆଇନ, ଅଦାଲତ, ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ ।
କର୍କଟ
କର୍କଟ
ଆକସ୍ମିକ ଭାବେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା ବୃଦ୍ଧି ପାଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରି ପରେ ଅନୁତାପ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କଚେରି ମାମଲାର ଶୁଣାଣିରୁ ମନ ଖୁସି ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ ା
କନ୍ୟା
ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। କର୍ମକ୍ଷେତ୍ରରେ ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇ ପାରନ୍ତି। ଆଲୋଚନା କାଳରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ଅନ୍ୟମାନଙ୍କ କଥାରେ ମୁଣ୍ଡ ପୂରାଇ ନିଜ କାମ ସମ୍ପନ୍ନରେ ବ୍ୟସ୍ତତା ବଢ଼ିଯାଇପାରେ । ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ। ସତ୍‌ସଙ୍ଗ, ଧର୍ମଚର୍ଚ୍ଚା କିମ୍ବା ଆନୁଷ୍ଠାନିକ ଦିଗକୁ ମନ ବଳାଇବେ।
ବିଛା
ବିଛା
ଯାହା ଦୀର୍ଘଦିନ ହେଲା ହୋଇପାରି ନ ଥିଲା ଆତ୍ମୀୟଙ୍କ ସାହାଯ୍ୟରେ ତାହା ହୋଇଯିବ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରିପାରନ୍ତି। ନିଜ ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗିରହିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ଅଫିସରେ ସହକର୍ମୀଙ୍କ ସହ ଖୁସିରେ ସମୟ କଟିଯିବ। ପିଲାମାନଙ୍କ ଶିକ୍ଷାର ସଫଳତାରେ ଆନନ୍ଦ ଅନୁଭବ କରିବେ।
ମକର
ମକର
ଆଜି ହଠାତ୍‌ ଜଣେ ବନ୍ଧୁ ଅର୍ଥ ଓ ସମ୍ମାନ ପ୍ରଦାନ କରିବେ। କୌଣସି ବ୍ୟକ୍ତିଠାରୁ ହଠାତ୍‌ କାୈଣସି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ି ପାରନ୍ତି। ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି । ତର୍କ, ବିତର୍କ କାରଣରୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି ।
ମୀନମୀନ
ପାରିବାରିକ ସ୍ତରରେ ପିଲାମାନଙ୍କ ପାଇଁ ମନ ଅସ୍ଥିର ରହିବ। ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିସ୍ଥିତିବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇନେବାକୁ ବାଧ୍ୟ ହେବେ । କୌଣସି କଥା ଭଲ ରୂପେ ନ ବୁଝି ଅନ୍ୟ ଉପରେ ଦୋଷ ଲଦିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri